< Fiawo 2 22 >
1 Yosia xɔ ƒe enyi esi woɖoe fiae. Eɖu fia ƒe blaetɔ̃-vɔ-ɖekɛ le Yerusalem. Dadae nye Yedida si nye Adaya tso Bozkat la ƒe vinyɔnu.
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।
2 Ewɔ nu si nyo le Yehowa ŋkume eye wòto tɔgbuia David ƒe afɔtoƒewo pɛpɛpɛ. Medze ɖe ɖusime alo miame o.
ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
3 Le Fia Yosia ƒe fiaɖuɖu ƒe ƒe wuienyilia me la, Yosia ɖo eƒe nuŋlɔla Safan, Azalia ƒe viŋutsu, ame si nye Mesulam ƒe tɔgbuiyɔvi la ɖe Yehowa ƒe gbedoxɔ me. Egblɔ be,
ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମ୍ର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,
4 “Yi Hilkia, nunɔlagã la gbɔ wòaƒo ƒu ga si wotsɔ va Yehowa ƒe gbedoxɔ la me, si nye ga si agbonudzɔlawo xɔ tso ameawo si la da ɖi.
“ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।
5 Na woatsɔ ga la na ame siwo wotia be woakpɔ gbedoxɔ la dzadzraɖo ƒe dɔwo dzi. Na ame siawo naxe fe na Yehowa ƒe gbedoxɔ la ŋu dɔwɔlawo:
ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,
6 atikpalawo, xɔtulawo kple gliɖolawo. Hekpe ɖe esiawo ŋu la, na woaƒle ati kple kpe kpakpawo atsɔ adzra gbedoxɔ la ɖo.
ଅର୍ଥାତ୍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”
7 Womebia tso xɔtutudɔdzikpɔlawo si be woawɔ akɔnta tso woƒe nu gbegblẽwo ŋu tsitotsito o elabena wonye nuteƒewɔlawo.”
ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।
8 Gbe ɖeka la, nunɔlagã Hilkia yi nuŋlɔla Safan gbɔ eye wògblɔ be, “Mefɔ Segbalẽ aɖe le le Yehowa ƒe gbedoxɔ me.” Etsɔe na Safan eye Safan xlẽe.
ସେତେବେଳେ ହିଲ୍କୀୟ ମହାଯାଜକ ଶାଫନ୍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ।” ଆଉ ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।
9 Safan, nuŋlɔla la yi fia la gbɔ hegblɔ nɛ be, “Wò dɔnunɔlawo tsɔ ga si le Yehowa ƒe gbedoxɔ me la na dɔwɔlawo kple dɔdzikpɔlawo le gbedoxɔ la me.”
ଏଥିଉତ୍ତାରେ ଶାଫନ୍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
10 Safan, nuŋlɔla la na nyanya fia la be, “Nunɔlagã Hilkia tsɔ agbalẽ aɖe nam.” Safan xlẽ agbalẽ la me nyawo na fia la.
ଆହୁରି ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”
11 Esi fia la se Segbalẽ la me nyawo la, vɔvɔ̃ ɖoe eye wòdze eƒe awuwo.
ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
12 Eɖe gbe na nunɔla Hilkia, Ahikam, Safan ƒe viŋutsu, Akbor, Mikaya ƒe viŋutsu, nuŋlɔla Safan kple Asaya, fia ƒe subɔla be,
ପୁଣି ରାଜା ଯୋଶୀୟ ହିଲ୍କୀୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,
13 “Miyi miabia Yehowa nam kple ameawo kple Yuda blibo la tso nu siwo woŋlɔ ɖe agbalẽ si wofɔ la ŋuti. Yehowa ƒe dɔmedzoe bi ɖe mía ŋu elabena mía fofowo mewɔ ɖe agbalẽ sia me nyawo dzi o; womezɔ ɖe nu siwo katã woŋlɔ tso mía ŋu ɖe agbalẽ sia me la nu o.”
“ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ-ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”
14 Ale nunɔla Hilkia, Ahikam, Akbor, Safan kple Asaya yi ɖaƒo nu kple nyɔnu Nyagblɔɖila Hulda si le Yerusalem ƒe akpa yeye. Nyɔnu Nyagblɔɖila sia nye Tikva ƒe viŋutsu Salum srɔ̃. Harhas si dzi Tikva nye nudodowo dzraɖoƒe dzikpɔla.
ତହିଁରେ ହିଲ୍କୀୟ ଯାଜକ ଓ ଅହୀକାମ୍ ଓ ଅକ୍ବୋର ଓ ଶାଫନ୍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍ବର ପୁତ୍ର ଶଲ୍ଲୁମ୍ର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।
15 Egblɔ na wo be, “Nu si Yehowa, Israel ƒe Mawu la gblɔe nye, ‘Gblɔ na ame si ɖo wò ɖe gbɔnye la be,
ତହିଁରେ ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ,
16 Yehowa ƒe gbee nye esi: mahe dzɔgbevɔ̃e va teƒe sia kple eƒe amewo dzi ɖe nu sia nu si woŋlɔ ɖe agbalẽ si Yuda fia xlẽ la nu.
‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା।
17 Elabena wogbe nu le gbɔnye, wosubɔ mawu bubuwo eye wodo dɔmedzoe nam kple legba siwo wotsɔ woƒe asiwo wɔ la. Nye dɔmedzoe abi ɖe teƒe sia ŋu eye matso o.’
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।
18 Gblɔ na Yuda fia, ame si dɔ wò be nàbia gbe Yehowa be, ‘Ale Yehowa, Israel ƒe Mawu la gblɔ tso nya siwo ke nèse la ŋuti.
ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା-ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ,
19 Ke esi miaƒe nu vɔ̃wo ve mi eye miebɔbɔ mia ɖokui le Yehowa ŋkume, esi miese nu si megblɔ tsɔ tsi tsitre ɖe teƒe sia kple eƒe amewo ŋu be woaƒo fi ade anyigba sia wòazu aƒedo, eye esi miedze miaƒe awuwo eye miefa avi le nye ŋkume le miaƒe nu vɔ̃wo ta la, maɖo to miaƒe kukuɖeɖe.
ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
20 Eya ta àku eye woaɖi wò le ŋutifafa me. Wò ŋkuwo makpɔ dzɔgbevɔ̃e si mahe va dukɔ sia dzi o.’” Ale woxɔ eƒe ŋuɖoɖo yi na fia la.
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ।