< Samuel 2 10 >
1 Le ɣeyiɣi aɖe megbe la, Amonitɔwo ƒe fia ku eye via Hanun ɖu fia ɖe eteƒe.
ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ବଦଳରେ ରାଜା ହେଲା।
2 David gblɔ be, “Manyo dɔ me na Hanun, Nahas ƒe vi abe ale si fofoa nyo dɔ me nam ene.” Ale David dɔ amewo be woado babaa na Hanun le fofoa ƒe ku ta. Esi David ƒe amewo va ɖo Amonitɔwo ƒe anyigba dzi la,
ତହିଁରେ ଦାଉଦ କହିଲେ, “ହାନୂନ୍ର ପିତା ନାହଶ୍ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।
3 Amonitɔwo ƒe amegãwo gblɔ na woƒe kplɔla Hanun be, “Ɖe nèbu be David le bubu dem ye fofo ŋu to ame siawo dɔdɔ ɖe gbɔwò be woado babaa na wò mea? Menye ɖe David dɔ ame siawo be woava tsa ŋku le anyigba la dzi eye yewoaho aʋa ɖe eŋu oa?”
ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”
4 Ale Hanun lé David ƒe amewo, ƒlɔ ge afãafã na wo eye wòlã woƒe awuwo ɖe woƒe gɔnu. Ale Hanun do mɔ ameawo.
ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
5 Esi David se nya sia la, edɔ amewo woɖakpe ŋutsuawo kple gbedeasi be woatsi Yeriko va se ɖe esime woƒe ge nato elabena wodo ŋukpe wo ŋutɔ.
ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”
6 Esi Amonitɔwo kpɔ be yewozu David ƒe ketɔwo la, wobia aʋawɔla akpe blaeve Aramtɔwo tso Bet Rehobnyigba kple Zobahnyigba dzi kpe ɖe ame akpe ɖeka tso Maaka fia gbɔ kple ame akpe wuieve tso Tobnyigba dzi.
ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।
7 Esi David se nya sia la, eɖo Yoab kple aʋakɔ blibo la ɖa.
ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
8 Amonitɔwo va nɔ woƒe dua ƒe agbo nu hena aʋawɔwɔ le esime Aramtɔwo tso Zoba kple Rehob kple ame siwo tso Tob kple Maaka nɔ wo ɖokui si le gbedzi.
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।
9 Yoab kpɔ be wodze aʋa ɖe ye ŋgɔ kple ye megbe siaa, eya ta etia Israel ƒe asrafo siwo bi ɖe aʋawɔwɔ me, eye wòna woɖakpe aʋa kple Aramtɔwo.
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
10 Ena akpa evelia si nɔ nɔvia Abisai ƒe kpɔkplɔ te la kpe aʋa kple Amonitɔwo.
ପୁଣି ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭାଇ ଅବୀଶୟ ହସ୍ତରେ ସମର୍ପଣ କଲା; ତହିଁରେ ସେ ସେମାନଙ୍କୁ ନେଇ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ସୈନ୍ୟ ସଜାଇଲା।
11 Yoab gblɔ na nɔvia be, “Ne Aramtɔwo sẽ nam akpa la, nàva kpe ɖe ŋunye, ke ne Amonitɔwo sẽ na wò akpa la, mava kpe ɖe ŋuwò.
ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।
12 Lé dzi ɖe ƒo, eye na míawɔ aʋa la kalẽtɔe na míaƒe dukɔ kple míaƒe Mawu la ƒe duwo. Yehowa awɔ nu si nyo le eŋkume.”
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
13 Ale Yoab kple eƒe aʋakɔwo lũ ɖe Aramtɔwo dzi be woakpe aʋa kpli wo eye Aramtɔwo si le wo nu.
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।
14 Esi Amonitɔwo kpɔ be Aramtɔwo nɔ sisim la, woawo hã lé du tsɔ le Abisai ŋgɔ eye woɖage ɖe du la me eya ta Yoab trɔ dzo yi Yerusalem.
ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।
15 Esime Aramtɔwo kpɔ be Israelviwo ɖu yewo dzi la, wogbugbɔ ƒo ƒu wo ɖokuiwo.
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।
16 Hadadezer na Aramtɔwo tso tɔsisi la godo yi Helam eye wonɔ Sobak, Hadadezer ƒe aʋafia ƒe kpɔkplɔ te.
ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।
17 Esi wogblɔ nya sia na David la, eya ŋutɔ kplɔ Israel ƒe aʋakɔ la yi Helam. Aramtɔwo ho aʋa ɖe David ŋu eye wowɔ aʋa kplii.
ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
18 Ke Aramtɔwo gasi le Israelviwo nu. David wu Aramtɔwo ƒe sɔdola alafa adre kple afɔzɔla akpe blaene. Ede abi woƒe aʋafia, Sobak hã ŋu wòku le afi ma.
ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।
19 Esi Hadadezer ƒe kpeɖeŋutɔwo kpɔ be woɖu Aramtɔwo dzi la wona ta eye wozu David tenɔlawo. Tso ɣe ma ɣi la, Aramtɔwo vɔ̃na be yewoagakpe ɖe Amonitɔwo ŋu.
ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ।