< Hezekiel 14 >

1 Israel ƒe ametsitsi aɖewo va gbɔnye, eye wonɔ anyi ɖe nye ŋkume.
ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ।
2 Tete Yehowa ƒe nya va nam be,
ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
3 “Ame vi, ame siawo li legbawo ɖe woƒe dzi me, eye woɖi afɔklinu vɔ̃ɖiwo ɖe woƒe ŋkume. Ɖe mana woabia gbem mahã?
“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?
4 Eya ta gblɔ na wo be, ‘Ale Aƒetɔ Yehowa gblɔe nye esi: Ne Israelvi aɖe li legbawo ɖe eƒe dzi me, tsɔ afɔklinu vɔ̃ɖi da ɖe eƒe ŋkume, eye wòyi nyagblɔɖila aɖe gbɔ la, nye, Yehowa, ŋutɔ maɖo nya la ŋu nɛ le eya ŋutɔ ƒe legbawo ƒe agbɔsɔsɔ nu.
ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍‍ବିଷୟରେ ଉତ୍ତର ଦେବା;
5 Mawɔ alea ale be magbugbɔ Israel ƒe ame siwo katã gblẽm ɖi le woƒe legbawo ta la ƒe dziwo axɔ.’
ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।
6 “Eya ta gblɔ na Israel ƒe aƒe la be, ‘Ale Aƒetɔ Yehowa gblɔe nye esi; mitrɔ dzi me! Miɖe asi le miaƒe legbawo ŋu, eye miagbe nu le miaƒe nu vɔ̃ɖiwo wɔwɔ gbɔ!’
ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
7 “‘Ne Israelvi alo amedzro aɖe si le Israel gbe nu le gbɔnye, eye wòɖo legbawo ɖe eƒe dzi me hetsɔ afɔklinu vɔ̃ɖi aɖe ɖo eƒe ŋkume hafi yi nyagblɔɖila aɖe gbɔ be yeabia nyae tso ŋunye la, nye Yehowa ŋutɔ, maɖo nya la ŋu nɛ.
କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।
8 Matɔ ŋku ame ma, mawɔe wòanye kpɔɖeŋu kple nyatoto, eye maɖee ɖa le nye amewo dome. Ekema mianyae be, nyee nye Yehowa.’
ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
9 “‘Eye ne woflu nyagblɔɖila la be wòagblɔ nya ɖi la, nye Yehowae aflu nyagblɔɖila ma, makɔ nye asi dzi ɖe eŋu, eye matsrɔ̃e le nye amewo dome le Israel.
ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।
10 Ame sia ame atsɔ eƒe vodada, nyagblɔɖila la kple ame siwo bia gbee siaa, woanye vodalawo.
ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍‍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;
11 Ekema Israelviwo magatra mɔ tso gbɔnye o, eye womagagblẽ kɔ ɖo na wo ɖokuiwo kple woƒe nu vɔ̃wo katã o. Woanye nye amewo eye nye hã manye woƒe Mawu. Aƒetɔ Yehowae gblɔe.’”
ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞାଲଙ୍ଘନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
12 Yehowa ƒe nya va nam be,
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
13 “Ame vi, ne dukɔ aɖe wɔ nu vɔ̃ ɖe ŋutinye, eye meto nyateƒe nam o la, makɔ nye asi dzi ɖe eŋu be maɖo asi eƒe nuɖuɖukpɔtsoƒe dzi; ekema dɔwuame ava edzi, eye mawu eƒe amewo kple eƒe lãwo,
“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
14 nenye be ame etɔ̃ siawo, Noa, Daniel kple Hiob gɔ̃ hã anɔ wo dome. Woatsɔ woƒe dzɔdzɔenyenye aɖe woawo ŋutɔ ɖeɖe ko. Aƒetɔ Yehowae gblɔe.
ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
15 “Alo ne meɖo lã wɔadãwo ɖa be woato anyigba ma dzi, eye wowu wo viwo katã, eye anyigba la zu gbegbe, ale be ame aɖeke magate ŋu ato edzi ayi o le lã wɔadãawo ta la,
ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
16 Aƒetɔ Yehowa be yeta yeƒe agbe be ne ame etɔ̃ siawo anɔ wo dome gɔ̃ hã la, womate ŋu aɖe wo viŋutsuwo alo wo vinyɔnuwo o. Woawo ɖeɖe koe akpɔ ɖeɖe, ke anyigba la ya azu gbegbe.
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ।
17 “Alo ne meɖo yi ɖe anyigba ma dzi hegblɔ be, ‘Yi la nato anyigba la dzi,’ eye mewu eƒe amewo kple woƒe lãwo la,
ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ‘ହେ ଖଡ୍ଗ, ଦେଶ ମଧ୍ୟଦେଇ ଗମନ କର’ ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,
18 Aƒetɔ Yehowa gblɔ be, yeta ye ŋutɔ ƒe agbe be, ne ame etɔ̃ siawo nɔ anyigba la dzi gɔ̃ hã la, womate ŋu aɖe wo viŋutsuwo alo wo vinyɔnuwo o. Woawo ŋutɔ ko woaɖe.
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ।
19 “Alo ne meɖo dɔvɔ̃ ɖe anyigba ma dzi, eye meɖe nye dziku helĩhelĩ ɖe edzi to ʋukɔkɔɖi me hewu eƒe amewo kple woƒe lãwo la,
ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
20 Aƒetɔ Yehowa gblɔ be, yeta ye ŋutɔ yeƒe agbe be, ne Noa, Daniel kple Hiob anɔ anyigba la dzi gɔ̃ hã la, womate ŋu aɖe wo viŋutsuwo alo wo vinyɔnuwo o. Woawo ŋutɔ ɖokui ko woate ŋu aɖe kple woƒe dzɔdzɔenyenye.
ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।
21 “Elabena ale Aƒetɔ Yehowa gblɔe nye si, ‘Aleke gbegbe wòagasẽ wu ne medɔ nye ʋɔnudɔdrɔ̃ dziŋɔ ene siawo, yi, dɔwuame, lã wɔadãwo kple dɔvɔ̃ ɖa ɖe Yerusalem ŋu be woawu eƒe amewo kple eƒe lãwo siaa!
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?
22 Ke agbetsila aɖewo anɔ anyi anye viŋutsu kple vinyɔnu siwo woaɖe tso eme. Woaʋu le mia gbɔ, eye ne mekpɔ woƒe zɔzɔme kple nuwɔnawo la, miaƒe akɔ afa le dzɔgbevɔ̃e ɖe sia ɖe si mehe va Yerusalem dzi la ta.
ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ।
23 Woafa akɔ na mi ne miekpɔ woƒe zɔzɔme kple woƒe nuwɔnawo, elabena mianya be nyemewɔ naneke dzodzro o.’ Aƒetɔ Yehowae gblɔe.”
ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

< Hezekiel 14 >