< Mose 1 26 >

1 Dɔ gã aɖe to ɖe anyigba la dzi abe ale si wòto le Abraham ŋɔli ene. Ale Isak ʋu yi Gerar, afi si Abimelek, Filistitɔwo ƒe fia nɔ.
ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।
2 Yehowa ɖe eɖokui fiae le afi ma gblɔ nɛ be, “Mègayi Egipte o.
ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।
3 Wɔ nu si magblɔ na wò la, eye nànɔ afi sia le anyigba sia dzi. Ne èwɔ nye gbe dzi la, manɔ kpli wò, eye mayra wò. Matsɔ anyigba sia katã ana wò kple wò dzidzimeviwo abe ale si medo ŋugbe na fofowò, Abraham ene.
ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
4 Mana wò dzidzimeviwo nasɔ gbɔ abe ɣletiviwo ene! Matsɔ anyigba siawo katã ana wò, eye wòanye yayra na dukɔwo katã le xexea me.
ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
5 Mawɔ esia, elabena Abraham wɔ nye sewo kple ɖoɖowo katã dzi.”
ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”
6 Eya ta Isak nɔ Gerar.
ତହିଁରେ ଇସ୍‌ହାକ ଗରାରଠାରେ ବାସ କଲେ।
7 Esi Gerar ŋutsuwo bia gbee tso Rebeka ŋu la, egblɔ be, “Nɔvinye nyɔnue!” Ewɔ esia, elabena evɔ̃ be ne yeʋu eme be ye srɔ̃e la, woawu ye be yewoaxɔe, elabena edze tugbe ŋutɔ.
ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
8 Ke le ɣeyiɣi aɖe megbe la, Abimelek, Filistitɔwo ƒe fia do mo ɖe fesre nu, eye wòkpɔ ale si Isak kple Rebeka nɔ fefe fem.
ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‌ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।
9 Abimelek dɔ ame ɖe Isak, eye wòhe nya ɖe eŋu be, “Srɔ̃wòe nye Rebeka! Nu ka ta nègblɔ be ye nɔvie ɖo?” Isak ɖo eŋu be, “Elabena mevɔ̃ be woava wum, axɔ Rebeka aɖe.”
ତେଣୁ ଅବିମେଲକ ଇସ୍‌ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍‌ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”
10 Abimelek biae be, “Aleke nàte ŋu awɔ nu sia ɖe mía ŋu? Ame aɖe ate ŋu awɔ ahasi kplii le esime menya be srɔ̃tɔe o, eye wòahe dzɔgbevɔ̃e va mía dzi.”
ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”
11 Abimelek ɖe gbeƒã be, “Ame sia ame si awɔ nu masɔmasɔ aɖe ɖe ame sia alo srɔ̃a ŋu la aku.”
ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”
12 Le ƒe ma me la, Isak ƒe nukuwo ʋã ŋutɔ; nuku ɖe sia ɖe si wòƒã la tse ku geɖe, elabena Yehowa yrae.
ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
13 Ezu kesinɔtɔ gã aɖe, eye eƒe kesinɔnuwo ganɔ dzidzim ɖe edzi ko.
ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ
14 Eƒe lãhawo sɔ gbɔ ŋutɔ, eye subɔla geɖewo hã nɔ esi. Ale Filistitɔwo de asi ŋuʋaʋãe me.
ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
15 Woxe eƒe vudo siwo katã fofoa Abraham ƒe subɔlawo ɖe la.
ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ୱାରା ସେହି ସବୁ ପୋତି ପକାଇଲେ।
16 Fia Abimelek nya Isak le eƒe anyigba dzi. Egblɔ nɛ be, “Dzo yi teƒe bubu, elabena èzu kesinɔtɔ eye ŋusẽ le asiwò wu mí azɔ.”
ଏଥିଉତ୍ତାରେ ଅବିମେଲକ ଇସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”
17 Ale Isak ʋu yi Gerar ƒe balime, eye wònɔ afi ma koŋ.
ତହିଁରେ ଇସ୍‌ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।
18 Isak gbugbɔ fofoa Abraham ƒe vudo siwo Filistitɔwo xe le fofoa ƒe ku megbe la ɖe, eye wògbugbɔ ŋkɔ siwo fofoa na wo la tsɔ na wo.
ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍‌ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।
19 Eƒe alẽkplɔlawo hã ɖe vudo yeye aɖe ɖe Gerar ƒe balime, eye woke ɖe tsi dzidzi ŋu le anyigba ƒe tume.
ଆଉ ଇସ୍‌ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।
20 Ke alẽkplɔla siwo nye Gerartɔwo la dze go ɖe vudoa dzi. Wohe nya kple Isak ƒe alẽkplɔlawo gblɔ be, “Míaƒe anyigba kple míaƒe vudoe.” Ale wona ŋkɔ vudoa be, “Nyahehevudo.”
ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‌ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।
21 Isak ƒe amewo gaɖe vudo bubu, ke ʋiʋli gaɖo esia hã ŋu, eya ta wona ŋkɔ vudo la be, “Dɔmedzoevudo.”
ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‌ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ।
22 Isak ɖe asi le vudo sia hã ŋu, eye wògaɖe bubu. Ke afi ma tɔwo megabia nya aɖekee o. Nu sia na wona ŋkɔ vudo sia be Rehobot si gɔmee nye “Teƒe Li Na Mí Azɔ.” Eya ta egblɔ be, “Elabena mlɔeba la, Yehowa di teƒe na mí, eye míaɖe ɖɔ.”
ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”
23 Esi wòyi Beerseba la,
ଏଥିଉତ୍ତାରେ ସେ ସେହି ସ୍ଥାନରୁ ବେର୍‍ଶେବାକୁ ଗଲେ।
24 Yehowa ɖe eɖokui fiae le zã si me wòɖo afi ma la, eye wògblɔ nɛ be, “Nyee nye fofowò Abraham ƒe Mawu, mègavɔ̃ o, elabena meli kpli wò, eye mayra wò. Mana wò dzidzimeviwo nasɔ gbɔ ale gbegbe be woazu dukɔ gã aɖe le nye ŋugbedodo na Abraham, ame si ɖo tom la ta.”
ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
25 Isak ɖi vɔsamlekpui, eye wòsubɔ Yehowa. Eʋu va tsi afi ma, eye eƒe subɔlawo ɖe vudo ɖi.
ଏଥିଉତ୍ତାରେ ଇସ୍‌ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।
26 Gbe ɖeka la, Isak xɔ amedzro aɖewo tso Gerar. Ame siawo nye Fia Abimelek kple eƒe aɖaŋudela Ahuzat kple eƒe aʋafia Pixol.
ଏଥିଉତ୍ତାରେ ଅବିମେଲକ ଅହୁଷତ୍‍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍‌ହାକଙ୍କ ନିକଟକୁ ଗଲେ।
27 Isak bia wo be, “Nu ka ta mieva gbɔnye ɖo? Esi mienyam le miaƒe anyigba dzi ɖe madzɔmadzɔ dzi ɖe, nu ka wɔ ge mieva.”
ତହିଁରେ ଇସ୍‌ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?”
28 Woɖo eŋu be, “Míekpɔe dze sii kɔtɛe be Yehowa le yrawòm. Míedi be atamkaka nanɔ mía dome.
ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;
29 Do ŋugbe na mí be yemawɔ nuvevi mí abe ale si míewɔ nuvevi wò ene o. Le nyateƒe me la, nyui ko míewɔ na wò; ɖeko míena nèdzo le ŋutifafa me. Míeyra wò le Yehowa ƒe ŋkɔ me.”
ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
30 Ale Isak ɖo kplɔ̃ gã aɖe na wo, woɖu nu, no nu abe dzadzraɖo na nubabla la ƒe wɔnawo ene.
ସେତେବେଳେ ଇସ୍‌ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
31 Esi ŋu ke ŋdi kanya la, woka atam na wo nɔewo be yewomatsi tsitre ɖe yewo nɔewo ŋu o. Emegbe Isak do mɔ wo, eye wodzo yi aƒe kple dzidzɔ.
ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍‌ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।
32 Gbe ma gbe ke Isak ƒe subɔlawo va gblɔ nɛ be, “Míeke ɖe tsi ŋu le vudo si ɖem míele la me.”
ସେହି ଦିନ ଇସ୍‌ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”
33 Eya ta Isak na ŋkɔ vudo la be, “Atamvudo.” Eya ta woyɔa du si wotso ɖe afi ma la be Beerseba va se ɖe egbe.
ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍‍ଶେବା ନାମରେ ଖ୍ୟାତ ଅଟେ।
34 Esi Esau xɔ ƒe blaene la, eɖe Hititɔ Beeri ƒe vinyɔnu Yudit, eye wògaɖe Hititɔ Elon ƒe vinyɔnu Basemat.
ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍‍ର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।
35 Ke Isak kple Rebeka mekpɔ dzidzɔ le Esau ƒe srɔ̃ siawo ɖeɖe ŋu o.
ମାତ୍ର ସେମାନେ ଇସ୍‌ହାକ ଓ ରିବିକାଙ୍କ ମନର ଦୁଃଖଦାୟିନୀ ହେଲେ।

< Mose 1 26 >