< Mose 1 47 >

1 Esi wova ɖo la, Yosef yi Farao gbɔ, eye wògblɔ nɛ be, “Fofonye kple nɔvinyewo tso Kanaan va ɖo afii kple woƒe lãwo kpakple woƒe nuwo katã. Wodi be yewoanɔ Gosenyigba dzi.”
ଏଥିଉତ୍ତାରେ ଯୋଷେଫ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିଲେ, “ମୋʼ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ନେଇ ଆସିଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି।”
2 Ekplɔ nɔvia ŋutsu atɔ̃ ɖe asi, eye wòɖe wo fia Farao.
ପୁଣି, ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚ ଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।
3 Farao bia wo be, “Dɔ ka miewɔna?” Woɖo eŋu be, “Míenye alẽkplɔlawo abe mía tɔgbuiwo kple mía fofowo ene.
ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।”
4 Míeva be míanɔ Egipte, elabena gbeɖuƒe mele Kanaanyigba dzi na míaƒe lãwo o; dɔwuame la nu sesẽ le afi ma ŋutɔ. Míele mɔ biam be nàna míanɔ Gosenyigba dzi.”
ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”
5 Farao gblɔ na Yosef be, “Fofowò kple nɔviwò ŋutsuwo va gbɔwò,
ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସିଅଛନ୍ତି,
6 eye Egiptenyigba le ŋkuwò me. Na fofowò kple nɔviwò ŋutsuwo nanɔ anyigba la ƒe akpa nyuitɔ dzi. Na woanɔ Gosen. Ne ènya wo dometɔ aɖe si ŋu ŋutete tɔxɛ aɖe le la, nàna wòakpɔ nye ŋutɔ nye lãhawo dzi.”
ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”
7 Emegbe la, Yosef kplɔ fofoa, Yakob va Farao gbɔ, eye Yakob yra Farao.
ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।
8 Farao bia Yakob be, “Ƒe neni nèxɔ?”
ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ?”
9 Yakob ɖo eŋu be, “Mexɔ ƒe alafa ɖeka blaetɔ̃, meto nu sesẽ geɖewo me, eye nyemetsi abe fofonyewo ene haɖe o.”
ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
10 Yakob gayra Farao hafi dzo.
ଏଥିଉତ୍ତାରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ।
11 Ale Yosef tsɔ anyigba nyuitɔ le Egipte, afi si nye Ramesesnyigba la na fofoa kple nɔviawo abe ale si Farao gblɔe ene.
ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍‍, ରାମିଷେଷ୍‍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।
12 Yosef na nuɖuɖu wo ɖe ame siwo dzi kpɔm wole la ƒe xexlẽme nu.
ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।
13 Dɔwuame la nu ganɔ sesẽm ɖe edzi kokoko le Egipte kple Kanaan siaa.
ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।
14 Yosef xɔ ga siwo katã le ame siwo le Egipte kple Kanaan la si, eye wòna nuɖuɖu wo ɖe woƒe ga teƒe. Etsɔ ga la de Farao ƒe gadzraɖoƒe.
ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।
15 Azɔ ga vɔ keŋkeŋ le ameawo si, gake wogava Yosef gbɔ kple kukuɖeɖe be wòagana nuɖuɖu yewo. Wogblɔ nɛ be, “Míaƒe ga vɔ keŋkeŋ, gake na nuɖuɖu mí, elabena mele be míaku o.”
ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?”
16 Yosef ɖo eŋu na wo be, “Enyo, mitsɔ miaƒe lãwo nam ne miaxɔ nuɖuɖu ɖe wo teƒe.”
ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”
17 Ale wotsɔ woƒe nyiwo vɛ na Yosef, eye woxɔ nuɖuɖu ɖe wo teƒe. Le ɣeyiɣi kpui aɖe megbe la, Egiptetɔwo ƒe sɔwo, alẽwo, nyiwo kple tedziwo katã zu Farao tɔ.
ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।
18 Esi ƒe trɔ la, wogayi Yosef gbɔ, eye wogblɔ nɛ be, “Aƒetɔ, míate ŋu aɣla nya aɖeke ɖe wò o. Míaƒe ga vɔ, eye míaƒe lãhawo zu tɔwò; míaƒe nu siwo susɔ la koe nye míaƒe ŋutilãwo kple míaƒe agblenyigbawo.
ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ।
19 Nu ka ta míaku ɖo? Ƒle mí kple míaƒe agblenyigbawo, eye míawo kple míaƒe agblenyigbawo siaa míazu Farao tɔ. Míadzra mía ɖokuiwo na wò axɔ nuɖuɖu, ekema míatsi agbe, eye anyigba la matsi yame o.”
ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତାʼପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”
20 Ale Yosef ƒle Egiptetɔwo ƒe agblenyigbawo katã na Farao. Egiptetɔwo katã dzra woƒe anyigbawo, elabena dɔwuame la nu sesẽ ŋutɔ. Ale anyigba la zu Farao tɔ.
ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା।
21 Ale Egiptetɔwo katã zu awɔbamewo na Farao.
ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ।
22 Anyigba si meƒle o la koe nye esi nye nunɔlawo tɔ, elabena Farao naa nuɖuɖu wo, eye mehiã be woadzra woƒe anyigba o.
ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁ ଫାରୋଙ୍କର ଦତ୍ତ ବୃତ୍ତି ଦ୍ୱାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ।
23 Yosef gblɔ na ameawo be, “Meƒle miawo ŋutɔ kple miaƒe anyigbawo na Farao. Blie nye esi, miyi miade agble.
ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।
24 Mima nu sia nu si miaxa la ɖe akpa atɔ̃ me; ɖeka nanye Farao tɔ. Akpa ene nanye mia tɔ, wòanye nuƒaƒã le ƒe si gbɔna la me kple nuɖuɖu na miawo ŋutɔ miaƒe aƒemetɔwo kple mia viwo.”
ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”
25 Ameawo gblɔ be “Èɖe míaƒe agbe! Aƒetɔ, ne àlɔ̃ la, míanye awɔbamewo na Farao.”
ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”
26 Eya ta Yosef wɔe wòzu se le Egiptenyigba blibo la dzi va se ɖe egbegbe be woadzɔ agblemenukuwo katã ƒe akpa atɔ̃lia na Farao. Nuku siwo woƒã ɖe nunɔlawo ƒe anyigba dzi la koe mele eme o.
ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।
27 Ale Israel nɔ Gosenyigba dzi le Egipte. Nuwo de asi nyonyo me na Israelviwo kabakaba, eye wodzi sɔ gbɔ fũu.
ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।
28 Yakob ganɔ agbe ƒe wuiadre esime wòva ɖo Gosen, ale exɔ ƒe alafa ɖeka blaene-vɔ-adre hafi ku.
ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।
29 Esi Israel ƒe kuɣi gogo la, eyɔ via Yosef gblɔ nɛ be, “Ka atam nam be yeawɔ nye didi mamlɛtɔ dzi nam: Mègaɖim ɖe Egipte o.
ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।
30 Ne meku la, tsɔm dzoe le Egipte, eye nàɖim ɖe tɔgbuinyewo xa.” Yosef ka atam sia.
ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”
31 Israel ƒoe ɖe enu be, “Ka atam nam be yeawɔe.” Yosef ka atam la. Tete Israel gamlɔ eƒe aba dzi.
ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ୱରଙ୍କ ଆରାଧନା କଲେ।

< Mose 1 47 >