< Yeremia 13 >
1 Ale Yehowa gblɔ nam be, “Yi nàƒle alidziblanu si wowɔ kple aklala biɖibiɖi, eye nàtsɔe abla wò ali dzi. Ke mègana wòade tsi me o.”
ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”
2 Ale meƒle alidziblanu la abe ale si Yehowa gblɔ nam ene, eye metsɔe bla nye ali dzi.
ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।
3 Tete Yehowa ƒe nya va nam zi evelia be,
ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
4 “Tsɔ alidziblanu si nèƒle tsɔ bla ali dzi la, nàyi ɖe Frat azɔ eye nàɣlae ɖe kpetome le afi ma.”
“ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”
5 Ale meyi ɖaɣlae ɖe Frat abe ale si Yehowa gblɔ nam ene.
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍ ନଦୀ ନିକଟରେ ତାହା ଲୁଚାଇ ରଖିଲି।
6 Le ŋkeke geɖewo megbe la, Yehowa gblɔ nam be, “Yi ɖe Frat azɔ nàɖatsɔ alidziblanu si megblɔ na wò be nàɣla ɖe afi ma.”
ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”
7 Ale meyi ɖe Frat ɖaku alidziblanu la le teƒe si meɣlae ɖo. Ke azɔ la mekpɔ be enyunyɔ eye ŋudɔwɔnu aɖeke megale eŋu o.
ତେବେ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ।
8 Yehowa ƒe gbe va nam be,
ତେବେ “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
9 “Ale Yehowa gblɔe nye esi: ‘Alea kee magblẽ Yuda ƒe dada kple Yerusalem ƒe dada gã la mee.
ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।
10 Ame vɔ̃ɖi siawo, esi wogbe nye gbe sese hedze woƒe dziwo ƒe aglãdzedze yome eye woti mawu bubuwo yome be yewoasubɔ wo, ade ta agu na wo la, anɔ abe alidziblanu sia si ŋu wɔna aɖeke megale o la ene.’
ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।
11 Yehowa be, ‘Elabena, abe ale si alidziblanu nɔa ali dzii na ŋutsu ene la, nenema mebla Israel ƒe aƒe la katã kple Yuda ƒe aƒe la katãe ɖe ɖokuinye ŋu be woanye nye dukɔ, nye bubu, nye kafukafu kple nye atsyɔ̃ gake wogbe toɖoɖo.’
କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।
12 “Gblɔ na wo be, ‘Ale Yehowa, Israel ƒe Mawu la gblɔe nye esi: Miku wain ɖe lãgbalẽgoawo katã me.’ Eye ne woagblɔ na wò be, ‘Ɖe míenyae be ele be woaku wain ɖe goawo katã me o hã?’ la,
ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’
13 ekema gblɔ na wo be, aleae Yehowa gblɔe nye esi: ‘Matsɔ ahamumu ayɔ ame siwo katã le anyigba la dzi mee fũu, fia siwo nɔ David ƒe fiazikpui dzi la hã anɔ eme hekpe ɖe nunɔlawo, nyagblɔɖilawo kple ame siwo katã le Yerusalem ŋuti.
ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।
14 Yehowa be, matsɔ wo axlã ɖe wo nɔewo, fofowo kple viwo siaa, nyemana be nublanuikpɔkpɔ, amenuveve alo dɔmetɔtrɔ nawɔe be magbe wo tsɔtsrɔ̃ o.’”
ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”
15 Misee, miƒu to anyi, migado mia ɖokui ɖe dzi o, elabena Yehowae ƒo nu.
ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।
16 Mitsɔ ŋutikɔkɔe na Yehowa, miaƒe Mawu la hafi wòahe viviti vɛ, hafi miaƒe afɔwo nanɔ nu klim le togbɛ dovivitiwo dzi. Miele mɔ kpɔm na kekeli, ke ana wòazu viviti tsiɖitsiɖi eye wòatrɔe wòazu blanuiléle ƒe blukɔ.
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
17 Ke ne mieɖo to o la, mafa avi le bebeme le miaƒe dada ta. Nye ŋkuwo afa avi vevie eye aɖatsi ado le mo nam blobloblo elabena woaɖe aboyo Yehowa ƒe alẽha la.
ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
18 Gblɔ na fia la kple fiasrɔ̃ la be, “Miɖi le miaƒe fiazikpuiwo dzi elabena miaƒe atsyɔ̃fiakukuwo age le ta na mi.”
ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍, ଗୌରବ ମୁକୁଟ ତଳେ ପଡ଼ିଅଛି।
19 Woatu du siwo le gbegbe la ƒe agbowo eye ame aɖeke meli si aʋu wo o. Woaɖe aboyo Yudatɔwo katã eye woakplɔ wo adzoe.
ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।
20 Mifɔ mo dzi ne miakpɔ ame siwo gbɔna tso anyiehe. Afi ka alẽha si wotsɔ de asi na mi la le, alẽha si dzi miedana ɖo?
ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?
21 Nu ka nàgblɔ nenye be Yehowa tsɔ ame siwo nèhe be woanye xɔ̃wòwo la ɖo tatɔwo na wò? Ɖe màse veve abe nyɔnu si le ku lém la ene oa?
ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?
22 Ne èbia ɖokuiwò be, “Nu ka ta nu sia dzɔ ɖe dzinye hã la le wò nu vɔ̃ gbogboawo ta wovuvu avɔ le ŋuwò eye wowɔ fu wò ŋutilã ɖo?
ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ, ) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
23 Ɖe Etiopiatɔ ate ŋu atrɔ eƒe ŋutigbalẽ alo lãkle natrɔ agbalẽ ŋɔtaŋɔta si le eŋutia? Nenema kee mi ame siwo vɔ̃wɔwɔ ma la, miate ŋu awɔ nyui o.”
କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?
24 Yehowa be, “Makaka mi ahlẽ abe ale si dzogbeya lɔa tsro ɖe nu ene.
ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା।
25 Esiae nye tɔwò kple wò gomekpɔkpɔ si meɖo ɖi na wò, elabena ègblẽm ɖi hedze aʋatsomawuwo yome.
ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
26 Maɖe avɔ le ŋuwò atsɔ atsyɔ mo na wò be woakpɔ wò ŋukpeƒe,
ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।
27 wò ahasiwɔwɔ, wò ahiãgbetetewo kple wò gbolowɔwɔ ŋukpemanɔmetɔe! Mekpɔ wò ŋunyɔnuwɔwɔwo le togbɛwo dzi kple baliwo me. Oo, Yerusalem, babaa na wò. Va se ɖe ɣe ka ɣi nàƒo ɖi ase ɖo?”
ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”