< Nehemia 9 >

1 Le ɣleti sia ke ƒe ŋkeke blaeve-vɔ-enelia gbe la, Israelviwo gava kpe ta. Azɔ la, wotsi nu dɔ, ta akpanya, eye wolɔ ke kɔ ɖe ta me.
ସେହି ମାସର ଚବିଶତମ ଦିନରେ ଇସ୍ରାଏଲ-ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।
2 Israelviwo ɖe wo ɖokui ɖe aga tso amedzrowo gbɔ. Wotsi tsitre ɖe wo nɔƒewo, eye woʋu woawo ŋutɔ ƒe nu vɔ̃ kple wo fofowo ƒe nu tovowo wɔwɔ me.
ଆଉ, ଇସ୍ରାଏଲ ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।
3 Woxlẽ Seawo tso Yehowa, woƒe Mawu, ƒe Segbalẽ la me gaƒoƒo etɔ̃, eye wowɔ gaƒoƒo etɔ̃ bubu ŋu dɔ heʋu woƒe nu vɔ̃wo me hesubɔ Yehowa, woƒe Mawu la.
ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।
4 Levitɔ aɖewo nɔ agba la dzi, eye wonɔ Yehowa kafum kple aseyetsohawo. Ame siawoe nye, Yesua, Bani, Kadmiel, Sebania, Buni, Serebia, Bani kple Kenani.
ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।
5 Levitɔwo ƒe kplɔlawo gblɔ na ameawo be, “Mitsi tsitre miakafu Yehowa, miaƒe Mawu la, elabena eli tso mavɔ me yi mavɔ me. Mikafu eƒe ŋkɔ kɔkɔe la! Elolo sãa wu nu si míate ŋu abu kple ale si míate ŋu agblɔ!” Kplɔla siawoe nye Yesua, Kadmiel, Bani, Hasabneia, Serebia, Hodia, Sebania kple Petahia.
ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
6 Ezra do gbe ɖa be, “O! Yehowa, wò ɖeka koe nye Mawu. Wòe wɔ dziƒo kple dziƒowo ƒe dziƒo, anyigba kple atsiaƒu kple nu siwo katã le wo me. Wòe kpɔa wo katã dzi, eye wòe mawudɔlawo katã subɔna.
କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।
7 “Wòe nye Yehowa Mawu, ame si tia Abram, eye nèkplɔe do goe tso Ur le Kaldea, eye nètrɔ ŋkɔ nɛ be Abraham.
ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍‍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;
8 Esi wòwɔ nuteƒe na wò la, èbla nu kplii tegbee be yeatsɔ Kanaantɔwo, Hititɔwo, Amoritɔwo, Perizitɔwo, Yebusitɔwo kple Girgasitɔwo ƒe anyigba anae kple eƒe dzidzimeviwo tegbetegbe. Èwɔ wò ŋugbedodo dzi, elabena ènye nuteƒewɔla.
ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍‍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।
9 “Èkpɔ mía tɔgbuiwo ƒe fukpekpe kple nuxaxa le Egipte, eye nèse woƒe ɣlidodo tso Ƒu Dzĩ la to.
ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;
10 Èwɔ dzesi kple nukunu triakɔwo fia Fia Farao kple eƒe amewo, elabena ènya fu siwo Egiptetɔwo nɔ wo wɔm. Èxɔ ŋkɔ gã le nu gã siwo nèwɔ, eye womaŋlɔ wo be akpɔ o la ta.
ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ପ୍ରକାଶ କଲ; କାରଣ ମିସରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।
11 Èma atsiaƒu la ɖe akpa eve me, ale be wò amewo nate ŋu azɔ anyigba ƒuƒui dzi atso atsiaƒu la! Gake ètsrɔ̃ woƒe futɔwo ɖe atsiaƒu la ƒe gogloƒe. Wonyrɔ abe kpe ene ɖe atsiaƒu la me.
ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।
12 Ètsɔ lilikpo dodo kplɔ mía tɔgbuiwo le ŋkeke me, eye nèkplɔ wo kple dzosɔti le zã me, ale be woate ŋu akpɔ mɔ.
ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।
13 “Èɖiɖi va Sinai to la dzi, èƒo nu kpli wo tso dziƒo, eye nèna Se kple ɖoɖo nyui siwo le eteƒe la wo.
ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
14 Ède Se na wo tso Dzudzɔgbe kɔkɔe la ŋu, ède Seawo na wo to wò dɔla, Mose dzi be woawɔ wo katã dzi.
ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;
15 “Esi dɔ wu wo la, èna nuɖuɖu wo tso dziƒo, eye esi tsikɔ wu wo la, èna tsi wo tso agakpe la me. Èɖe gbe na wo be woayi aɖaxɔ anyigba si nèka atam be yeana wo.
ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇ ଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।
16 Ke mía tɔgbuiwo nye dadalawo kple kɔlialiatɔwo, eye wogbe toɖoɖo wò Seawo.
ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
17 “Wogbe wò Seawo dzi wɔwɔ, eye womebu nukunu siwo nèwɔ le wo dome o, ke boŋ wodze aglã, eye wotia kplɔla aɖe be wòakplɔ yewo atrɔ ayi kluvinyenye me le Egipte! Ke tsɔtsɔke ƒe Mawu kple amenuvela nènye. Mèdoa dɔmedzoe kabakaba o; lɔlɔ̃ kple nublanuikpɔkpɔ sɔ gbɔ le mewò, eya ta megble wo ɖi o,
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
18 togbɔ be wowɔ sikanyivilegba, eye wogblɔ be ‘Esiae nye míaƒe mawu! Eyae kplɔ mi tso Egipte’ hã. Wowɔ nu vɔ̃ le mɔ geɖewo nu,
ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, ‘ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,’ ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;
19 ke le wò amenuveve ƒe agbɔsɔsɔ ta la, mègble wo ɖi be woaku le gbedzi o! Alilĩkpododo la kplɔa wo yia ŋgɔe gbe sia gbe, eye dzosɔti la fiaa mɔ wo le zã me.
ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।
20 Èɖo wò Gbɔgbɔ nyui la ɖa be wòafia nu wo. Mèdzudzɔ mananana wo tso dziƒo o, mèdzudzɔ tsinana wo be wòatsi woƒe tsikɔwuame nu o.
ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।
21 Èkpɔ wo dzi ƒe blaene le gbedzi, naneke mehiã wo le ɣeyiɣi ma me o. Woƒe awuwo mevuvu o, eye woƒe afɔwo hã mete o!
ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ।
22 “Èkpe ɖe wo ŋu woɖu fiaɖuƒe gãwo kple dukɔ geɖewo dzi, eye nèda wò amewo ɖe anyigba la ƒe dzogoe ɖe sia ɖe dzi. Woxɔ Fia Sixɔn, Amoritɔwo ƒe fia, si nɔ Hesbon kple Ɔg, Basan fia, ƒe anyigbawo.
ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍‍, ହିଷ୍‍ବୋନ ରାଜାର ଦେଶ ଓ ବାଶନର ଓଗ୍‍ ରାଜାର ଦେଶ ଅଧିକାର କଲେ।
23 Èna Israelviwo dzi sɔ gbɔ fũu abe dziƒoɣletiviwo ene, eye nèkplɔ wo va anyigba si ŋugbe nèdo na wo tɔgbuiwo la dzi.
ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।
24 Èbɔbɔ dukɔ blibowo ɖe anyi le wo ŋgɔ, Kanaan fiawo kple woƒe amewo gɔ̃ hã zu ŋusẽmanɔŋutɔwo!
ଏହିରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜାଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ।
25 Wò amewo xɔ du gã siwo woglã la kple agbledenyigba nyuiwo. Woxɔ aƒe geɖe siwo me nu nyuiwo abe vudo, waingblewo, amitivewo kple kutsetseti geɖewo ene la le. Ale woɖu nu ɖi ƒo, eye wò yayrawo sɔ gbɔ ɖe wo dzi.
ତହିଁରେ ସେମାନେ ପ୍ରାଚୀର-ବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।
26 “Ke, togbɔ be nèwɔ esiawo katã na wo hã la, wosẽ to, eye wodze aglã ɖe ŋuwò. Woɖe asi le wò sewo ŋu, wowu nyagblɔɖila siwo gblɔ na wo be woatrɔ ava gbɔwò, eye wogawɔ nu vɔ̃ vɔ̃ɖi bubu geɖewo.
ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
27 Ale nètsɔ wo de asi na woƒe futɔwo. Ke le woƒe xaxaɣiwo me la, wodo ɣli na wò, èse woƒe ɣlidodo tso dziƒo, eye le wò amenuveve ta la, èɖo amewo ɖa be woaɖe wo tso woƒe futɔwo ƒe
ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
28 “Ke esi nuwo nɔ yiyim na wo nyuie ko la, wò amewo gatrɔ ɖe nu vɔ̃ wɔwɔ ŋu, eye nègana woƒe futɔwo gaɖu wo dzi. Ke ne wò amewo trɔ va gbɔwò, ɖe kuku na wò, bia wò kpekpeɖeŋu ko la, ègaɖoa to wo tso dziƒo, eye nèɖea wo to wò amenuveve gã la me!
ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।
29 Èhea to na wo ale be nàtrɔ wo ɖe wò seawo ŋu. Ke, togbɔ be wò seawo dzi wɔwɔe naa agbe ame hã la, wò amewo nye dadalawo, eye womeɖo to o, ke boŋ woyi nu vɔ̃ wɔwɔ dzi.
ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।
30 Ègbɔ dzi ɖi na wo ƒe geɖewo, eye to wò Gbɔgbɔ dzi la, èna nyagblɔɖilawo ƒo nu na wo be woadzudzɔ nu vɔ̃ wɔwɔ, ke womeɖo to wo o. Ale nègana dukɔ siwo subɔa trɔ̃wo la gaɖu wo dzi.
ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।
31 Ke le wò amenuveve sɔ gbɔ la ta la, mètsrɔ̃ wo keŋkeŋ alo gble wo ɖi o. Mawu amenuvetɔ kple dɔmenyotɔ gãe nènye!
ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
32 “Eya ta, azɔ la, Oo, Mawu gã, si ŋu ŋɔdzi le, wò ame si wɔa wò lɔlɔ̃ kple amenuveve ƒe ŋugbedodo dzi la, mègana fukpekpe siwo katã va mía dzi la, naɖi nu tsɛ aɖeke le wò ŋkume o. Fukpekpe geɖewo va míawo ŋutɔ, míaƒe fiawo, fiaviwo, nyagblɔɖilawo kple tɔgbuiwo dzi ɣeyiɣi si Asiria fia ɖu mía dzi zi gbãtɔ va se ɖe egbe.
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍‍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
33 Tɔwò dzɔ ɣe sia ɣi si nèhe to na mí. Míewɔ nu vɔ̃ ale gbegbe be nu si dze mí la koe nèwɔ mí.
ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
34 Míaƒe fiawo, dumegãwo, nunɔlawo kple mía tɔgbuiwo mewɔ wò sewo dzi o, eye womeɖo to wò nuxlɔ̃amenyawo o.
ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।
35 Togbɔ be èwɔ nukunu geɖewo na wo, eye nèkɔ wò amenuveve ɖe wo dzi fũu hã la, womesubɔ wò o. Èna anyigba gã aɖe si nyoa nu la wo, gake wogbe asiɖeɖe le woƒe mɔ vɔ̃wo ŋu.
ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି।
36 “Ale míeganye kluviwo le afii, le anyigba si dzi nu nyuiwo bɔ ɖo fũu la dzi! Míeganye kluviwo le nu nyui gbogbo siawo dome!
ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।
37 Anyigba sia dzi nuku nyuiwo va yi fia siwo nèna woɖu mía dzi le míaƒe nu vɔ̃wo ta la ƒe asime. Wokpɔ ŋusẽ ɖe míaƒe ŋutilã kple míaƒe lãwo dzi. Míesubɔa wo abe ale si wodi ene, eye míezu nublanuitɔ gãwo.”
ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ।”
38 “Le esiawo katã ta la, míegale ŋugbe dom be míasubɔ Aƒetɔ la, eya ta mí kple míaƒe dumegãwo kple Levitɔwo kple nunɔlawo míele asi dem nubabla sia te.”
ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି।

< Nehemia 9 >