< Mose 4 19 >

1 Yehowa gblɔ na Mose kple Aron be,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
2 “Esiae nye se si Yehowa de. Migblɔ na Israelviwo be woatsɔ nyinɔ dzĩ si ŋu kpɔtsɔtsɔ aɖeke mele o, eye womede kɔkuti kɔ nɛ kpɔ o la vɛ na mi.
“ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।
3 Mitsɔe na nunɔla Eleazar, miana wòahee ayi asaɖa la godo, eye wòana ame aɖe nawui le eŋkume.
ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।
4 Ekema nunɔla Eleazar ade eƒe asibidɛ ʋu la me, eye wòahlẽ ʋu la zi adre ɖe Agbadɔ la ƒe mɔnu lɔƒo.
ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।
5 Le esia megbe la, wòana woatɔ dzo nyinɔ la, eƒe agbalẽ, eƒe lã, eƒe ʋu kple eƒe afɔdzi siaa le eŋkume.
ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।
6 Nunɔla Eleazar atsɔ sedati kple kakle ƒe alɔdze kple ka dzĩ ada ɖe dzo la me.
ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।
7 Le esia megbe la, nunɔla anya eƒe awuwo, ale tsi, atrɔ ayi asaɖa la me, eye eŋuti makɔ o va se ɖe fiẽ.
ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
8 Ame si tɔ dzo lã la hã anya eƒe awuwo, ale tsi, eye eya hã ŋuti makɔ o va se ɖe fiẽ.
ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
9 “Ekema ame si ŋu kɔ la, aƒo nyinɔ la ƒe afi nu ƒu, eye woadae ɖe teƒe si ŋuti kɔ le asaɖa la godo afi si woadzrae ɖo na Israelviwo abe afi si woaku tsi le ene hena nuŋukɔkɔ ƒe wɔnawo na nu vɔ̃ ɖeɖe ɖa.
ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।
10 Ame si ƒo ƒu nyinɔ la ƒe afi la anya eƒe awuwo, eye eŋuti makɔ o va se ɖe fiẽ. Esia nye se na Israelviwo kple amedzro siwo le wo dome la tegbetegbe.
ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ-ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।
11 “Ame sia ame si ka asi ame kuku ŋu la ŋuti makɔ o ŋkeke adre.
ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।
12 Ele be wòakɔ eɖokui ŋuti le ŋkeke etɔ̃lia kple adrelia gbe kple tsi, si tso nyinɔ la ƒe afi me. Ekema eŋuti akɔ. Ne mewɔ esia le ŋkeke etɔ̃lia dzi o la, ekema eƒe ŋutimakɔmakɔ la ayi edzi adze le ŋkeke adrelia gɔ̃ hã ŋu.
ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।
13 Ame sia ame si aka asi ame kuku aɖe ŋu, eye mekɔ eɖokui ŋu le mɔ sia dzi o la gblẽ kɔ ɖo na Yehowa ƒe agbadɔ la, eye woaɖee ɖa le Israelviwo dome. Womehlẽ tsi kɔkɔe la ɖe eŋu o, eya ta makɔmakɔnyenye la gale eŋu ko.
ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।
14 “Se siwo dzi woawɔ ne ŋutsu aɖe ku le agbadɔ aɖe me la woe nye esiawo: Ame sia ame si ge ɖe agbadɔ la me kple ame siwo nɔ agbadɔ la me ɣe ma ɣi la ŋuti mekɔ o ŋkeke adre.
କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ।
15 Nu sia nu si nu nutunu mele o la ŋuti mekɔ o.
ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣୀ ବନ୍ଧା ନ ଥାଏ, ତାହା ଅଶୁଚି ହେବ।
16 “Ne ame aɖe le gbedzi, eye wòka asi ame si wowu le aʋa me alo ame si ku le mɔ bubu aɖe nu ƒe kukua ŋuti alo ka asi ame kuku aɖe ƒe ƒu alo yɔdo ŋu la, eŋuti mekɔ o ŋkeke adre.
ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।
17 “Hena amea ŋuti kɔkɔ la, woatsɔ dzowɔ tso nyinɔ la ƒe numevɔsa ƒe dzowɔ me ade tsi dzidzi ƒe tsi me le tsiɖonu me.
ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।
18 Ekema ame si ŋuti kɔ la, atsɔ kakle ƒe alɔdzewo ade tsi la me, eye wòahlẽ tsi la ɖe agbadɔ la kple ze kple gagbɛ siwo katã nɔ agbadɔ la me kple ame si ƒe agbadɔ la me nɔnɔ alo eƒe asikaka ameƒu alo ame kuku aɖe alo yɔdo aɖe ŋu na be eŋuti mekɔ o la ŋu.
ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।
19 Woawɔ nu sia le ŋkeke etɔ̃lia kple adrelia gbewo. Emegbe la, amea anya eƒe awuwo, ale tsi, eye eŋuti akɔ le fiẽ.
ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।
20 “Ke ne ame aɖe ŋuti mekɔ o, gake wògbe be yemakɔ ye ɖokui ŋuti o la, woaɖee ɖa le ha me, elabena egblẽ kɔ ɖo na Yehowa ƒe kɔkɔeƒe la, eye esi womehlẽ ameŋukɔtsi la ɖe eŋu o ta la, eŋuti mekɔ o.
ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।
21 Esia nye se na mi tegbetegbe. Ele be ame si hlẽ tsi kɔkɔe la ɖe amea ŋu la nanya eƒe awuwo emegbe. Ame sia ame si ka asi tsi la ŋu la ŋu mekɔ o va se ɖe fiẽ.
ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ।
22 Nu sia nu si ŋu ame si ŋuti mekɔ o la ka asii la ŋu makɔ o va se ɖe fiẽ.”
ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”

< Mose 4 19 >