< 2 Samuel 6 >
1 David rassembla encore toute l’élite d’Israël, au nombre de trente mille hommes.
ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ।
2 Accompagné de tout le peuple réuni auprès de lui, David se leva et se mit en marche depuis Baalé-Juda, pour faire monter de là l’arche de Dieu, sur laquelle est invoqué le Nom, le nom de Yahweh des armées qui siège sur les Chérubins.
ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।
3 Ils placèrent sur un chariot neuf l’arche de Dieu, et l’emmenèrent de la maison d’Abinadab, qui était sur la colline; Oza et Achio, fils d’Abinadab, conduisaient le chariot neuf
ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।
4 (et ils l’emmenèrent de la maison d’Abinadab, qui était sur la colline) avec l’arche de Dieu; Achio marchait devant l’arche.
ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।
5 David et toute la maison d’Israël dansaient devant Yahweh, au son de toutes sortes d’instruments de bois de cyprès, de harpes, de luths, de tambourins, de sistres et de cymbales.
ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।
6 Lorsqu’ils furent arrivés à l’aire de Nachon, Oza étendit la main vers l’arche de Dieu et la saisit, parce que les bœufs avaient fait un faux pas.
ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ୱରଙ୍କ ସିନ୍ଦୁକ ଧରିଲା।
7 La colère de Yahweh s’enflamma contre Oza, et Dieu le frappa sur place, à cause de sa précipitation; et Oza mourut là, près de l’arche de Dieu.
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।
8 David fut fâché de ce que Yahweh avait ainsi porté un coup à Oza; et ce lieu a été appelé jusqu’à ce jour Phéréts-Oza.
ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
9 David eut peur de Yahweh en ce jour-là, et il dit: « Comment l’arche de Yahweh viendrait-elle vers moi? »
ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କିପ୍ରକାରେ ମୋʼ ନିକଟକୁ ଆସିବ?”
10 Et David ne voulut pas retirer l’arche de Yahweh chez lui, dans la cité de David; et la David la fit conduire dans la maison d’Obédédom de Geth.
ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ,
11 L’arche de Yahweh resta trois mois dans la maison d’Obédédom de Geth, et Yahweh bénit Obédédom et toute sa maison.
ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ।
12 On vint dire au roi David: « Yahweh a béni la maison d’Obédédom et tout ce qui est à lui, à cause de l’arche de Dieu. » Et David se mit en route, et il fit monter l’arche de Dieu de la maison d’Obédédom dans la cité de David, avec un joyeux cortège.
ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।
13 Quand les porteurs de l’arche de Yahweh eurent fait six pas, on offrit en sacrifice un bœuf et un veau gras.
ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।
14 David dansait de toute sa force devant Yahweh, et David était ceint d’un éphod de lin.
ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।
15 David et toute la maison d’Israël firent monter l’arche de Yahweh avec des cris de joie et au son des trompettes.
ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ୱନି ଓ ତୂରୀଧ୍ୱନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ।
16 Lorsque l’arche de Yahweh entra dans la cité de David, Michol, fille de Saül, regarda par la fenêtre et, voyant le roi David sauter et danser devant Yahweh, elle le méprisa dans son cœur.
ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।
17 Après qu’on eut fait entrer l’arche de Yahweh et qu’on l’eut déposée à sa place, au milieu de la tente que David avait dressée pour elle, David offrit devant Yahweh des holocaustes et des sacrifices pacifiques.
ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
18 Quand David eut achevé d’offrir les holocaustes et les sacrifices pacifiques, il bénit le peuple au nom de Yahweh des armées.
ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ସେ ଲୋକମାନଙ୍କୁ ଆଶୀର୍ବାଦ କଲେ।
19 Puis il distribua à tout le peuple, à toute la multitude d’Israël, hommes et femmes, à chacun un gâteau, une portion de viande et une pâte de raisins. Et tout le peuple s’en alla chacun dans sa maison.
ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।
20 Comme David s’en retournait pour bénir sa maison, Michol, fille de Saül, sortit à la rencontre de David, et elle dit: « Quelle gloire aujourd’hui pour le roi d’Israël de s’être découvert aujourd’hui aux yeux des servantes de ses serviteurs, comme se découvrirait un homme de rien! »
ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ!”
21 David répondit à Michol: « C’est devant Yahweh, qui m’a choisi de préférence à ton père et à toute sa maison pour m’établir prince sur son peuple, sur Israël, c’est devant Yahweh que j’ai dansé.
ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।
22 Je m’humilierai encore plus que cela et je serai vil à mes propres yeux, et auprès des servantes dont tu parles, auprès d’elles, je serai en honneur. »
ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”
23 Et Michol, fille de Saül, n’eut pas d’enfant jusqu’au jour de sa mort.
ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।