< 2 Samuel 3 >

1 La guerre fut longue entre la maison de Saül et la maison de David. David allait se fortifiant, et la maison de Saül allait s'affaiblissant.
ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।
2 Il naquit à David des fils à Hébron. Son premier-né fut Ammon, d'Achinoam de Jezraël;
ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ;
3 le second Chéléab, d'Abigaïl de Carmel, femme de Nabal; le troisième Absalom, fils de Maaca, fille de Tholmaï, roi de Gessur;
ପୁଣି ଦ୍ୱିତୀୟ ପୁତ୍ର କିଲାବ୍‍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।
4 le quatrième Adonias, fils de Haggith; le cinquième Saphathia, fils d'Abital,
ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର।
5 et le sixième Jéthraam, d'Egla, femme de David. Tels sont les fils qui naquirent à David à Hébron.
ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ।
6 Pendant qu'il y avait guerre entre la maison de Saül et la maison de David, Abner se fortifiait dans la maison de Saül.
ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍‍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।
7 Or Saül avait eu une concubine, nommée Respha, fille d'Aia. Et Isboseth dit à Abner:
ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍‍ବୋଶତ ଅବ୍‍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ?”
8 « Pourquoi es-tu venu vers la concubine de mon père? » Abner, très irrité des paroles d'Isboseth, répondit: « Suis-je une tête de chien appartenant à Juda? Aujourd'hui je montre de la faveur à la maison de Saül, ton père, à ses frères et à ses amis, et je ne t'ai point livré aux mains de David, et c'est aujourd'hui que tu me reproches une faute avec cette femme?
ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?
9 Que Dieu traite Abner dans toute sa rigueur, si je n'agis pas avec David selon ce que Yahweh lui a juré,
ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,
10 en disant qu'il enlèverait la royauté de la maison de Saül, et qu'il établirait le trône de David sur Israël et sur Juda, depuis Dan jusqu'à Bersabée! »
ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍‍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
11 Isboseth ne put répondre un seul mot à Abner, parce qu'il le craignait.
ତହିଁରେ ସେ ଅବ୍‍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା।
12 Abner envoya des messagers à David pour lui dire de sa part: « A qui est le pays? Fais ton alliance avec moi, et voici que ma main t'aidera pour tourner vers toi tout Israël. »
ଏଉତ୍ତାରେ ଅବ୍‍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର?” ଆହୁରି କହିଲା, “ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।”
13 Il répondit: « Bien! je ferai alliance avec toi; mais je te demande une chose, c'est que tu ne voies pas ma face sans m'amener Michol, fille de Saül, lorsque tu viendras pour voir ma face. »
ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ।”
14 Et David envoya des messagers à Isboseth, fils de Saül, pour lui dire: « Donne-moi ma femme Michol, que j'ai épousée pour cent prépuces de Philistins. »
ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”
15 Isboseth l'envoya prendre à son mari Phaltiel, fils de Laïs;
ତହିଁରେ ଈଶ୍‍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।
16 et son mari l'accompagna, marchant et pleurant derrière elle, jusqu'à Bathurim. Là Abner lui dit: « Va, retourne chez toi. » Et il s'en retourna.
ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍‍ନର ତାହାକୁ କହିଲା, “ଯାଅ ଗୃହକୁ ଫେରିଯାଅ,” ତହୁଁ ସେ ଫେରିଗଲା।
17 Abner eut des pourparlers avec les anciens d'Israël, et leur dit: « Vous désiriez depuis longtemps déjà avoir David pour roi;
ଏଥିଉତ୍ତାରେ ଅବ୍‍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;
18 agissez donc maintenant, car Yahweh a dit à David: C'est par la main de David, mon serviteur, que je délivrerai mon peuple d'Israël de la main des Philistins et de la main de tous ses ennemis. »
ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”
19 Abner parla aussi aux oreilles de Benjamin, et Abner alla reporter aux oreilles de David, à Hébron, ce qui paraissait bon aux yeux d'Israël et aux yeux de toute la maison de Benjamin.
ଆଉ ଅବ୍‍ନର ବିନ୍ୟାମୀନ୍‍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍‍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍‍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।
20 Abner vint près de David, à Hébron, accompagné de vingt hommes; et David fit un festin à Abner et aux hommes qui l'accompagnaient.
ଏରୂପେ ଅବ୍‍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍‍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
21 Et Abner dit à David: « Je vais me lever et partir pour rassembler tout Israël vers mon seigneur le roi; ils feront alliance avec toi et tu régneras sur tout ce que ton âme désire. » Et David congédia Abner, qui s'en alla en paix.
ଏଉତ୍ତାରେ ଅବ୍‍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍‍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।
22 Mais voici que les serviteurs de David et Joab revenaient d'une excursion, ramenant avec eux un grand butin. — Abner n'était plus auprès de David à Hébron, car David l'avait congédié et il s'en était allé en paix. —
ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍‍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।
23 Joab et toute la troupe qui était avec lui arrivèrent, et on fit ce rapport à Joab: « Abner, fils de Ner, est venu auprès du roi, qui l'a congédié, et il s'en est allé en paix. »
ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍‍ର ପୁତ୍ର ଅବ୍‍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”
24 Joab se rendit chez le roi et dit: « Qu'as-tu fait? Voilà qu'Abner est venu vers toi: pourquoi l'as-tu congédié et laissé partir?
ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍‍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି?
25 Tu connais Abner, fils de Ner: c'est pour te tromper qu'il est venu, pour épier ta conduite, et savoir tout ce que tu fais. »
ଆପଣ କʼଣ ଜାଣନ୍ତି ନାହିଁ, ନେର୍‍ର ପୁତ୍ର ଅବ୍‍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?”
26 Joab, ayant quitté David, envoya sur les traces d'Abner des messagers qui le ramenèrent depuis la citerne de Sira, sans que David en sût rien.
ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍‍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ।
27 Quand Abner fut de retour à Hébron, Joab le tira à l'écart, dans l'intérieur de la porte, comme pour lui parler tranquillement, et là il le frappa au ventre; il mourut, à cause du sang d'Asaël, frère de Joab.
ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।
28 David l'apprit ensuite, et il dit: « Je suis à jamais, moi et mon royaume, innocent, devant Yahweh, du sang d'Abner, fils de Ner.
ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍‍ର ପୁତ୍ର ଅବ୍‍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳ ନିର୍ଦ୍ଦୋଷ;
29 Que ce sang retombe sur la tête de Joab et sur toute la maison de son père! Qu'il y ait toujours dans la maison de Joab un homme qui souffre d'un flux ou de la lèpre, ou qui tienne le fuseau, ou qui tombe par l'épée, ou qui manque de pain. »
ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”
30 C'est ainsi que Joab et Abisaï, son frère, tuèrent Abner, parce qu'il avait donné la mort à leur frère Asaël, à Gabaon, dans la bataille.
ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।
31 David dit à Joab et à tout le peuple qui était avec lui: « Déchirez-vos vêtements, ceignez-vous de sacs et faites le deuil devant Abner. » Et le roi David marchait derrière la litière.
ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।
32 On enterra Abner à Hébron. Le roi pleura à haute voix sur le tombeau d'Abner et tout le peuple pleura.
ଆଉ ସେମାନେ ହିବ୍ରୋଣରେ ଅବ୍‍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍‍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।
33 Le roi chanta un chant funèbre sur Abner, et dit: Abner devait-il mourir comme meurt un insensé?
ପୁଣି ରାଜା ଅବ୍‍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍‍ନରକୁ ମରିବାକୁ ହେଲା?
34 Tes mains ne furent pas liées et tes pieds ne furent pas jetés dans les chaînes! Tu es tombé comme on tombe devant des scélérats. Tout le peuple continua de se lamenter sur Abner;
ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।
35 et tout le peuple s'approcha de David pour lui faire prendre de la nourriture lorsqu'il était encore jour. Mais David fit ce serment: « Que Yahweh me traite dans toute sa rigueur, si je goûte du pain ou quoi que ce soit avant le coucher du soleil! »
ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
36 Tout le peuple le remarqua et le trouva bon, comme il trouvait bon tout ce que faisait le roi.
ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।
37 Tout le peuple et tout Israël comprirent en ce jour que ce n'était point de par le roi qu'on avait fait mourir Abner, fils de Ner.
ଏହିରୂପେ ନେର୍‍ର ପୁତ୍ର ଅବ୍‍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।
38 Le roi dit à ses serviteurs: « Ne savez-vous pas qu'un chef, qu'un grand homme est tombé aujourd'hui en Israël?
ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?
39 Pour moi, je suis doux, quoiqu'ayant reçu l'onction royale; et ces hommes, les fils de Sarvia, sont plus durs que moi. Que Yahweh rende à qui fait le mal selon le mal qu'il fait! »
ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”

< 2 Samuel 3 >