< Exode 15 >

1 Alors Moïse et les enfants d'Israël chantèrent ce cantique à Yahweh; ils dirent: Je chanterai à Yahweh, car il a fait éclater sa gloire: il a précipité dans la mer cheval et cavalier.
ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା, “ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
2 Yahweh est ma force et l'objet de mes chants; c'est lui qui m'a sauvé; c'est lui qui est mon Dieu: je le célébrerai; le Dieu de mon père: je l'exalterai.
ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
3 Yahweh est un vaillant guerrier; Yahweh est son nom.
ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।
4 Il a jeté dans la mer les chars de Pharaon et son armée; l'élite de ses capitaines a été engloutie dans la mer Rouge.
ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।
5 Les flots les couvrent; ils sont descendus au fond des eaux comme une pierre.
ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ।
6 Ta droite, ô Yahweh, s'est signalée par sa force, ta droite, ô Yahweh, a écrasé l'ennemi.
ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ,
7 Dans la plénitude de ta majesté, tu renverses tes adversaires; tu déchaînes ta colère, elle les consume comme du chaume.
ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।
8 Au souffle de tes narines, les eaux se sont amoncelées. Les flots se sont dressés comme un monceau; les vagues se sont durcies au sein de la mer.
ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।
9 L'ennemi disait: " Je poursuivrai, j'atteindrai, je partagerai les dépouilles, ma vengeance sera assouvie, je tirerai l'épée, ma main les détruira. "
ଶତ୍ରୁ କହିଲା: ‘ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।’
10 Tu as soufflé de ton haleine, la mer les a couverts, ils se sont enfoncés, comme du plomb, dans les vastes eaux.
ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।
11 Qui est comme toi parmi les dieux, ô Yahweh? Qui est comme toi, auguste en sainteté, redoutable à la louange même, opérant des prodiges?
ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?
12 Tu as étendu ta droite, la terre les a engloutis.
ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା।
13 Par ta grâce tu conduis ce peuple que tu as délivré; par ta puissance tu le diriges vers ta demeure sainte.
ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।
14 Les peuples l'ont appris, ils tremblent; la terreur s'empare des Philistins;
ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।
15 Déjà les princes d'Edom sont dans l'épouvante; l'angoisse s'empare des forts de Moab; tous les habitants de Chanaan ont perdu courage,
ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି।
16 la terreur et la détresse tomberont sur eux; par la grandeur de ton bras, ils deviendront immobiles comme une pierre, jusqu'à ce que ton peuple ait passé, ô Yahweh, jusqu'à ce qu'il ait passé, le peuple que tu as acquis.
ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି।
17 Tu les amèneras et les établiras sur la montagne de ton héritage, au lieu dont tu as fait ta demeure, ô Yahweh, au sanctuaire, Seigneur, que tes mains ont préparé.
ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
18 Yahweh régnera à jamais et toujours!
ସଦାପ୍ରଭୁ ଯୁଗାନୁକ୍ରମେ ଅନନ୍ତକାଳ ରାଜତ୍ୱ କରିବେ।”
19 Car les chevaux de Pharaon, ses chars et ses cavaliers sont entrés dans la mer, et Yahweh a ramené sur eux les eaux de la mer; mais les enfants d'Israël ont marché à sec au milieu de la mer.
କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।
20 Marie, la prophétesse, sœur d'Aaron, prit à la main un tambourin, et toutes les femmes vinrent à sa suite avec des tambourins et en dansant.
ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।
21 Marie répondait aux enfants d'Israël: Chantez Yahweh, car il a fait éclater sa gloire: il a précipité dans la mer cheval et cavalier.
ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”
22 Moïse fit partir Israël de la mer Rouge. Ils s'avancèrent vers le désert de Sur, et marchèrent trois jours dans ce désert sans trouver d'eau.
ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।
23 Ils arrivèrent à Mara, mais ils ne purent boire l'eau de Mara, parce qu'elle était amère. C'est pourquoi ce lieu fut appelé Mara.
ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା।
24 Le peuple murmura contre Moïse, en disant: " Que boirons-nous? "
ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା?”
25 Moïse cria à Yahweh, et Yahweh lui indiqua un bois; il le jeta dans l'eau, et l'eau devint douce. Là Yahweh donna au peuple un statut et un droit, et là il le mit à l'épreuve.
ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ-ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,
26 Il dit: " Si tu écoutes la voix de Yahweh, ton Dieu, si tu fais ce qui est droit à ses yeux, si tu prêtes l'oreille à ses commandements, et si tu observes toutes ses lois, je ne mettrai sur toi aucune des maladies que j'ai mises sur les Egyptiens; car je suis Yahweh qui te guérit. "
“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
27 Ils arrivèrent à Elim, où il y avait douze sources d'eau et soixante-dix palmiers; et ils campèrent là, près de l'eau.
ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ।

< Exode 15 >