< Psaumes 90 >

1 Prière de Moïse, homme de Dieu. Seigneur, tu as été pour nous un refuge d’âge en âge.
ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା। ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
2 Avant que les montagnes fussent nées, et que tu eusses enfanté la terre et le monde, de l’éternité à l’éternité tu es, ô Dieu!
ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
3 Tu réduis les mortels en poussière, et tu dis: « Retournez, fils de l’homme! »
ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”
4 Car mille ans sont, à tes yeux, comme le jour d’hier, quand il passe, et comme une veille de la nuit.
କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।
5 Tu les emportes, semblables à un songe; le matin, comme l’herbe, ils repoussent:
ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
6 le matin, elle fleurit et pousse; le soir, elle se flétrit et se dessèche.
ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟାଯାଇ ଶୁଖଇ।
7 Ainsi nous sommes consumés par ta colère, et ta fureur nous terrifie.
କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
8 Tu mets devant toi nos iniquités, nos fautes cachées à la lumière de ta face.
ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
9 Tous nos jours disparaissent par ton courroux, nous voyons nos années s’évanouir comme un son léger.
କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
10 Nos jours s’élèvent à soixante-dix ans, et dans leur pleine mesure à quatre-vingts ans; et leur splendeur n’est que peine et misère, car ils passent vite, et nous nous envolons!
ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।
11 Qui comprend la puissance de ta colère, et ton courroux, selon la crainte qui t’est due?
ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?
12 Enseigne-nous à bien compter nos jours. afin que nous acquérions un cœur sage.
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
13 Reviens, Yahweh; jusques à quand? Aie pitié de tes serviteurs.
ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
14 Rassasie-nous le matin de ta bonté, et nous serons tous nos jours dans la joie et l’allégresse.
ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
15 Réjouis-nous autant de jours que tu nous as humiliés, autant d’années que nous avons connu le malheur.
ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।
16 Que ton œuvre se manifeste à tes serviteurs, ainsi que ta gloire, pour leurs enfants!
ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।
17 Que la faveur de Yahweh, notre Dieu, soit sur nous! Affermis pour nous l’ouvrage de nos mains; oui, affermis l’ouvrage de nos mains!
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।

< Psaumes 90 >