< Daniel 3 >
1 Nebucadnetsar, le roi, fit une statue d’or; sa hauteur était de 60 coudées, sa largeur, de six coudées; il la dressa dans la plaine de Dura, dans la province de Babylone.
ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।
2 Et Nebucadnetsar, le roi, envoya [un ordre] pour assembler les satrapes, les préfets, les gouverneurs, les grands juges, les trésoriers, les conseillers, les légistes, et tous les magistrats des provinces, afin qu’ils viennent pour la dédicace de la statue que Nebucadnetsar, le roi, avait dressée.
ତହିଁରେ ରାଜା ନବୂଖଦ୍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍ନିତ୍ସର ଲୋକ ପ୍ରେରଣ କଲା।
3 Alors s’assemblèrent les satrapes, les préfets, les gouverneurs, les grands juges, les trésoriers, les conseillers, les légistes, et tous les magistrats des provinces, pour la dédicace de la statue que Nebucadnetsar, le roi, avait dressée; et ils se tinrent devant la statue que Nebucadnetsar avait dressée.
ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ।
4 Et un héraut cria avec force: Il vous est ordonné, peuples, peuplades, et langues:
ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି,
5 Aussitôt que vous entendrez le son du cor, de la flûte, de la cithare, de la sambuque, du psaltérion, de la musette, et toute espèce de musique, vous vous prosternerez et vous adorerez la statue d’or que Nebucadnetsar, le roi, a dressée;
ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।
6 et quiconque ne se prosternera pas et n’adorera pas, sera jeté à l’heure même au milieu d’une fournaise de feu ardent.
ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”
7 C’est pourquoi, au moment même où tous les peuples entendirent le son du cor, de la flûte, de la cithare, de la sambuque, du psaltérion, et toute espèce de musique, tous les peuples, peuplades et langues, se prosternèrent [et] adorèrent la statue d’or que Nebucadnetsar, le roi, avait dressée.
ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।
8 À cause de cela, en ce même moment, des hommes chaldéens s’approchèrent et accusèrent les Juifs.
ଏଥିପାଇଁ ସେହି ସମୟରେ କେତେକ କଲ୍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।
9 Ils prirent la parole et dirent au roi Nebucadnetsar: Ô roi, vis à jamais!
ସେମାନେ ନବୂଖଦ୍ନିତ୍ସର ରାଜାକୁ ଉତ୍ତର କରି କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।
10 Toi, ô roi, tu as donné ordre que tout homme qui entendrait le son du cor, de la flûte, de la cithare, de la sambuque, du psaltérion, de la musette, et toute espèce de musique, se prosterne et adore la statue d’or,
ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;
11 et que quiconque ne se prosternerait pas et n’adorerait pas, serait jeté au milieu d’une fournaise de feu ardent.
ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;
12 Il y a des hommes juifs, que tu as établis sur les services de la province de Babylone, Shadrac, Méshac et Abed-Nego: ces hommes ne tiennent pas compte de toi, ô roi; ils ne servent pas tes dieux, et la statue d’or que tu as dressée ils ne l’adorent pas.
ଏଠାରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।”
13 Alors Nebucadnetsar, en colère et en fureur, commanda d’amener Shadrac, Méshac et Abed-Nego; alors on amena ces hommes devant le roi.
ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।
14 Nebucadnetsar prit la parole et leur dit: Est-ce à dessein, Shadrac, Méshac et Abed-Nego, que vous ne servez pas mon dieu, et que vous n’adorez pas la statue d’or que j’ai dressée?
ନବୂଖଦ୍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, “ହେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?
15 Maintenant, si, au moment où vous entendrez le son du cor, de la flûte, de la cithare, de la sambuque, du psaltérion, de la musette, et toute espèce de musique, vous êtes prêts à vous prosterner et à adorer la statue que j’ai faite…; mais si vous ne l’adorez pas, à l’instant même vous serez jetés au milieu de la fournaise de feu ardent. Et qui est le Dieu qui vous délivrera de ma main?
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”
16 Shadrac, Méshac et Abed-Nego répondirent et dirent au roi: Nebucadnetsar, il n’est pas nécessaire que nous te répondions sur ce sujet.
ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
17 S’il en est [comme tu dis], notre Dieu que nous servons peut nous délivrer de la fournaise de feu ardent, et il [nous] délivrera de ta main, ô roi!
ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
18 Et sinon, sache, ô roi, que nous ne servirons pas tes dieux, et que nous n’adorerons pas la statue d’or que tu as dressée.
ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”
19 Alors Nebucadnetsar fut rempli de fureur, et l’apparence de son visage fut changée envers Shadrac, Méshac et Abed-Nego. Il prit la parole et commanda de chauffer la fournaise sept fois plus qu’on n’était accoutumé de la chauffer;
ଏଥିରେ ନବୂଖଦ୍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।
20 et il commanda aux hommes les plus vaillants de son armée, de lier Shadrac, Méshac et Abed-Nego, et de les jeter dans la fournaise de feu ardent.
ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।
21 Alors ces hommes furent liés dans leurs caleçons, leurs tuniques, et leurs manteaux et leurs vêtements, et jetés au milieu de la fournaise de feu ardent.
ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।
22 Parce que la parole du roi était rigoureuse et la fournaise extrêmement chauffée, la flamme du feu tua ces hommes qui avaient fait monter Shadrac, Méshac et Abed-Nego;
ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।
23 et ces trois hommes, Shadrac, Méshac et Abed-Nego, tombèrent liés au milieu de la fournaise de feu ardent.
ପୁଣି ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।
24 Alors le roi Nebucadnetsar, consterné, se leva précipitamment [et] prit la parole et dit à ses conseillers: N’avons-nous pas jeté au milieu du feu trois hommes liés? Ils répondirent et dirent au roi: Certainement, ô roi!
ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।”
25 Il répondit et dit: Voici, je vois quatre hommes déliés, se promenant au milieu du feu, et ils n’ont aucun mal; et l’aspect du quatrième est semblable à un fils de Dieu.
ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”
26 Alors Nebucadnetsar s’approcha de l’ouverture de la fournaise de feu ardent; il prit la parole et dit: Shadrac, Méshac et Abed-Nego, serviteurs du Dieu Très-haut, sortez et venez! Alors Shadrac, Méshac et Abed-Nego sortirent du milieu du feu.
ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।”
27 Et les satrapes, les préfets, les gouverneurs, et les conseillers du roi, qui étaient assemblés, virent ces hommes sur le corps desquels le feu n’avait eu aucune puissance: les cheveux de leur tête n’avaient pas été brûlés, et leurs caleçons n’avaient pas changé, et l’odeur du feu n’avait pas passé sur eux.
ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।
28 Nebucadnetsar prit la parole et dit: Béni soit le Dieu de Shadrac, de Méshac et d’Abed-Nego, qui a envoyé son ange et a sauvé ses serviteurs qui se sont confiés en lui, et ont changé la parole du roi, et ont livré leurs corps, afin de ne servir et n’adorer aucun autre dieu que leur Dieu.
ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
29 Et de par moi l’ordre est donné qu’en tout peuple, peuplade, et langue, quiconque parlera mal du Dieu de Shadrac, de Méshac et d’Abed-Nego, sera mis en pièces, et sa maison sera réduite en un tas d’immondices, parce qu’il n’y a pas d’autre Dieu qui puisse sauver ainsi.
ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”
30 Alors le roi éleva Shadrac, Méshac et Abed-Nego dans la province de Babylone.
ଏଥିରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା।