< 2 Samuel 8 >
1 David défit ensuite les Philistins, abattit leur puissance et leur enleva Métheg-Haamma.
ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
2 Puis il vainquit les Moabites et les mesura au cordeau, les faisant coucher par terre et destinant deux lots à la mort, un lot à la vie sauve; et Moab fut assujetti à David et devint son tributaire.
ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।
3 Puis David battit Hadadézer, fils de Rehob, roi de Çoba, tandis qu’il marchait vers l’Euphrate pour étendre sa domination.
ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।
4 David lui captura mille sept cents cavaliers et vingt mille hommes de pied, fit mutiler tous les attelages, et n’en conserva que cent.
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।
5 La Syrie de Damas vint au secours de Hadadézer, roi de Çoba; David tua aux Syriens vingt-deux mille hommes.
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
6 il mit ensuite des garnisons dans la Syrie de Damas, qui devint sujette et tributaire de David. Ainsi le Seigneur protégeait David dans toutes ses campagnes.
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
7 David s’empara des boucliers d’or appartenant aux serviteurs de Hadadézer, et les transporta à Jérusalem.
ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
8 Egalement de Bétah et de Bérotaï, villes de Hadadézer, le roi David emporta du cuivre en grande quantité.
ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।
9 Toï, roi de Hamath, ayant appris que David avait défait toute l’armée de Hadadézer,
ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
10 envoya son fils Joram au roi David, pour le saluer et le féliciter d’avoir combattu et vaincu Hadadézer, car celui-ci était en guerre avec Toï. Il lui envoyait en même temps des vases d’argent, d’or et de cuivre.
ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।
11 Ceux-là aussi, le roi David les consacra à l’Eternel, comme il avait consacré l’argent et l’or de tous les peuples qu’il avait soumis:
ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,
12 des Syriens, des Moabites, des Ammonites, des Philistins, des Amalécites, comme le butin pris sur Hadadézer, fils de Rehob, roi de Çoba.
ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।
13 Quand il revint de battre la Syrie, David se fit encore un nom en battant dix-huit mille hommes dans la vallée du Sel.
ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ।
14 Il mit des garnisons dans l’Idumée, il en mit dans toute l’Idumée, qu’il assujettit tout entière. Et le Seigneur protégea David dans toutes ses voies.
ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
15 David régna sur tout Israël, et il gouverna tout son peuple avec justice et équité.
ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।
16 Joab, fils de Cerouya, était chef de l’armée; Josaphat, fils d’Ahiloud, archiviste;
ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା;
17 Çadok, fils d’Ahitoub, et Ahimélec, fils d’Ebiatar, prêtres; Seraïa, secrétaire;
ପୁଣି ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା;
18 Benaïahou, fils de Joïada, avec les Krêthi et Pelêthi; et les fils de David, ministres.
ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।