< 2 Chroniques 4 >
1 Et il fit un autel d'airain, long de vingt coudées, large de vingt, haut de dix.
ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।
2 Et il fit une mer, jetée en fonte, ronde, haute de cinq coudées, ayant dix coudées de diamètre, et trente coudées de circonférence.
ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।
3 Il y avait, au-dessous de ses bords tout alentour, des figures de bœufs, et la piscine avait dix coudées de tour; on avait jeté en fonte deux espèces de bœufs, en deux sortes de moules,
ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।
4 Où on avait fait douze bœufs: trois regardant le nord, trois l'occident, trois le midi, trois l'orient; la mer était posée sur eux, et le derrière de leur corps était caché par elle.
ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍ଭାଗସବୁ ଭିତରକୁ ଥିଲା।
5 Elle avait un palme d'épaisseur, et ses bords étaient comme ceux d'une coupe, et ciselés de fleurs de lis; elle contenait trois mille mesures; il l'acheva,
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।
6 Et il fit dix bassins: il en plaça cinq à droite et cinq à gauche, pour qu'on y lavât la matière des holocaustes; quant aux prêtres, ils se lavaient dans la mer.
ଆହୁରି ସେ ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ବନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା।
7 Et il fit dix chandeliers d'or, selon le modèle, et il les plaça dans la nef: cinq à droite, cinq à gauche.
ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।
8 Et il fit dix tables, et il les plaça dans la nef: cinq à droite, cinq à gauche; et il fit cent fioles d'or.
ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।
9 Il fil aussi le parvis des prêtres, le grand parvis, les portes du parvis, et il revêtit d'airain leurs panneaux.
ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।
10 Il plaça la mer du côté droit du temple, vers l'angle regardant l'orient.
ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ।
11 Et Hiram fit les fourchettes, les poêles, la grille de l'autel et tous ses vases; et il acheva tous les travaux que lui avait commandés le roi Salomon pour le temple du Seigneur.
ଆଉ ହୂରମ୍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।
12 Il fit deux colonnes, et, sur leurs têtes, des cordons aux chapiteaux, et deux filets pour couvrir les deux chapiteaux des têtes de ces colonnes,
ଅର୍ଥାତ୍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ଡାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ
13 Et quatre cents clochettes d'or dans les deux filets, et deux sortes de grenades dans chaque filet, pour couvrir les deux chapiteaux des têtes de colonnes.
ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।
14 Et il fit dix bassins, et il fit les cuvettes pour les bassins,
ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା;
15 Et la mer, et les douze bœufs qui la supportent.
ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ
16 Et les vases pour les pieds, les seaux, les marmites, les crochets, et les autres vases qui lui étaient commandés; il les fit en airain pur, et il les apporta au roi dans le temple du Seigneur.
ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।
17 Le roi les avait jetés en fonte, dans la vallée du Jourdain, en une terre argileuse de la maison de Soccoth, entre cette ville et Saredatha.
ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।
18 Et Salomon fit tous ces ustensiles à profusion, car l'airain ne put être épuisé.
ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।
19 Et il fit tous les vaisseaux du temple du Seigneur, l'autel d'or, les tables de proposition,
ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;
20 Les chandeliers et les lampes en or pur, qui devaient éclairer la façade de l'oracle, selon son plan.
ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ
21 Il fit leurs mouchettes, leurs récipients, les coupes, les réchauds et les encensoirs, d'or pur,
ଓ ସ୍ୱର୍ଣ୍ଣମୟ ପୁଷ୍ପ, ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;
22 Et la porte intérieure du temple qui mène au Saint des saints, et les portes d'or du temple.
ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡ଼ିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।