< Esther 3 >

1 Et, après cela, le roi Artaxerxès glorifia Aman, fils d'Amadathe le Bugéen, et il l'exalta, et il le fit asseoir sur un siège au-dessus de tous ses amis.
ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।
2 Et tous ceux qui servaient dans le parvis l'adoraient, car ainsi l'avait ordonné le roi; et Mardochée ne se prosternait pas devant lui.
ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।
3 Et les serviteurs du parvis dirent à Mardochée: Mardochée, pourquoi désobéis-tu à ce qu'a dit le roi?
ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”
4 Chaque jour ils lui parlaient ainsi, et il ne les écoutait pas; enfin, ils informèrent Aman que Mardochée résistait aux ordres du roi; or, Mardochée leur avait déclaré qu'il était Juif.
ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍‍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ।
5 Et Aman, en apprenant que Mardochée ne se prosternait pas devant lui, fut fort courroucé.
ଯେତେବେଳେ ହାମନ୍‍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
6 Et il résolut d'effacer tous les Juifs du royaume d'Artaxerxès.
ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍‍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍‍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,
7 Et, en la douzième année du règne d'Artaxerxès, il prépara un édit, et il agita les sorts pour savoir le mois et le jour où il exterminerait en même temps la race de Mardochée, et le sort tomba sur le quatorzième du mois qui est appelé adar.
ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍‍ ନାମକ ପ୍ରଥମ ମାସରେ ହାମନ୍‍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍‍, ଗୁଲିବାଣ୍ଟ କଲେ।
8 Et il parla au roi disant: Il y a un peuple épars en toutes les provinces de ton royaume; leurs lois diffèrent de toutes les autres lois; ils n'obéissent point à celles du roi; il n'est pas à propos que le roi les laisse subsister.
ଏଥିଉତ୍ତାରେ ହାମନ୍‍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।
9 S'il plaît au roi, qu'il décrète qu'on les détruise, et moi je ferai rentrer au trésor royal dix mille talents d'argent.
ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”
10 Et le roi ôtant son anneau le remit à Aman pour sceller l'édit contre les Juifs.
ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।
11 Et le roi lui dit: L'argent sera pour toi, fais de ce peuple ce qu'il te plaît.
“ପୁଣି, ରାଜା ହାମନ୍‍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”
12 Et, le treize du premier mois, les scribes du roi furent convoqués, et ils écrivirent, selon l'ordre d'Aman, aux généraux et aux gouverneurs des cent vingt-sept provinces de l'Inde à l'Éthiopie, et aux chefs des nations chacun en sa langue, de la part du roi Artaxerxès.
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।
13 Et des courriers portèrent dans tout le royaume le commandement de détruire en un seul jour, le premier du douzième mois, qui est adar, toute la race des Juifs, et de piller leurs biens.
ପୁଣି, ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।
14 Et les copies de ces lettres furent publiées en chaque province, et il fut enjoint à chaque nation de se tenir prête pour le jour indiqué.
ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।
15 On y avait mis de l'empressement à Suse, et le roi et Aman buvaient à pleines coupes; mais la ville était toute troublée.
ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରିଗଲେ, ପୁଣି ସେହି ଆଜ୍ଞା ଶୂଶନ୍‍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍‍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍‍ ନଗର ଉଦ୍‍ବିଗ୍ନ ହେଲା।

< Esther 3 >