< Esther 9 >

1 Le treize du douzième mois, du mois d'adar, l'édit du roi fut exécuté.
ଏଥିମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍‍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
2 Ce jour-là, les ennemis des Juifs périrent, et nul ne se défendit à cause de la crainte qu'ils avaient d'eux.
ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ।
3 Et les officiers des satrapes, et les rois, et les scribes royaux, honorèrent les Juifs; car ils redoutaient Mardochée.
ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ।
4 Et l'édit du roi en vint à être loué dans tout le royaume.
ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।
5
ପୁଣି, ଯିହୁଦୀୟମାନେ ଆପଣାମାନଙ୍କ ସମସ୍ତ ଶତ୍ରୁଙ୍କୁ ଖଡ୍ଗାଘାତ ଓ ସଂହାର ଓ ବିନାଶ କଲେ; ସେମାନେ ଆପଣାମାନଙ୍କ ଘୃଣାକାରୀଗଣ ପ୍ରତି ଯାହା ଇଚ୍ଛା, ତାହା କଲେ।
6
ଏହିରୂପେ ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକଙ୍କୁ ବଧ ଓ ବିନାଶ କଲେ।
7 Pharsannès, et Delphon, et Phasgas,
ପୁଣି, ପର୍ଶନ୍ଦାଥ ଓ ଦଲ୍‍ଫୋନ ଓ ଅସ୍‍ପାଥ
8 Et Phardathas, et Barcas, et Sarbacas,
ଓ ପୋରାଥ ଓ ଅଦଲୀୟ ଓ ଅରିଦାଥ
9 Et Marmarinas, et Ruphès, et Arsès, et Zabuthis.
ଓ ପର୍ମସ୍ତ ଓ ଅରୀଷୟ ଓ ଅରୀଦୟ ଓ ବୟିଷାଥ,
10 Et ils enlevèrent les dix fils d'Aman, fils d'Amadathe le Bugéen, l'ennemi des Juifs, et ils pillèrent leurs maisons
ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମନ୍‍ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ, ମାତ୍ର ଲୁଟ କରିବାକୁ ସେମାନେ ହସ୍ତକ୍ଷେପ କଲେ ନାହିଁ।
11 Ce même jour-là. Et on remit au roi le dénombrement de ceux qui, à Suse, avaient péri.
ଯେଉଁମାନେ ଶୂଶନ୍‍ ରାଜଧାନୀରେ ହତ ହେଲେ, ସେମାନଙ୍କର ସଂଖ୍ୟା ସେହି ଦିନରେ ରାଜା ଛାମୁକୁ ଆସନ୍ତେ,
12 Et le roi dit à Esther: Les Juifs ont tué cinq cents hommes à Suse; combien penses-tu qu'ils en aient exterminé dans les provinces? Que demandes- tu encore, que te faut-il?
ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍‍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ! ଏବେ ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ? ତାହା ସିଦ୍ଧ ହେବ।”
13 Et Esther répondit: Qu'il soit permis aux Juifs d'en user de même demain jusqu'à pendre les dix fils d'Aman.
ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍‍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍‍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”
14 Et le roi le voulut ainsi; et les corps des fils d'Aman furent livrés aux Juifs de la ville pour être pendus.
ଏଥିରେ “ସେପରି କରାଯିବାକୁ” ରାଜା ଆଜ୍ଞା ଦେଲେ ପୁଣି, ସେହି ଆଜ୍ଞା ଶୂଶନ୍‍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍‍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।
15 Et les Juifs de Suse se réunirent le quatorze d'Adar, et ils tuèrent trois cents hommes, et ils ne prirent rien de leurs dépouilles.
ଆଉ, ଶୂଶନ୍‍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍‍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।
16 Les autres Juifs du royaume se réunirent et se prêtèrent un mutuel secours, et ils se débarrassèrent de leurs ennemis; car ils en tuèrent quinze mille, le treize d'adar, et ils ne prirent rien.
ଏଥିମଧ୍ୟରେ ରାଜାଙ୍କ ନାନା ପ୍ରଦେଶ ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।
17 Et ils restèrent en repos le quatorze du même mois, car ils fêtèrent ce jour de repos par de grandes réjouissances.
ଏହି ସମସ୍ତ ଅଦର ମାସର ତ୍ରୟୋଦଶ ଦିନରେ ହେଲା; ପୁଣି, ସେହି ମାସର ଚତୁର୍ଦ୍ଦଶ ଦିନରେ ସେମାନେ ବିଶ୍ରାମ କରି ତାହା ଭୋଜନପାନ ଓ ଆନନ୍ଦ କରିବାର ଦିନ କଲେ।
18 Mais les Juifs de Suse ne cessèrent le massacre qu'à fin du quatorze; et ils passèrent le quinze à se réjouir.
ମାତ୍ର ଶୂଶନ୍‍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।
19 À cause de cela, les Juifs dispersés dans toutes les provinces ont coutume de fêter le quatorze d'adar, et chacun envoie des parts à son voisin. Mais ceux qui vivent au loin dans des grandes villes célèbrent la fête le quinze d'Adar, en envoyant des parts à leurs voisins.
ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍‍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି।
20 Mardochée écrivit ces choses en un livre, et il envoya dire à tous les Juifs qui demeuraient dans le royaume d'Artaxerxès, soit près, soit loin,
ଏଥିଉତ୍ତାରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲେ ଓ ଅକ୍ଷଶ୍ୱେରଶ ରାଜାଙ୍କ ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲେ।
21 D'instituer ces jours comme des jours heureux, et de fêter le treize et le quatorze d'adar.
ଆଉ, ଯେଉଁ ଦୁଇ ଦିନ ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ପୁଣି ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା,
22 Car, en ces deux journées, les Juifs avaient été délivrés de leurs ennemis; et le mois, qui est adar, durant lequel ils avaient passé du deuil à la joie, et des douleurs à un jour heureux, fut consacré tout entier aux jours heureux des noces et des réjouissances; et chacun envoya des parts à ses amis et aux indigents.
ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍‍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।
23 Et les Juifs se sont conformés depuis à ce qu'avait écrit Mardochée, leur faisant savoir:
ତହିଁରେ ଯିହୁଦୀୟମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖୟ ଯେପରି ଲେଖିଥିଲେ, ସେମାନେ ତଦ୍ରୂପ ବ୍ୟବହାର କରିବାକୁ ସମ୍ମତ ହେଲେ;
24 Comme Aman, fils d'Amadathe le Macédonien, était devenu leur ennemi; comme il avait fait un édit, et agité les sorts pour les exterminer;
କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍‍, ଗୁଲିବାଣ୍ଟ କରିଥିଲେ।
25 Comme il était entré chez le roi, lui disant de faire pendre Mardochée; et comment tous les maux qu'il avait essayé de faire tomber sur les Juifs étaient tombés sur lui-même, qui avait été pendu ainsi que ses fils.
ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍‍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।
26 À cause de cela, ces jours furent appelés Phrurées, à cause des sorts (car, dans leur dialecte, les sorts se traduisent par Phrurées); à cause des paroles de ce livre de Mardochée, et à cause de ce qu'ils avaient souffert à ce sujet et de ce qui leur était advenu.
ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍‍ ହେଲା। ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ବୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,
27 Et il régla les choses ainsi. Et les Juifs adoptèrent l'usage de ces fêtes pour eux et pour leur race, et pour ceux qui se joignirent à eux pour les observer, et ils ne feront jamais autrement; et ces jours sont un mémorial gardé de générations en générations en chaque ville, chaque famille, chaque province.
ତତ୍‍ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ରୂପେ ତାହା ଲୋପ କରିବେ ନାହିଁ।
28 Et ces jours des Phrurées, disent-ils, seront gardés en tout temps, et le mémorial ne manquera à aucune génération.
ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍‍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।
29 Et la reine Esther, fille d'Aminadab, et le Juif Mardochée, écrivirent tout ce qu'ils avaient fait pour confirmer la lettre concernant les Phrurées.
ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍‍-ଦିନବିଷୟକ ଏହି ଦ୍ୱିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ।
ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,
ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍‍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନସ୍ଥ ଏକ ଶହ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲେ।
32 Et Esther fit cela par un commandement pour toujours, et elle l'écrivit en un mémoire.
ଏହିରୂପେ ଏଷ୍ଟରଙ୍କ ଆଜ୍ଞା ଦ୍ୱାରା ପୂରୀମ୍‍-ଦିନର ବିଧି ସ୍ଥିରୀକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।

< Esther 9 >