< Exode 34 >

1 Le Seigneur dit encore à Moïse: Taille-toi deux tables de pierre semblables aux premières, et monte près de moi sur la montage; je graverai sur ces tables les paroles qui étaient sur les premières, que tu as brisées.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବ ପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖାଥିଲା, ସେହି ସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।
2 Sois prêt dès l'aurore, et viens sur le mont Sina, tu te tiendras là auprès de moi, sur la cime de la montagne.
ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।
3 Que personne ne monte avec toi et ne se montre sur aucun lieu de la montagne, que ni bœufs ni brebis ne paissent auprès d'elle.
ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”
4 Et Moïse tailla deux tables de pierre semblables aux premières, et, s'étant levé de grand matin, il alla, comme lui avait dit le Seigneur, sur le mont Sina, tenant les deux tables de pierre.
ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ।
5 Le Seigneur descendit alors en une nuée; Moïse s'approcha de lui, et il invoqua le nom du Seigneur.
ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ “ସଦାପ୍ରଭୁଙ୍କ” ନାମ ଘୋଷଣା କଲେ।
6 Et le Seigneur passa devant sa face, et Moïse l'invoqua, disant: Seigneur Dieu, plein de clémence, patient, abondant en miséricorde, véritable,
ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
7 Fidèle à garder la justice et la compassion envers des milliers; ôtant l'iniquité, la faute, le péché, ne disculpant jamais le coupable, punissant les crimes des pères sur les enfants et les petits-enfants jusqu’à la troisième ou quatrième génération!
ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”
8 Moïse se, hâta d'adorer la face contre terre,
ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,
9 Et il dit: Si j'ai trouvé devant mon Seigneur, qu'il marche, avec nous; le peuple est revêche, mais vous ôterez nos péchés et nos dérèglements, et nous serons votre peuple.
“ପ୍ରଭୋ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
10 Et le Seigneur dit à Moïse: J'établis mon alliance avec toi devant tout ton peuple; je ferai des choses glorieuses, que l'on n'a jamais vues sur la terre ni chez aucune nation. Et tout le peuple que tu conduis verra les œuvres de Dieu, les merveilles que je ferai pour toi.
ତେବେ ସେ କହିଲେ, “ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟକର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।
11 Sois attentif à tout ce que je te prescris: je vais chasser devant votre face l'Amorrhéen, le Chananéen, le Phérézéen, l’Hettéen, l'Évéen, le Gergéséen et le Jébuséen.
ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା।
12 Garde-foi de jamais faire d'alliance avec ceux qui sont établis sur cette terre en laquelle tu vas entrer, de peur qu'ils ne soient pour vous un sujet de chute.
ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।
13 Démolissez leurs autels, brisez leurs colonnes, arrachez leurs bois sacrés; quant aux images de leurs dieux, consumez-les dans la flamme.
ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ।
14 N'adorez point de dieux étrangers, car le Seigneur Dieu est nommé zélateur; c'est un Dieu jaloux.
ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।
15 Ne fais jamais alliance avec ceux qui sont établis sur cette terre, de peur que les tiens ne se prostituent à leurs dieux, et ne leur offrent des sacrifices; que les habitants ne t'invitent et que tu n'en manges avec eux;
କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;
16 De peur aussi que tu ne prennes de leurs filles pour tes fils, ou que tu ne donnes de tes filles à leurs fils, et que tes filles ne se prostituent à leurs dieux, et que tes fils ne se prostituent à leurs dieux.
କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।
17 Tu ne te feras pas de dieux jetés en fonte.
ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।
18 Tu observeras la fête des azymes. Pendant sept jours, tu mangeras des azymes, comme je te l’ai ordonné, dans la saison et durant la lune des blés nouveaux, car c'est dans la lune des blés nouveaux que tu es sorti de l'Égypte.
ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍‍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍‍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।
19 Tout mâle, ayant ouvert des entrailles, sera à moi; le premier-né de la génisse, le premier-né de la brebis,
ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।
20 Le premier-né de l'ânesse, tu les rachèteras moyennant une brebis, et, si tu ne les rachètes, tu en paieras la valeur. Tu rachèteras tout premier-né de tes fils; tu ne te présenteras point devant moi les mains vides.
ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।
21 Tu travailleras six jours, mais le septième est le repos; il y aura repos pour la semence, repos pour la moisson.
ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।
22 Tu me feras la fête des semaines, au commencement de la moisson des froments, et la fête de la récolte au milieu de l'année.
ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍‍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।
23 Trois fois par an, que tout mâle parmi vous se présente devant le Seigneur Dieu d'Israël.
ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ।
24 Car, lorsque j'aurai chassé devant toi les nations, et dilaté tes limites, nul ne convoitera ta terre, si tu montes pour te présenter devant le Seigneur ton Dieu, à trois époques de l'année.
କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।
25 Tu n'immoleras pas sur du pain fermenté les victimes que tu feras brûler pour moi; et tu ne garderas rien, jusqu'au matin suivant, des victimes de la pâque.
ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।
26 Tu déposeras en la maison du Seigneur ton Dieu les prémices de ta terre; tu ne feras point cuire d'agneau au lait de sa mère.
ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।”
27 Le Seigneur Dieu dit encore à Moïse: Écris toi-même ces paroles; car c'est sur ces paroles que je fonde mon alliance avec toi et avec Israël.
ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।”
28 Et Moïse était là devant le Seigneur quarante jours et quarante nuits; il ne mangea pas de pain, il ne but point d'eau; et il grava sur les tables les commandements de l'alliance: le Décalogue.
ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।
29 Et lorsque Moïse descendit de la montagne, il tenait en ses mains les deux tables; mais, tout en descendant de la montagne, Moïse ignorait que son visage était devenu glorieux, par la conversation du Seigneur.
ଏଥିଉତ୍ତାରେ ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇ ଖଣ୍ଡ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ସକାଶୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ୱଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ।
30 Cependant, Aaron et tous les anciens d'Israël virent Moïse; ils virent que son visage était glorieux, et ils craignirent de s'approcher de lui.
ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।
31 Moïse les appela; Aaron aussitôt se retourna vers lui avec tous les chefs du peuple, et Moïse leur parla.
ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।
32 Ensuite, tous les fils d'Israël l'abordèrent, et il leur prescrivit tout ce que le Seigneur lui avait prescrit à lui-même sur le mont Sina.
ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।
33 Et, lorsqu'il eut cessé de parler, il étendit un voile devant son visage.
ଆଉ, ମୋଶା ସେମାନଙ୍କ ସହିତ କଥୋପକଥନ ସମାପନ କଲା ଉତ୍ତାରେ ଆପଣା ମୁଖରେ ଘୁମୁଟା ଦେଲେ।
34 Lorsque Moïse ensuite allait parler au Seigneur, il ôtait son voile jusqu'à ce qu'il revînt répéter aux fils d'Israël tout ce que lui avait prescrit le Seigneur.
ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ-ସନ୍ତାନଗଣକୁ ତାହା କହିଲେ।
35 Et les fils d'Israël voyaient que le visage de Moïse était glorieux, et Moïse étendait un voile sur son visage jusqu'à ce qu'il s'en allât parler au Seigneur.
ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।

< Exode 34 >