< Exode 9 >

1 Le Seigneur dit alors à Moise: Entre chez le Pharaon; dis-lui: Voici ce que dit le Seigneur Dieu des Hébreux: Renvoie mon peuple, afin qu'il m'offre un sacrifice.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
2 Si tu refuses de renvoyer mon peuple, si tu le retiens encore,
ମାତ୍ର ଯଦି ସେମାନଙ୍କୁ ଯିବା ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,
3 La main du Seigneur s'appesantira sur le bétail de tes champs, sur les chevaux, tes ânes, tes chamelles, tes bœufs et tes brebis; la mortalité sera grande et terrible.
ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।
4 Et je montrerai avec éclat la différence entre le bétail des Égyptiens et celui des fils d'Israël; nulle bête ne mourra parmi celles des fils d'Israël.
ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’”
5 Dieu a même fixé le temps; il a dit: Dans la journée de demain le Seigneur accomplira sur la contrée cette menace.
ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, “ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।”
6 Le lendemain, le Seigneur tint parole, et tout le bétail des Égyptiens mourut; mais rien ne périt parmi les bestiaux des fils d'Israël.
ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।
7 Et le Pharaon même après avoir vu que parmi les bestiaux des fils d'Israël, rien n'avait péri, s'endurcit le cœur; il ne renvoya pas le peuple.
ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
8 Le Seigneur alors parla à Moïse et à son frère, disant: Prenez plein vos mains de la cendre de fournaise, et que Moïse la jette en l'air devant le Pharaon et ses serviteurs.
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟିର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।
9 Qu'elle forme un tourbillon de poussière sur toute la terre d'Égypte; et il y aura sur les hommes de l'Égypte, et sur les quadrupèdes, des ulcères et des tumeurs enflammées.
ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”
10 Ils prirent donc de la cendre de forge devant le Pharaon; Moïse la jeta en l'air, et il vint aux hommes ainsi qu'aux quadrupèdes, des ulcères et des tumeurs enflammées.
ତହୁଁ ସେମାନେ ଭାଟିର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।
11 Les magiciens eux-mêmes ne purent demeurer en présence de Moïse, à cause des ulcères, car il vint des ulcères aux magiciens dans toute l'Égypte.
ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା।
12 Et le Seigneur endurcit le cœur du Pharaon; il n'écouta ni Aaron ni Moïse, ainsi que l'avait dit le Seigneur.
ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
13 Après cela, le Seigneur dit à Moïse: Lève-toi de grand matin, et présente-toi devant le Pharaon, et dis lui: Voici ce que dit le Seigneur Dieu des Hébreux: Renvoie mon peuple, afin qu'il m'offre un sacrifice.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;
14 Car, en ce moment, je fais tomber sur ton cœur, sur celui de tes serviteurs et sur celui de ton peuple, tous mes coups, afin que tu voies que nul sur la terre n'est semblable au Seigneur.
ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।
15 Aussitôt que j'aurai laissé tomber ma main, je le frapperai, et je ferai périr ton peuple, et il sera effacé de la terre.
କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
16 Tu n'as été conservé qu'afin que je montre en toi ma force, et pour que mon nom soit révélé à toute la terre.
ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
17 Quoi donc! tu insultes encore mon peuple en refusant de le renvoyer!
ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?
18 Eh bien, moi, dès demain, à pareille heure, je ferai tomber une grêle abondante, telle qu'il n'y en a jamais eu en Égypte, depuis le jour de sa fondation jusqu'à aujourd'hui.
ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳାବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
19 Hâte-toi d'abriter tout le bétail que tu as aux champs, car les hommes et les bestiaux qui se trouveront aux champs, et qui ne seront pas rentrés, seront surpris par la grêle et périront.
ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳାବୃଷ୍ଟି ହେଲେ ସେମାନେ ମରିବେ।’”
20 Ceux des serviteurs du Pharaon qui craignaient la parole de Dieu rassemblèrent leurs bestiaux en leurs demeures.
ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।
21 Ceux qui ne faisaient aucune attention à la parole du Seigneur, laissèrent leur bétail aux champs.
ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।
22 Et le Seigneur dit à Moïse: Étends la main vers la ciel, et la grêle tombera sur toute la terre d'Égypte, sur les hommes, sur les bestiaux et sur toutes les plantes qui couvrent la terre.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳାବୃଷ୍ଟି ହେବ।”
23 Moïse étendit donc la main vers le ciel, et le Seigneur envoya tonnerre et grêle; le feu parcourut la terre, et le Seigneur fit tomber une pluie de grêle sur toute la terre d'Égypte.
ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ।
24 La grêle tombait mêlée de flammes; elle était terriblement épaisse, telle qu'il n'y en avait jamais eu en Égypte depuis que la nation s'y était établie.
ତହିଁରେ ଶିଳାବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।
25 Tout fut donc frappé par la grêle dans toute l'étendue de l'Égypte, depuis l'homme jusqu'aux bestiaux. Toute l'herbe des champs fut frappée par la grêle; et tous les arbres des campagnes furent brisés par elle.
ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳାବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।
26 Excepté dans la terre de Gessen, où étaient les fils d'Israël; là il n'y eut point de grêle.
କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
27 Et le Pharaon fit appeler Moïse et son frère, et il leur dit: J'ai péché jusqu'à cette heure; le Seigneur est juste; mon peuple et moi nous sommes des impies.
ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।
28 Priez donc pour moi le Seigneur, pour faire cesser la voix de Dieu, la grêle et les flammes, et je vous congédierai, et vous ne continuerez plus de demeurer ici.
ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।”
29 Moïse répondit: Aussitôt sorti de la ville, j'étendrai les mains vers le Seigneur, et les voix cesseront; la grêle et la pluie s'arrêteront, et tu connaîtras que la terre est au Seigneur.
ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳାବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।
30 Mais je sais que ni toi, ni tes serviteurs, vous ne craignez point le Seigneur encore.
ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।”
31 Or, le lin et l'orge avaient été frappés, car l'orge était levée et le lin était monté en graine.
ସେସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
32 Mais le froment et l'épeautre n'avaient pas été frappés, parce qu'ils étaient tardifs.
ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
33 Moïse, ayant quitté le Pharaon et la ville, étendit les mains vers le Seigneur, et les voix cessèrent, et il n'y eut plus sur la terre ni grêle ni pluie
ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
34 Le Pharaon ayant vu que les voix, et la grêle et la pluie avaient cessé, continua de pécher, et il endurcit son cœur, et le cœur des hommes de sa maison.
ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।
35 S'étant ainsi endurci le cœur, le Pharaon refusa de congédier les fils d'Israël, ainsi que le Seigneur l'avait dit à Moïse.
ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।

< Exode 9 >