< Genèse 33 >

1 Bientôt Jacob ayant levé les yeux, vit son frère Esaü arriver avec quatre cents hommes, et Jacob rangea séparément les enfants, autour de Lia, de Rachel et des deux servantes.
ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରି ଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,
2 Il mit en avant les deux servantes et leurs fils, puis par derrière Lia et ses enfants, et enfin Rachel avec Joseph.
ଅର୍ଥାତ୍‍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା।
3 Lui-même s'avança devant eux tous, et se prosterna sept fois jusqu'à terre avant d'arriver à Esaü.
ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତ ଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା।
4 Celui-ci accourut à sa rencontre, l'embrassa, lui jeta ses bras autour du cou, et le baisa, et ils pleurèrent tous les deux.
ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।
5 Or, Esaü ayant levé les yeux, vit les femmes et les enfants, et il dit: Quoi! sont-ils à toi? Jacob répondit: Ce sont les enfants dont Dieu, dans sa miséricorde, a gratifié ton serviteur.
ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”
6 Les servantes et leurs enfants s'approchèrent aussi, et ils se prosternèrent.
ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ।
7 Et Lia s'approcha avec ses enfants, et ils se prosternèrent; Rachel enfin s'approcha avec Joseph, et ils se prosternèrent.
ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।
8 Or, Esaü dit: Quoi! les troupeaux que j'ai rencontrés sont-ils aussi à toi? Jacob répondit: Je les ai envoyés pour que ton serviteur trouve grâce devant toi, seigneur.
ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ?” ଯାକୁବ କହିଲା, “ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”
9 Et son frère dit: J'ai de grandes possessions, frère, garde tes biens pour toi.
ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”
10 Si j'ai trouvé grâce devant toi, reprit Jacob, accepte mes présents, car j'ai vu ta face comme on verrait la face de Dieu; tu me feras ce plaisir:
ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋʼ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋʼ ପ୍ରତି ପ୍ରସନ୍ନ ହୋଇଅଛନ୍ତି।
11 Prends donc les présents que je t'ai apportés, parce que le Seigneur dans sa miséricorde m'en a gratifié, et que tout cela est à moi. Et il usa de contrainte, et son frère accepta.
ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।
12 Or, Esaü dit: Partons, et marchons droit devant nous.
ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।”
13 Jacob lui répondit: Mon seigneur sait que les enfants sont délicats, que des brebis et des vaches pleines m'accompagnent; si donc je les presse un seul jour, tout mon bétail mourra.
ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।
14 Que mon seigneur précède son serviteur, et de mon côté je me hâterai en chemin, selon les forces de ce qui marche devant moi, et selon le pas des enfants, jusqu'à ce que j'aie rejoint mon seigneur en Séir.
ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”
15 Et son frère reprit: Je laisserai avec toi une partie des gens qui m'accompagnent. Il répondit: Pourquoi cela? il me suffit d'avoir trouvé grâce devant toi, seigneur.
ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”
16 Et ce jour-là même Esaü reprit, pour retourner à Séir, le chemin par lequel il était venu.
ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।
17 De son côté Jacob s'en alla dresser ses tentes; il éleva là pour lui des tentes, et pour ses troupeaux des abris; c'est pourquoi il nomma ce lieu les Tabernacles.
ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।
18 De là, Jacob passa à Salem, ville des Sécimes qui est en la terre de Chanaan, où il était rentré en revenant de la Mésopotamie Syrienne, et il campa en face de la ville.
ଏହି ପ୍ରକାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା।
19 Il acheta d'Emmor, père de Sichem, au prix de cent agneaux, la portion du champ où il avait dressé ses tentes.
ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକ ଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।
20 Il y éleva un autel, et il invoqua le Dieu d'Israël.
ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।

< Genèse 33 >