< Jérémie 25 >

1 Parole du Seigneur qui vint à Jérémie, touchant tout le peuple de Juda, en la quatrième année du règne de Joakim, fils de Josias, roi de Juda,
ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;
2 Et qu'il a répétée devant tout le peuple de Juda et devant les habitants de Jérusalem, disant:
ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;
3 Depuis la treizième année de Josias, fils d'Amos, roi de Juda, jusqu'à ce jour, il s'est écoulé vingt-trois ans, et je vous ai parlé, me levant au point du jour, disant:
“ଆମୋନ୍‍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
4 Je vous ai envoyé mes serviteurs les prophètes; je les ai envoyés dès le matin, et vous n'avez point écoulé, et vous n'avez point prêté une oreille attentive, lorsqu'ils disaient:
ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।
5 Que chacun de vous se retire de sa mauvaise voie, et se corrige de ses mauvaises habitudes; et vous demeurerez en la terre que j'ai donnée à vous et à vos pères, de siècle en siècle.
ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;
6 Ne marchez pas à la suite des dieux étrangers, pour les servir et les adorer, de peur que je ne sois irrité par les idoles, œuvres de vos mains, et que je ne vous opprime.
ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’
7 Et vous ne m'avez point écouté.
ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।
8 A cause de cela, dit le Seigneur, puisque vous n'avez point eu foi dans mes paroles;
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;
9 Voilà que je vais prendre et vous envoyer une famille qui viendra de l'aquilon, et je la conduirai contre cette terre et ceux qui l'habitent, et contre tous les gentils qui l'entourent; et je leur ferai de leurs champs un désert, un lieu de désolation, un sujet de raillerie et d'opprobre éternel.
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
10 Et je ferai taire chez eux le bruit de la joie et le bruit des fêtes, la voix de l'époux et la voix de l'épousée; et je disperserai le parfum de la myrrhe, et j'éteindrai la lumière de la lampe.
ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।
11 Et toute la terre sera désolée, et ils seront en servitude chez les gentils durant soixante-dix ans.
ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।
12 Et lorsque les soixante-dix ans seront accomplis, je punirai la nation qui les aura retenus, et j'en ferai un lieu d'éternelle désolation.
ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକୁ ଓ କଲ୍‍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।
13 Et j'amènerai sur cette terre toutes les paroles que j'ai dites contre elle; toutes les choses qui ont été écrites dans ce livre.
ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍‍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ୱାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍‍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।
14 Prophéties de Jérémie contre le peuple d'Élam.
କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”
15 Voici ce que dit le Seigneur: L'arc d'Élam, le principe de sa force a été brisé.
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
16 Et je ferai venir sur Élam les quatre vents des quatre coins du ciel; et je les disperserai au soufle de ces vents, et il n'y aura point de nation où ne se réfugient les exilés d'Élam.
ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”
17 Et je les ferai trembler en face de ceux qui en veulent à leur vie; j'amènerai sur eux les coups de ma fureur, et j'enverrai sur eux mon glaive, jusqu'à ce que je les aie exterminés.
ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;
18 Et je placerai mon trône en Élam, et j'en chasserai le roi et les grands.
ଅର୍ଥାତ୍‍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍‍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।
19 Et voici ce qui arrivera au dernier jour: je ramènerai Élam de la captivité, dit le Seigneur.
ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;
20 Au commencement du règne de Sédécias, cette parole vint contre Élam:
ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;
ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;
ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;
ଦଦାନ, ତେମା ଓ ବୂଷ୍‍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;
ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;
ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍‍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;
ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।
ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’
ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।
କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।
ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ।
ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।
ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।
ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।
ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।
ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”

< Jérémie 25 >