< Lévitique 25 >

1 Et le Seigneur parla à Moïse sur le mont Sina, disant:
ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,
2 Parle aux fils d'Israël, et dis-leur: Lorsque vous serez entrés en la terre que je vous donne, la terre que je vous donne se reposera aussi; c'est le sabbat du Seigneur.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।
3 Tu ensemenceras ton champ six années, tu tailleras ta vigne six années, et tu en recueilleras les fruits.
ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।
4 Mais la septième année sera un sabbat, le repos de la terre, le sabbat du Seigneur: tu n'ensemenceras pas ton champ, tu ne tailleras pas ta vigne,
ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ।
5 Et tu ne moissonneras pas les produits spontanés de ton champ, et tu ne vendangeras pas la grappe, qui sera pour toi chose sainte; ce sera une année de repos pour la terre.
ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ।
6 Et le sabbat de la terre sera une source d'aliments pour toi, ton serviteur, ta servante, ton mercenaire et l'étranger résidant auprès de toi.
ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;
7 Quant à tes troupeaux et aux bêtes sauvages qui sont en ton champ, tout fruit de ce champ sera leur nourriture.
ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।
8 Et tu compteras sept repos d'années, sept fois sept années, et tu auras sept semaines d'années, quarante-neuf ans.
ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।
9 Vous sonnerez de la trompette par toute votre terre, le dixième jour du septième mois; le jour de la propitiation, vous sonnerez de la trompette par toute votre terre.
ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।
10 Et vous sanctifierez cette année, la cinquantième année, et vous proclamerez la Rémission sur la terre pour tous ceux qui l'habitent: tel sera pour vous le signal de l'année de rémission. Alors chacun rentrera dans ses possessions, chacun retournera en sa famille.
ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।
11 Ainsi, la cinquantième année proclamera pour vous la rémission; vous n'ensemencerez pas, vous ne moissonnerez pas ce que la terre produirait d'elle- même, vous ne vendangerez pas les grappes, qui seront pour vous chose sainte,
ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।
12 Parce que c'est la proclamation de la rémission, elle est sainte pour vous; vous mangerez au jour le jour le produit spontané des champs.
କାରଣ ତାହା ଯୋବେଲ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।
13 En l'année où la rémission sera ainsi proclamée chacun rentrera dans ses anciennes possessions.
ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।
14 Si tu vends ou achètes à ton prochain, garde-toi de l'affliger.
ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।
15 Tu achèteras de ton prochain selon le nombre des années écoulées depuis la proclamation; le prix de la vente sera réglé sur le nombre des récoltes à faire.
ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।
16 Plus est grand le nombre des années, plus sa possession vaut; moins est grand le nombre des années moins sa possession vaut, puisqu'elle doit être évaluée selon le nombre des récoltes.
ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।
17 Nul n'affligera son prochain; et tu craindras le Seigneur ton Dieu: je suis le Seigneur votre Dieu.
ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
18 Et vous ferez selon mes commandements et mes jugements: vous les observerez, vous les mettrez en pratique, et vous habiterez sur la terre en assurance.
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ।
19 La terre vous donnera des fruits, et vous en serez rassasiés, et vous l'habiterez en paix.
ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ।
20 Que si vous dites: Que mangerons-nous en cette septième année, si nous ne semons ni ne récoltons nos fruits?
ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ?
21 Sachez que je vous enverrai ma bénédiction en la sixième année, qui produira des fruits pour trois ans.
ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।
22 Et la huitième année vous sèmerez, et vous vous nourrirez des anciennes récoltes jusqu'à la neuvième; en attendant que ses fruits soient venus, vous mangerez les anciens fruits des précédentes années.
ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।
23 La terre ne se vendra point irrévocablement, car elle est mienne, et vous n'êtes que des prosélytes et des passagers devant moi.
ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।
24 Pour toute terre, jadis possédée par vous, vous pourrez donner le prix du rachat.
ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ।
25 Si ton frère, qui est avec toi, devient pauvre, et vend une partie de son héritage, son parent pourra venir et racheter ce que son frère aura vendu;
ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।
26 Mais, s'il n'a pas de proche, si sa main est pourvue en abondance, et qu'il se trouve avoir le prix suffisant du rachat,
ପୁଣି, ଯଦି ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,
27 Il comptera les années de vente, et il rendra à l'homme à qui elle a été faite, le prix de celle qui restent, et il rentrera dans sa possession.
ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
28 Et si sa main n'est pas assez pourvue pour satisfaire au rachat, le champ vendu restera à l'acheteur jusqu'à la sixième année après la rémission, et celui-ci en sortira par l'effet de la rémission, et le vendeur rentrera dans sa possession.
ମାତ୍ର ଯଦି ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକ୍ରୟ କରିଅଛି, ତାହା ଯୋବେଲ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୋବେଲ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
29 Si un homme a vendu, dans une ville fermée, une maison habitable, il y aura aussi facilité de rachat jusqu'à un temps déterminé; le rachat pourra se faire pendant une année entière.
ଆଉ, ଯଦି କେହି ପ୍ରାଚୀର-ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ।
30 Mais, si elle n'a pas été rachetée avant que l'année soit accomplie, cette maison, qui est dans une ville fortifiée, appartiendra irrévocablement à l'acheteur et à toutes ses générations; il n'en sortira pas lors de la rémission;
ମାତ୍ର ଯଦି ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀର-ବେଷ୍ଟିତ ନଗର ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ-ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୋବେଲ ସମୟରେ ତାହା ମୁକ୍ତ ହେବ ନାହିଁ।
31 Les maisons des villages, qui ne sont point entourés de murs, seront comptées avec le champ; elles seront rachetables à toujours, et les acheteurs en sortiront lors de la rémission.
ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ।
32 Les villes des lévites aussi, les maisons des villes qui sont leur héritage, pourront toujours être rachetées.
ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।
33 Quiconque aura acheté des lévites une maison d'une des villes qui sont leur héritage, sera évincé de son achat lors de la rémission, parce que les maisons des lévites sont leur héritage au milieu des fils d'Israël.
ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।
34 Et les champs réserves, dépendants de leurs villes, ne seront pas vendus, parce que c'est là leur perpétuel héritage.
ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
35 Si ton frère, celui qui est avec toi, est devenu pauvre, qu'il manque de ressources auprès de toi, tu prendras soin de lui comme du prosélyte ou du passager, et ton frère vivra avec toi.
ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।
36 Tu ne prendras pas de lui d'usure, pas même s'il retrouvait l'abondance, et tu craindras ton Dieu: je suis le Seigneur; et ton frère vivra avec toi.
ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ।
37 Tu ne lui prêteras pas à intérêt ton argent, et tu ne lui donneras pas de tes aliments pour qu'il t'en rende davantage.
ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।
38 Je suis le Seigneur votre Dieu qui vous ai tirés de la terre d'Egypte, pour vous donner la terre de Chanaan, afin d'être votre Dieu.
ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।
39 Et si ton frère, auprès de toi, vient à déchoir et à se vendre à toi, ce ne sera jamais comme esclave.
ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧାଦାସ ପରି ପରିଶ୍ରମ କରାଇବ ନାହିଁ।
40 Il sera pour toi comme un mercenaire ou un domestique, il travaillera chez toi jusqu'à l'année de la rémission.
ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।
41 Mais à cette époque, il redeviendra libre et ses enfants avec lui, et il rentrera dans sa famille, et il courra reprendre possession de son patrimoine;
ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।
42 Parce que ceux que j'ai tirés de la terre d'Egypte sont mes serviteurs à moi, nul d'entre eux ne sera vendu comme un esclave.
କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।
43 Tu ne l'accableras pas de travail, et tu craindras le Seigneur ton Dieu.
ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।
44 Tous les serviteurs et servantes que tu auras, tu les achèteras des nations qui t'entourent. C'est d'elles que vous achèterez vos serviteurs et vos servantes,
ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ।
45 Comme aussi des fils des étrangers demeurant parmi vous: vous les achèterez d'eux et de toutes leurs familles qui seront sur votre terre, pour être votre propriété.
ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।
46 Et, après vous, vous les donnerez en partage à vos enfants, et ils seront votre propriété perpétuelle; mais des fils d'Israël, nul ne tourmentera son frère par des travaux.
ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ-ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।
47 Et si la main de quelque prosélyte ou étranger fixé chez vous a trouvé l'abondance, et que votre frère, réduit à l'indigence, ait été vendu à ce prosélyte, à lui, ou à sa famille,
ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ;
48 Après avoir été vendu, il pourra être racheté; l'un de ses frères le rachètera.
ତେବେ ସେହି ବିକ୍ରୟ ଉତ୍ତାରେ ତାହାର ମୁକ୍ତି ହୋଇ ପାରିବ; ତାହାର ଜ୍ଞାତି ମଧ୍ୟରୁ କେହି ତାହାକୁ ମୁକ୍ତ କରି ପାରିବ।
49 Le frère de son père, ou le fils du frère de son père le rachètera, ou quelqu'un de sa tribu, de sa famille et de son sang, le rachètera; et, si sa main est suffisamment pourvue, il se rachètera lui-même.
କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ।
50 On supputera le temps depuis sa vente jusqu'à la prochaine rémission, et le prix de son rachat sera celui du mercenaire, selon le nombre des années qui restent.
ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୋବେଲ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।
51 S'il y a plus d'années, il ajoutera au prix de son achat.
ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
52 S'il ne reste que peu d'années, jusqu'à celle de la rémission, il supputera, et, selon le nombre d'années, il rendra au maître le prix de son rachat, qui sera celui d'un mercenaire.
ଆଉ ଯଦି ଯୋବେଲ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
53 Ce sera année par année, selon le temps qui restera; et tu ne l'accableras pas de travail en ta présence.
ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।
54 S'il n'est racheté d'aucune de ces manières, il s'en ira en liberté l'année de la rémission, lui et ses enfants.
ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।
55 Parce que les fils d'Israël sont mes serviteurs; ce sont mes serviteurs, que j'ai tirés de la terre d'Egypte.
କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

< Lévitique 25 >