< Zacharie 8 >

1 Et la parole du Seigneur, maître de toutes choses, me vint, disant:
ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2 Voici ce que dit le Seigneur, maître de toutes choses: Je suis pris d'un grand zèle pour Jérusalem et pour Sion, et Je suis pris en même temps d'une grande colère.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ।
3 Voici ce que dit le Seigneur: Je reviendrai à Sion; Je résiderai au milieu de Jérusalem, et Jérusalem sera appelée la ville de vérité, et la montagne du Seigneur sera la montagne sainte.
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।
4 Voici ce que dit le Seigneur tout-puissant: Des anciens et des anciennes s'assoiront encore dans les rues de Jérusalem, ayant chacun à la main un bâton de vieillesse, à cause de la plénitude de leurs jours.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।
5 Et les places de la ville seront remplies de jeunes garçons et de jeunes filles qui joueront dans ses rues.
ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।
6 Voici ce que dit le Seigneur tout-puissant: Si en ces jours cela est impossible aux yeux de ceux qui sont restés de ce peuple, est-ce que cela sera impossible à Mes yeux? dit le Seigneur tout-puissant.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି।
7 Voici ce que dit le Seigneur: Je sauverai Mon peuple des contrées de l'Orient et de celles de l'Occident;
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି!
8 et Je l'en ferai sortir, et Je le ramènerai au milieu de Jérusalem; et il sera Mon peuple, et Moi Je serai son Dieu de vérité et de justice.
ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।”
9 Voici ce que dit le Seigneur tout-puissant: Que vos mains soient fortes, ô vous qui entendez en ces jours les paroles de la bouche des prophètes, en ce jour où l'on a jeté les fondations de la maison du Seigneur tout-puissant, et où le temple a été relevé.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍‍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।
10 Car avant ces jours le salaire des hommes ne sera point lucratif, le travail des bêtes ne profitera point, et ceux qui sont entrés, ceux qui sont sortis, n'auront pas trouvé de paix, à cause de leurs afflictions. Et alors Je ferai marcher tous les hommes l'un contre l'autre.
କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।
11 Mais maintenant Je ne traiterai plus les restes de ce peuple comme aux jours d'autrefois, dit le Seigneur tout-puissant.
ମାତ୍ର ଏବେ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କର ପ୍ରତି ପୂର୍ବକାଳର ପରି ହେବା ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
12 Je lui ferai connaître la paix. La vigne produira son fruit; la terre produira ses récoltes; le ciel donnera sa rosée, et au reste de Mon peuple Je laisserai toutes ces choses en héritage.
କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।
13 Et voici ce qui arrivera: autant vous recevrez de malédictions chez les gentils, vous, maison d'Israël, autant Je mettrai de soins à vous sauver, et autant vous recevrez de bénédictions. Ayez bon courage, et fortifiez vos mains.
ପୁଣି, ହେ ଯିହୁଦା ବଂଶ ଓ ଇସ୍ରାଏଲ ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”
14 Car voici ce que dit le Seigneur tout-puissant: De même que J'ai songé à vous affliger parce que vos pères avaient excité Mon courroux, dit le Seigneur tout-puissant,
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
15 sans que Je M'en repente: de même Je suis disposé et Je songe, en ces jours, à combler de biens Jérusalem et la maison de Juda.
ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଂକଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ।
16 Voici les choses que vous ferez: parlez selon la vérité à votre prochain; jugez devant vos portes selon la vérité, la justice et la paix.
ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;
17 Ne pensez pas à mal en vos discours contre votre prochain, et n'aimez pas le faux serment; car Je hais toutes ces choses, dit le Seigneur tout-puissant.
ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।”
18 Et la parole du Seigneur tout-puissant vint à moi, disant:
ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
19 Voici ce que dit le Seigneur tout-puissant: Le jeûne du quatrième mois, le jeûne du cinquième, le jeûne du septième, le jeûne du dixième, seront alors pour la maison de Juda un sujet de joie, d'allégresse et de bonnes fêtes; réjouissez-vous; aimez la vérité et la paix.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।
20 Voici ce que dit le Seigneur tout-puissant: Vous deviendrez encore un peuple nombreux, et vous habiterez beaucoup de villes.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ନାନା ଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
21 Et les habitants de cinq villes se réuniront en une seule, disant: Allons prier devant la face et sous les yeux du Seigneur tout-puissant; et Moi, J'irai à eux.
ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, ‘ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।’
22 Et des peuples nombreux et des nations nombreuses viendront à Jérusalem chercher la face du Seigneur tout-puissant, et prier devant la face du Seigneur.
ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ।
23 Voici ce que dit le Seigneur tout-puissant: En ces jours, dix hommes de toutes les langues prendront par la frange de son manteau un homme de la Judée, disant: Nous irons avec toi, parce que nous avons ouï dire que Dieu est avec vous.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”

< Zacharie 8 >