< 2 Chroniques 29 >

1 Ézéchias devint roi à l’âge de vingt-cinq ans, et il régna vingt-neuf ans à Jérusalem. Sa mère s’appelait Abija, fille de Zacharie.
ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।
2 Il fit ce qui est droit aux yeux de l’Éternel, entièrement comme avait fait David, son père.
ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3 La première année de son règne, au premier mois, il ouvrit les portes de la maison de l’Éternel, et il les répara.
ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ।
4 Il fit venir les sacrificateurs et les Lévites, qu’il assembla dans la place orientale,
ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,
5 et il leur dit: Écoutez-moi, Lévites! Maintenant sanctifiez-vous, sanctifiez la maison de l’Éternel, le Dieu de vos pères, et mettez ce qui est impur hors du sanctuaire.
“ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର।
6 Car nos pères ont péché, ils ont fait ce qui est mal aux yeux de l’Éternel, notre Dieu, ils l’ont abandonné, ils ont détourné leurs regards du tabernacle de l’Éternel et lui ont tourné le dos.
କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି।
7 Ils ont même fermé les portes du portique et éteint les lampes, et ils n’ont offert au Dieu d’Israël ni parfums ni holocaustes dans le sanctuaire.
ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।
8 Aussi la colère de l’Éternel a été sur Juda et sur Jérusalem, et il les a livrés au trouble, à la désolation et à la moquerie, comme vous le voyez de vos yeux.
ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।
9 Et voici, à cause de cela nos pères sont tombés par l’épée, et nos fils, nos filles et nos femmes sont en captivité.
କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ରକନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି।
10 J’ai donc l’intention de faire alliance avec l’Éternel, le Dieu d’Israël, pour que son ardente colère se détourne de nous.
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।
11 Maintenant, mes fils, cessez d’être négligents; car vous avez été choisis par l’Éternel pour vous tenir à son service devant lui, pour être ses serviteurs, et pour lui offrir des parfums.
ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”
12 Et les Lévites se levèrent: Machath, fils d’Amasaï, Joël, fils d’Azaria, des fils des Kehathites; et des fils des Merarites, Kis, fils d’Abdi, Azaria, fils de Jehalléleel; et des Guerschonites, Joach, fils de Zimma, Éden, fils de Joach;
ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍‍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍‍ଦିର ପୁତ୍ର କୀଶ୍‍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,
13 et des fils d’Élitsaphan, Schimri et Jeïel; et des fils d’Asaph, Zacharie et Matthania;
ଆଉ, ଇଲୀଶାଫନ୍‍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍‍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ
14 et des fils d’Héman, Jehiel et Schimeï; et des fils de Jeduthun, Schemaeja et Uzziel.
ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।
15 Ils réunirent leurs frères, et, après s’être sanctifiés, ils vinrent pour purifier la maison de l’Éternel, selon l’ordre du roi et d’après les paroles de l’Éternel.
ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।
16 Les sacrificateurs entrèrent dans l’intérieur de la maison de l’Éternel pour la purifier; ils sortirent toutes les impuretés qu’ils trouvèrent dans le temple de l’Éternel et les mirent dans le parvis de la maison de l’Éternel, où les Lévites les reçurent pour les emporter dehors au torrent de Cédron.
ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।
17 Ils commencèrent ces purifications le premier jour du premier mois; le huitième jour du mois, ils entrèrent dans le portique de l’Éternel, et ils mirent huit jours à purifier la maison de l’Éternel; le seizième jour du premier mois, ils avaient achevé.
ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।
18 Ils se rendirent ensuite chez le roi Ézéchias, et dirent: Nous avons purifié toute la maison de l’Éternel, l’autel des holocaustes et tous ses ustensiles, et la table des pains de proposition et tous ses ustensiles.
ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ ନିକଟକୁ ଯାଇ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୁଟିର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।
19 Nous avons remis en état et purifié tous les ustensiles que le roi Achaz avait profanés pendant son règne, lors de ses transgressions: ils sont devant l’autel de l’Éternel.
ଆହୁରି, ଆହସ୍‌ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”
20 Le roi Ézéchias se leva de bon matin, assembla les chefs de la ville, et monta à la maison de l’Éternel.
ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ।
21 Ils offrirent sept taureaux, sept béliers, sept agneaux et sept boucs, en sacrifice d’expiation pour le royaume, pour le sanctuaire, et pour Juda. Le roi ordonna aux sacrificateurs, fils d’Aaron, de les offrir sur l’autel de l’Éternel.
ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।
22 Les sacrificateurs égorgèrent les bœufs, et reçurent le sang, qu’ils répandirent sur l’autel; ils égorgèrent les béliers, et répandirent le sang sur l’autel; ils égorgèrent les agneaux, et répandirent le sang sur l’autel.
ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।
23 On amena ensuite les boucs expiatoires devant le roi et devant l’assemblée, qui posèrent leurs mains sur eux.
ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;
24 Les sacrificateurs les égorgèrent, et répandirent leur sang au pied de l’autel en expiation pour les péchés de tout Israël; car c’était pour tout Israël que le roi avait ordonné l’holocauste et le sacrifice d’expiation.
ତହୁଁ ସମଗ୍ର ଇସ୍ରାଏଲ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଯାଜକମାନେ ସେସବୁ ବଧ କରି ଯଜ୍ଞବେଦି ଉପରେ ସେମାନଙ୍କ ରକ୍ତ ଦ୍ୱାରା ପାପାର୍ଥକ ବଳି କଲେ; କାରଣ ସମଗ୍ର ଇସ୍ରାଏଲ ନିମନ୍ତେ ହୋମବଳି ଓ ପାପାର୍ଥକ ବଳି ଉତ୍ସର୍ଗ କରିବାକୁ ରାଜା ଆଜ୍ଞା ଦେଇଥିଲେ।
25 Il fit placer les Lévites dans la maison de l’Éternel avec des cymbales, des luths et des harpes, selon l’ordre de David, de Gad le voyant du roi, et de Nathan, le prophète; car c’était un ordre de l’Éternel, transmis par ses prophètes.
ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍‍ର ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।
26 Les Lévites prirent place avec les instruments de David, et les sacrificateurs avec les trompettes.
ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ।
27 Ézéchias ordonna d’offrir l’holocauste sur l’autel; et au moment où commença l’holocauste, commença aussi le chant de l’Éternel, au son des trompettes et avec accompagnement des instruments de David, roi d’Israël.
ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।
28 Toute l’assemblée se prosterna, on chanta le cantique, et l’on sonna des trompettes, le tout jusqu’à ce que l’holocauste fût achevé.
ତହିଁରେ ସମଗ୍ର ସମାଜ ପ୍ରଣାମ କଲେ ଓ ଗାୟକମାନେ ଗାନ କଲେ ଓ ତୂରୀବାଦକମାନେ ତୂରୀ ବଜାଇଲେ; ହୋମବଳିଦାନର ସମାପ୍ତି ପର୍ଯ୍ୟନ୍ତ ଏସବୁ ହେଲା।
29 Et quand on eut achevé d’offrir l’holocauste, le roi et tous ceux qui étaient avec lui fléchirent le genou et se prosternèrent.
ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ।
30 Puis le roi Ézéchias et les chefs dirent aux Lévites de célébrer l’Éternel avec les paroles de David et du prophète Asaph; et ils le célébrèrent avec des transports de joie, et ils s’inclinèrent et se prosternèrent.
ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।
31 Ézéchias prit alors la parole, et dit: Maintenant que vous vous êtes consacrés à l’Éternel, approchez-vous, amenez des victimes et offrez en sacrifices d’actions de grâces à la maison de l’Éternel. Et l’assemblée amena des victimes et offrit des sacrifices d’actions de grâces, et tous ceux dont le cœur était bien disposé offrirent des holocaustes.
ସେତେବେଳେ ହିଜକୀୟ ଉତ୍ତର କରି କହିଲେ, “ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ।” ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।
32 Le nombre des holocaustes offerts par l’assemblée fut de soixante-dix bœufs, cent béliers, et deux cents agneaux; toutes ces victimes furent immolées en holocauste à l’Éternel.
ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି।
33 Et l’on consacra encore six cents bœufs et trois mille brebis.
ପୁଣି ଛଅ ଶହ ବୃଷ ଓ ତିନି ସହସ୍ର ମେଷ ପବିତ୍ରୀକୃତ ହେଲେ।
34 Mais les sacrificateurs étaient en petit nombre, et ils ne purent dépouiller tous les holocaustes; leurs frères, les Lévites, les aidèrent jusqu’à ce que l’ouvrage fût fini, et jusqu’à ce que les autres sacrificateurs se fussent sanctifiés, car les Lévites avaient eu plus à cœur de se sanctifier que les sacrificateurs.
ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।
35 Il y avait d’ailleurs beaucoup d’holocaustes, avec les graisses des sacrifices d’actions de grâces, et avec les libations des holocaustes. Ainsi fut rétabli le service de la maison de l’Éternel.
ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।
36 Ézéchias et tout le peuple se réjouirent de ce que Dieu avait bien disposé le peuple, car la chose se fit subitement.
ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍‍ ସାଧିତ ହେଲା।

< 2 Chroniques 29 >