< Deutéronome 1 >

1 Voici les paroles que Moïse adressa à tout Israël, de l’autre côté du Jourdain, dans le désert, dans la plaine, vis-à-vis de Suph, entre Paran, Tophel, Laban, Hatséroth et Di-Zahab.
ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍‍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,
2 Il y a onze journées depuis Horeb, par le chemin de la montagne de Séir, jusqu’à Kadès-Barnéa.
ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।
3 Dans la quarantième année, au onzième mois, le premier du mois, Moïse parla aux enfants d’Israël selon tout ce que l’Éternel lui avait ordonné de leur dire.
ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,
4 C’était après qu’il eut battu Sihon, roi des Amoréens, qui habitait à Hesbon, et Og, roi de Basan, qui habitait à Aschtaroth et à Édréï.
“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ
5 De l’autre côté du Jourdain, dans le pays de Moab, Moïse commença à expliquer cette loi, et dit:
ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।
6 L’Éternel, notre Dieu, nous a parlé à Horeb, en disant: Vous avez assez demeuré dans cette montagne.
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;
7 Tournez-vous, et partez; allez à la montagne des Amoréens et dans tout le voisinage, dans la plaine, sur la montagne, dans la vallée, dans le midi, sur la côte de la mer, au pays des Cananéens et au Liban, jusqu’au grand fleuve, au fleuve d’Euphrate.
ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍‍ ପର୍ଯ୍ୟନ୍ତ ଯାତ୍ରା କର।
8 Voyez, j’ai mis le pays devant vous; allez, et prenez possession du pays que l’Éternel a juré à vos pères, Abraham, Isaac et Jacob, de donner à eux et à leur postérité après eux.
ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”
9 Dans ce temps-là, je vous dis: Je ne puis pas, à moi seul, vous porter.
ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;
10 L’Éternel, votre Dieu, vous a multipliés, et vous êtes aujourd’hui aussi nombreux que les étoiles du ciel.
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।
11 Que l’Éternel, le Dieu de vos pères, vous augmente mille fois autant, et qu’il vous bénisse comme il vous l’a promis!
ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ।
12 Comment porterais-je, à moi seul, votre charge, votre fardeau et vos contestations?
ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି?
13 Prenez dans vos tribus des hommes sages, intelligents et connus, et je les mettrai à votre tête.
ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।”
14 Vous me répondîtes, en disant: Ce que tu proposes de faire est une bonne chose.
ଏଥିରେ ତୁମ୍ଭେମାନେ ମୋତେ ଉତ୍ତର ଦେଇ କହିଲ, “ତୁମ୍ଭେ ଯାହା କହିଲ, ତାହା ଆମ୍ଭମାନଙ୍କର କରିବା ଭଲ।”
15 Je pris alors les chefs de vos tribus, des hommes sages et connus, et je les mis à votre tête comme chefs de mille, chefs de cent, chefs de cinquante, et chefs de dix, et comme ayant autorité dans vos tribus.
ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।
16 Je donnai, dans le même temps, cet ordre à vos juges: Écoutez vos frères, et jugez selon la justice les différends de chacun avec son frère ou avec l’étranger.
ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।
17 Vous n’aurez point égard à l’apparence des personnes dans vos jugements; vous écouterez le petit comme le grand; vous ne craindrez aucun homme, car c’est Dieu qui rend la justice. Et lorsque vous trouverez une cause trop difficile, vous la porterez devant moi, pour que je l’entende.
ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”
18 C’est ainsi que je vous prescrivis, dans ce temps-là, tout ce que vous aviez à faire.
ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ସମସ୍ତ କର୍ତ୍ତବ୍ୟ କର୍ମ ବିଷୟ ଆଜ୍ଞା ଦେଇଥିଲି।
19 Nous partîmes d’Horeb, et nous parcourûmes en entier ce grand et affreux désert que vous avez vu; nous prîmes le chemin de la montagne des Amoréens, comme l’Éternel, notre Dieu, nous l’avait ordonné, et nous arrivâmes à Kadès-Barnéa.
ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।
20 Je vous dis: Vous êtes arrivés à la montagne des Amoréens, que l’Éternel, notre Dieu, nous donne.
ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।
21 Vois, l’Éternel, ton Dieu, met le pays devant toi; monte, prends-en possession, comme te l’a dit l’Éternel, le Dieu de tes pères; ne crains point, et ne t’effraie point.
ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”
22 Vous vous approchâtes tous de moi, et vous dîtes: Envoyons des hommes devant nous, pour explorer le pays, et pour nous faire un rapport sur le chemin par lequel nous y monterons et sur les villes où nous arriverons.
ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆମ୍ଭ ନିକଟକୁ ଆସି କହିଲ, “ଆମ୍ଭେମାନେ ଆପଣାମାନଙ୍କ ଆଗେ ଲୋକ ପଠାଉ, ତହିଁରେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଦେଶ ଅନୁସନ୍ଧାନ କରି ଆମ୍ଭମାନଙ୍କୁ କେଉଁ ପଥ ଦେଇ ଯିବାକୁ ହେବ ଓ କେଉଁ କେଉଁ ନଗରରେ ଉପସ୍ଥିତ ହେବାକୁ ହେବ, ତହିଁର ସମ୍ବାଦ ଆମ୍ଭମାନଙ୍କ ନିକଟକୁ ଆଣନ୍ତୁ।”
23 Cet avis me parut bon; et je pris douze hommes parmi vous, un homme par tribu.
ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।
24 Ils partirent, traversèrent la montagne, et arrivèrent jusqu’à la vallée d’Eschcol, qu’ils explorèrent.
ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ-ଉପତ୍ୟକାରେ ପହଞ୍ଚି ଦେଶର ଅନୁସନ୍ଧାନ କଲେ।
25 Ils prirent dans leurs mains des fruits du pays, et nous les présentèrent; ils nous firent un rapport, et dirent: C’est un bon pays, que l’Éternel, notre Dieu, nous donne.
ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।”
26 Mais vous ne voulûtes point y monter, et vous fûtes rebelles à l’ordre de l’Éternel, votre Dieu.
ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ।
27 Vous murmurâtes dans vos tentes, et vous dîtes: C’est parce que l’Éternel nous hait, qu’il nous a fait sortir du pays d’Égypte, afin de nous livrer entre les mains des Amoréens et de nous détruire.
ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି।
28 Où monterions-nous? Nos frères nous ont fait perdre courage, en disant: C’est un peuple plus grand et de plus haute taille que nous; ce sont des villes grandes et fortifiées jusqu’au ciel; nous y avons même vu des enfants d’Anak.
ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”
29 Je vous dis: Ne vous épouvantez pas, et n’ayez pas peur d’eux.
ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ।
30 L’Éternel, votre Dieu, qui marche devant vous, combattra lui-même pour vous, selon tout ce qu’il a fait pour vous sous vos yeux en Égypte,
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।
31 puis au désert, où tu as vu que l’Éternel, ton Dieu, t’a porté comme un homme porte son fils, pendant toute la route que vous avez faite jusqu’à votre arrivée en ce lieu.
ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”
32 Malgré cela, vous n’eûtes point confiance en l’Éternel, votre Dieu,
ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ!
33 qui allait devant vous sur la route pour vous chercher un lieu de campement, la nuit dans un feu afin de vous montrer le chemin où vous deviez marcher, et le jour dans une nuée.
ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।
34 L’Éternel entendit le bruit de vos paroles. Il s’irrita, et jura, en disant:
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ବାକ୍ୟର ରବ ଶୁଣି ରାଗିଲେ ଓ ଶପଥ କରି କହିଲେ,
35 Aucun des hommes de cette génération méchante ne verra le bon pays que j’ai juré de donner à vos pères,
“ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,
36 excepté Caleb, fils de Jephunné; il le verra, lui, et je donnerai à lui et à ses enfants le pays sur lequel il a marché, parce qu’il a pleinement suivi la voie de l’Éternel.
କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ।”
37 L’Éternel s’irrita aussi contre moi, à cause de vous, et il dit: Toi non plus, tu n’y entreras point.
ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ପ୍ରତି କ୍ରୋଧ କରି କହିଲେ, “ତୁମ୍ଭେ ମଧ୍ୟ ସେହି ସ୍ଥାନରେ ପ୍ରବେଶ କରିବ ନାହିଁ,
38 Josué, fils de Nun, ton serviteur, y entrera; fortifie-le, car c’est lui qui mettra Israël en possession de ce pays.
ତୁମ୍ଭର ପରିଚାରକ ନୂନର ପୁତ୍ର ଯିହୋଶୂୟ ସେହି ସ୍ଥାନରେ ପ୍ରବେଶ କରିବ ତୁମ୍ଭେ ତାହାକୁ ସାହସ ଦିଅ ଯେହେତୁ ସେ ଇସ୍ରାଏଲକୁ ତାହା ଅଧିକାର କରାଇବ।
39 Et vos petits enfants, dont vous avez dit: Ils deviendront une proie! Et vos fils, qui ne connaissent aujourd’hui ni le bien ni le mal, ce sont eux qui y entreront, c’est à eux que je le donnerai, et ce sont eux qui le posséderont.
ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।
40 Mais vous, tournez-vous, et partez pour le désert, dans la direction de la mer Rouge.
ମାତ୍ର ତୁମ୍ଭେମାନେ ବାହୁଡ଼ି ସୂଫ ସାଗର ପଥ ଦେଇ ପ୍ରାନ୍ତରକୁ ଯାତ୍ରା କର।”
41 Vous répondîtes, en me disant: Nous avons péché contre l’Éternel; nous monterons et nous combattrons, comme l’Éternel, notre Dieu, nous l’a ordonné. Et vous ceignîtes chacun vos armes, et vous fîtes le projet téméraire de monter à la montagne.
ଏଥିରେ ତୁମ୍ଭେମାନେ ଉତ୍ତର କରି ମୋତେ କହିଲ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ ତଦନୁସାରେ ଉଠିଯାଇ ଯୁଦ୍ଧ କରିବୁ।” ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଯୁଦ୍ଧାସ୍ତ୍ର ବାନ୍ଧି ପର୍ବତ ଆରୋହଣ କରିବାକୁ ବ୍ୟଗ୍ର ହେଲ।
42 L’Éternel me dit: Dis-leur: Ne montez pas et ne combattez pas, car je ne suis pas au milieu de vous; ne vous faites pas battre par vos ennemis.
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ‘ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ;’ କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।”
43 Je vous parlai, mais vous n’écoutâtes point; vous fûtes rebelles à l’ordre de l’Éternel, et vous montâtes audacieusement à la montagne.
ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।
44 Alors les Amoréens, qui habitent cette montagne, sortirent à votre rencontre, et vous poursuivirent comme font les abeilles; ils vous battirent en Séir, jusqu’à Horma.
କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।
45 A votre retour, vous pleurâtes devant l’Éternel; mais l’Éternel n’écouta point votre voix, et ne vous prêta point l’oreille.
ତେବେ ତୁମ୍ଭେମାନେ ଫେରିଆସି ସଦାପ୍ରଭୁଙ୍କ ଛାମୁରେ ରୋଦନ କଲ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ରବରେ ମନୋଯୋଗ କଲେ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି କର୍ଣ୍ଣପାତ କଲେ ନାହିଁ।
46 Vous restâtes à Kadès, où le temps que vous y avez passé fut de longue durée.
ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ।

< Deutéronome 1 >