< Zacharie 13 >

1 En ce jour-là, une source sera ouverte Pour la maison de David et les habitants de Jérusalem, Pour le péché et pour l’impureté.
ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
2 En ce jour-là, dit l’Éternel des armées, J’exterminerai du pays les noms des idoles, Afin qu’on ne s’en souvienne plus; J’ôterai aussi du pays les prophètes et l’esprit d’impureté.
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।
3 Si quelqu’un prophétise encore, Son père et sa mère, qui l’ont engendré, lui diront: Tu ne vivras pas, car tu dis des mensonges au nom de l’Éternel! Et son père et sa mère, qui l’ont engendré, le transperceront Quand il prophétisera.
ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।
4 En ce jour-là, les prophètes rougiront de leurs visions Quand ils prophétiseront, Et ils ne revêtiront plus un manteau de poil pour mentir.
ପୁଣି, ସେହି ଦିନ ଭବିଷ୍ୟଦ୍‍ବକ୍ତାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।
5 Chacun d’eux dira: Je ne suis pas prophète, Je suis laboureur, Car on m’a acheté dès ma jeunesse.
ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍‍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’
6 Et si on lui demande: D’où viennent ces blessures que tu as aux mains? Il répondra: C’est dans la maison de ceux qui m’aimaient que je les ai reçues.
ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”
7 Épée, lève-toi sur mon pasteur Et sur l’homme qui est mon compagnon! Dit l’Éternel des armées. Frappe le pasteur, et que les brebis se dispersent! Et je tournerai ma main vers les faibles.
“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।
8 Dans tout le pays, dit l’Éternel, Les deux tiers seront exterminés, périront, Et l’autre tiers restera.
ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
9 Je mettrai ce tiers dans le feu, Et je le purifierai comme on purifie l’argent, Je l’éprouverai comme on éprouve l’or. Il invoquera mon nom, et je l’exaucerai; Je dirai: C’est mon peuple! Et il dira: L’Éternel est mon Dieu!
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”

< Zacharie 13 >