< 2 Chroniques 20 >
1 Il arriva, après cela, que les enfants de Moab et les enfants d'Ammon (car avec eux il y avait des Ammonites), vinrent contre Josaphat pour lui faire la guerre.
ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।
2 On vint donc le rapporter à Josaphat, en disant: Il vient contre toi une grande multitude d'au delà de la mer, de Syrie; et les voici à Hatsatson-Thamar, qui est En-Guédi.
ଏଥିରେ କେତେକ ଲୋକ ଯିହୋଶାଫଟ୍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍-ସସୋନ୍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।”
3 Alors Josaphat craignit; et il se disposa à rechercher l'Éternel, et il publia un jeûne pour tout Juda.
ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।
4 Juda s'assembla donc pour demander du secours à l'Éternel; on vint même de toutes les villes de Juda pour chercher l'Éternel.
ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।
5 Et Josaphat se tint debout dans l'assemblée de Juda et de Jérusalem, dans la maison de l'Éternel, devant le nouveau parvis;
ଆଉ, ଯିହୋଶାଫଟ୍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;
6 Et il dit: Éternel, Dieu de nos pères! n'es-tu pas Dieu dans les cieux, et n'est-ce pas toi qui domines sur tous les royaumes des nations? Et n'as-tu pas en ta main la force et la puissance, en sorte que nul ne peut te résister?
ଆଉ ସେ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କʼଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।
7 N'est-ce pas toi, ô notre Dieu! qui as dépossédé les habitants de ce pays devant ton peuple d'Israël, et qui l'as donné pour toujours à la postérité d'Abraham, qui t'aimait?
ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଆପଣା ଲୋକ ଇସ୍ରାଏଲ ସମ୍ମୁଖରେ ଏହି ଦେଶ ନିବାସୀମାନଙ୍କୁ ତଡ଼ିଦେଇ ଅନନ୍ତକାଳ ନିମନ୍ତେ ଆପଣା ମିତ୍ର ଅବ୍ରହାମ-ବଂଶକୁ ତାହା ଦେଇ ନାହଁ?
8 Ils l'ont habité, et t'y ont bâti un sanctuaire pour ton nom, en disant:
ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି,
9 S'il nous arrive quelque mal, l'épée, le jugement, la peste, ou la famine, nous nous tiendrons devant cette maison, et en ta présence; car ton nom est en cette maison; et nous crierons à toi dans notre détresse, et tu exauceras et tu délivreras!
‘ଯେବେ ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ, ଖଡ୍ଗ, ଦଣ୍ଡ, କି ମହାମାରୀ, କି ଦୁର୍ଭିକ୍ଷ ଉପସ୍ଥିତ ହେବ, ତେବେ ଆମ୍ଭେମାନେ ଏହି ଗୃହ ସମ୍ମୁଖରେ ଓ ତୁମ୍ଭ ସମ୍ମୁଖରେ ଠିଆ ହେବୁ, କାରଣ ତୁମ୍ଭ ନାମ ଏହି ଗୃହରେ ଅଛି, ଆଉ ଆମ୍ଭେମାନେ ଆପଣା ସଙ୍କଟ କାଳରେ ତୁମ୍ଭ ନିକଟରେ ପ୍ରାର୍ଥନା କରିବୁ, ତହିଁରେ ତୁମ୍ଭେ ଶୁଣି ଉଦ୍ଧାର କରିବ।’
10 Maintenant, voici les enfants d'Ammon et de Moab, et ceux de la montagne de Séir, chez lesquels tu ne permis pas à Israël d'entrer, quand il venait du pays d'Égypte, car il se détourna d'eux, et ne les détruisit pas,
ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।
11 Les voici qui nous en récompensent, en venant nous chasser de ton héritage, dont tu nous as donné la possession.
ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।
12 O notre Dieu! ne les jugeras-tu pas? Car il n'y a point de force en nous devant cette grande multitude qui vient contre nous, et nous ne savons que faire; mais nos yeux sont sur toi.
ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”
13 Or tout Juda se tenait devant l'Éternel, même avec leurs familles, leurs femmes et leurs enfants.
ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।
14 Alors l'Esprit de l'Éternel fut sur Jachaziel, fils de Zacharie, fils de Bénaja, fils de Jéïel, fils de Matthania, Lévite, d'entre les enfants d'Asaph, au milieu de l'assemblée;
ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।
15 Et il dit: Vous, tout Juda, et habitants de Jérusalem, et toi, roi Josaphat, soyez attentifs! Ainsi vous dit l'Éternel: Ne craignez point, et ne soyez point effrayés à cause de cette grande multitude; car ce ne sera pas à vous de combattre, mais à Dieu.
ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।
16 Descendez demain contre eux; les voici qui montent par la montée de Tsits, et vous les trouverez à l'extrémité de la vallée, en face du désert de Jéruël.
କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍ ଘାଟି ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତଭାଗରେ ସେମାନଙ୍କୁ ପାଇବ।
17 Ce ne sera point à vous de combattre en cette bataille; présentez-vous, tenez-vous là, et voyez la délivrance que l'Éternel va vous donner. Juda et Jérusalem, ne craignez point, et ne soyez point effrayés! Demain, sortez au-devant d'eux, et l'Éternel sera avec vous.
ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ;’ ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”
18 Alors Josaphat s'inclina le visage contre terre, et tout Juda et les habitants de Jérusalem se jetèrent devant l'Éternel, se prosternant devant l'Éternel.
ତହିଁରେ ଯିହୋଶାଫଟ୍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ।
19 Et les Lévites, d'entre les enfants des Kéhathites et d'entre les enfants des Corites, se levèrent pour célébrer l'Éternel, le Dieu d'Israël, d'une voix forte et haute.
ପୁଣି କହାତୀୟ-ସନ୍ତାନଗଣର ଓ କୋରହ-ସନ୍ତାନଗଣର ଲେବୀୟମାନେ ଅତି ଉଚ୍ଚସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।
20 Puis, le matin, ils se levèrent de bonne heure et sortirent vers le désert de Thékoa; et comme ils sortaient, Josaphat se tint là et dit: Juda et vous, habitants de Jérusalem, écoutez-moi: Croyez en l'Éternel votre Dieu, et vous serez en sûreté; croyez en ses prophètes, et vous réussirez.
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”
21 Puis, ayant délibéré avec le peuple, il établit des chantres de l'Éternel, qui célébraient sa sainte magnificence; et, marchant devant l'armée, ils disaient: Louez l'Éternel, car sa miséricorde demeure à toujours!
ପୁଣି ସେ ଲୋକମାନଙ୍କ ସହିତ ପରାମର୍ଶ କଲା ଉତ୍ତାରେ ସୈନ୍ୟଶ୍ରେଣୀର ଆଗେ ଆଗେ ସେମାନଙ୍କ ଗମନ କାଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବାକୁ ଓ ଧର୍ମସୌନ୍ଦର୍ଯ୍ୟର ପ୍ରଶଂସା କରିବାକୁ, ପୁଣି “ସଦାପ୍ରଭୁଙ୍କର ଧନ୍ୟବାଦ କର, ଯେହେତୁ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି କହିବାକୁ ଲୋକ ନିଯୁକ୍ତ କଲେ।”
22 Et au moment où ils commencèrent le chant et la louange, l'Éternel mit des embuscades contre les enfants d'Ammon, et de Moab, et ceux de la montagne de Séir, qui venaient contre Juda, et ils furent battus.
ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ।
23 Les enfants d'Ammon et de Moab se levèrent contre les habitants de la montagne de Séir, pour les vouer à l'interdit et les exterminer; et quand ils en eurent fini avec les habitants de Séir, ils s'aidèrent l'un l'autre à se détruire.
କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।
24 Et quand Juda arriva sur la hauteur d'où l'on voit le désert, ils regardèrent vers cette multitude, et voici, c'étaient des cadavres gisant à terre, sans qu'il en fût échappé un seul.
ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି।
25 Ainsi Josaphat et son peuple vinrent pour piller leur butin, et ils trouvèrent parmi eux, au milieu des cadavres, des biens en abondance, et des objets précieux; et ils en enlevèrent tant, qu'ils ne le pouvaient porter; et ils pillèrent le butin pendant trois jours, car il était considérable.
ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।
26 Et, le quatrième jour, ils s'assemblèrent dans la vallée de Bénédiction; car ils bénirent là l'Éternel; c'est pourquoi, on a appelé ce lieu, jusqu'à ce jour, la vallée de Bénédiction.
ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।
27 Puis tous les hommes de Juda et de Jérusalem, et Josaphat, à leur tête, reprirent joyeusement le chemin de Jérusalem; car l'Éternel leur avait donné de la joie au sujet de leurs ennemis.
ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।
28 Ils entrèrent donc à Jérusalem, dans la maison de l'Éternel, avec des lyres, des harpes et des trompettes.
ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।
29 Et la terreur de Dieu fut sur tous les royaumes des divers pays, quand ils eurent appris que l'Éternel avait combattu contre les ennemis d'Israël.
ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା।
30 Ainsi le royaume de Josaphat fut tranquille, et son Dieu lui donna du repos de tous côtés.
ଏହିରୂପେ ଯିହୋଶାଫଟ୍ଙ୍କର ରାଜ୍ୟ ସୁସ୍ଥିର ହେଲା; କାରଣ ତାଙ୍କର ପରମେଶ୍ୱର ତାଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
31 Josaphat régna donc sur Juda. Il était âgé de trente-cinq ans quand il devint roi, et il régna vingt-cinq ans à Jérusalem. Sa mère s'appelait Azuba, fille de Shilchi.
ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ଯେ ଶିଲ୍ହିର କନ୍ୟା ଥିଲେ।
32 Il suivit les traces d'Asa, son père, et il ne s'en détourna point, faisant ce qui est droit devant l'Éternel.
ଯିହୋଶାଫଟ୍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
33 Seulement les hauts lieux ne furent point ôtés, et le peuple n'avait pas encore tourné son cœur vers le Dieu de ses pères.
ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ।
34 Or le reste des actions de Josaphat, les premières et les dernières, voici, elles sont écrites dans les mémoires de Jéhu, fils de Hanani, insérés dans le livre des rois d'Israël.
ଏହି ଯିହୋଶାଫଟ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତର ଆଦ୍ୟନ୍ତ କଥା, ଦେଖ, ଇସ୍ରାଏଲ-ରାଜାବଳୀ ପୁସ୍ତକର ଅନ୍ତର୍ଗତ ହନାନିର ପୁତ୍ର ଯେହୂର ଇତିହାସ ପୁସ୍ତକରେ ଲେଖାଅଛି।
35 Après cela, Josaphat, roi de Juda, s'associa avec Achazia, roi d'Israël, dont la conduite était impie.
ଏଥିଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ;
36 Il s'associa avec lui pour faire des navires, afin d'aller à Tarsis; et ils firent des navires à Etsjon-Guéber.
ଯିହୋଶାଫଟ୍ ତର୍ଶୀଶକୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
37 Alors Éliézer, fils de Dodava, de Marésha, prophétisa contre Josaphat, en disant: Parce que tu t'es associé avec Achazia, l'Éternel a détruit ton œuvre. Et les navires furent brisés, et ne purent aller à Tarsis.
ସେତେବେଳେ ମାରେଶା-ନିବାସୀ ଦୋଦବାହୁର ପୁତ୍ର ଇଲୀୟେଜର ଯିହୋଶାଫଟ୍ଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲା, “ତୁମ୍ଭେ ଅହସୀୟ ସଙ୍ଗେ ମିଶିଅଛ, ଏହେତୁ ସଦାପ୍ରଭୁ ତୁମ୍ଭର କର୍ମସବୁ ବିନାଶ କରିଅଛନ୍ତି।” ତହିଁରେ ସେହି ସବୁ ଜାହାଜ ଭାଙ୍ଗିଗଲା ଓ ତର୍ଶୀଶକୁ ଯାଇ ପାରିଲା ନାହିଁ।