< Josué 4 >

1 Et quand toute la nation eut achevé de passer le Jourdain, l'Éternel parla à Josué, et lui dit:
ଏହିରୂପେ ସମୁଦାୟ ଗୋଷ୍ଠୀ ସମ୍ପୂର୍ଣ୍ଣ ରୂପେ ଯର୍ଦ୍ଦନ ପାର ହେଲା ଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
2 Prenez parmi le peuple douze hommes, un homme par tribu,
“ତୁମ୍ଭେମାନେ ଲୋକମାନଙ୍କର ଏକ ଏକ ବଂଶ ମଧ୍ୟରୁ ଏକ ଏକ ଜଣ, ଏରୂପେ ବାରଗୋଟି ଜଣ ଗ୍ରହଣ କରି
3 Et commandez-leur en disant: Prenez d'ici, du milieu du Jourdain, du lieu où les sacrificateurs se sont arrêtés de pied ferme, douze pierres que vous emporterez avec vous et que vous poserez au lieu où vous passerez cette nuit.
ସେମାନଙ୍କୁ ଆଜ୍ଞା ଦେଇ କୁହ, ‘ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।’”
4 Josué appela donc les douze hommes qu'il avait choisis d'entre les enfants d'Israël, un homme par tribu,
ତେବେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;
5 Et Josué leur dit: Passez devant l'arche de l'Éternel votre Dieu, au milieu du Jourdain, et que chacun de vous prenne une pierre sur son épaule, selon le nombre des tribus des enfants d'Israël;
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;
6 Afin que cela soit un signe au milieu de vous. Quand dans l'avenir vos enfants demanderont: Que veulent dire pour vous ces pierres?
ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବ, ପୁଣି ‘ତୁମ୍ଭମାନଙ୍କର ଏସବୁ ପଥର କʼଣ?’ ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,
7 Vous leur répondrez: C'est que les eaux du Jourdain furent coupées devant l'arche de l'alliance de l'Éternel, quand elle passa le Jourdain; les eaux du Jourdain furent coupées; et ces pierres sont pour les enfants d'Israël un mémorial à jamais.
ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’”
8 Les enfants d'Israël firent donc ce que Josué avait commandé. Ils prirent douze pierres du milieu du Jourdain, comme l'Éternel l'avait dit à Josué, selon le nombre des tribus des enfants d'Israël, et les emportèrent avec eux au lieu où ils passèrent la nuit, et ils les y posèrent.
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯିହୋଶୂୟଙ୍କର ଆଜ୍ଞାନୁସାରେ କର୍ମ କଲେ, ସଦାପ୍ରଭୁ ଯିହୋଶୂୟଙ୍କୁ ଯେପରି କହିଥିଲେ, ସେପରି ସେମାନେ ଇସ୍ରାଏଲ-ସନ୍ତାନଗଣର ବଂଶର ସଂଖ୍ୟାନୁସାରେ ଯର୍ଦ୍ଦନ ମଧ୍ୟରୁ ବାରଗୋଟି ପ୍ରସ୍ତର ଉଠାଇ ଆପଣାମାନଙ୍କ ସଙ୍ଗେ ସେପାରିକି ନେଇ ବସା କରିବା ସ୍ଥାନରେ ରଖିଲେ।
9 Josué dressa aussi douze pierres au milieu du Jourdain, au lieu où s'étaient arrêtés les pieds des sacrificateurs qui portaient l'arche de l'alliance, et elles sont là jusqu'à ce jour.
ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।
10 Et les sacrificateurs qui portaient l'arche se tinrent au milieu du Jourdain, jusqu'à ce que tout ce que l'Éternel avait commandé à Josué de dire au peuple fût achevé, selon tout ce que Moïse avait prescrit à Josué. Puis le peuple se hâta de passer.
ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକ-ବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।
11 Quand tout le peuple eut achevé de passer, l'arche de l'Éternel et les sacrificateurs passèrent devant le peuple.
ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।
12 Alors les enfants de Ruben, les enfants de Gad, et la demi-tribu de Manassé passèrent en armes devant les enfants d'Israël, comme Moïse le leur avait dit;
ସେସମୟରେ ରୁବେନ୍‍ର ସନ୍ତାନଗଣ ଓ ଗାଦ୍‍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;
13 Environ quarante mille hommes, équipés pour la guerre, passèrent devant l'Éternel pour combattre, dans les campagnes de Jérico.
ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ।
14 En ce jour-là, l'Éternel éleva Josué à la vue de tout Israël, et ils le craignirent comme ils avaient craint Moïse, tous les jours de sa vie.
ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ।
15 Or l'Éternel parla à Josué, en disant:
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
16 Commande aux sacrificateurs qui portent l'arche du Témoignage, et qu'ils montent hors du Jourdain.
“ସାକ୍ଷ୍ୟ-ସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।”
17 Et Josué commanda aux sacrificateurs, en disant: Montez hors du Jourdain.
ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।”
18 Et lorsque les sacrificateurs qui portaient l'arche de l'alliance de l'Éternel furent montés du milieu du Jourdain, et que la plante des pieds des sacrificateurs se leva pour se poser sur le sec, les eaux du Jourdain retournèrent à leur place, et coulèrent comme auparavant par-dessus toutes ses rives.
ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କ ଭୂମିକୁ ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରିଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।
19 Le peuple monta ainsi hors du Jourdain, le dixième jour du premier mois, et il campa à Guilgal, du côté de l'Orient de Jérico.
ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ।
20 Et Josué dressa à Guilgal les douze pierres qu'ils avaient prises du Jourdain.
ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍‍ଗଲ୍‍ରେ ସ୍ଥାପନ କଲେ।
21 Et il parla aux enfants d'Israël, en disant: Quand à l'avenir vos enfants interrogeront leurs pères, et diront: Que veulent dire ces pierres?
ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,
22 Vous l'apprendrez à vos enfants, en disant: Israël a passé ce Jourdain à sec.
ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।
23 Car l'Éternel votre Dieu a mis à sec les eaux du Jourdain devant vous, jusqu'à ce que vous fussiez passés, comme l'Éternel votre Dieu avait fait à la mer Rouge qu'il mit à sec devant nous, jusqu'à ce que nous fussions passés;
କାରଣ ଆମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;
24 Afin que tous les peuples de la terre sachent que la main de l'Éternel est forte, et afin que vous craigniez toujours l'Éternel votre Dieu.
(ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।”

< Josué 4 >