< 1 Chroniques 12 >
1 Ceux-ci aussi vinrent vers David à Sicéleg, lorsqu’il fuyait encore Saül, fils de Cis; c’étaient des hommes très forts et d’excellents combattants,
ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।
2 Tendant l’arc, et des deux mains jetant les pierres de la fronde et dirigeant les flèches: ils étaient frères de Saül, de la tribu de Benjamin.
ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।
3 Le premier était Ahiézer, ensuite Joas, les fils de Samaa, le Gabaathite, puis Jaziel, et Phallet, les fils d’Azmoth, Baracha et Jéhu, l’Anathothite;
ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍, ପେଲଟ୍, ଅନାଥୋତୀୟ ବରାଖା ଓ ଯେହୂ;
4 De plus Samaïas, le Gabaonite, le plus vaillant parmi les trente, et qui les commandait; Jérémie, Jéhéziel, Johanan, et Jézabad, le Gadérothite;
ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍, ଗଦେରାଥୀୟ ଯୋଷାବଦ୍;
5 Eluzaï, Jérimuth, Baalia, Samaria et Saphatia, l’Haruphite;
ଇଲିୟଷୟ, ଯିରେମୋତ୍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;
6 Elcana, Jésia, Azaréel, Joézer, et Jesbaam de Caréhim;
କୋରହୀୟ ଇଲ୍କାନା, ଯିଶୀୟ, ଅସରେଲ୍, ଯୋୟେଷର୍, ଯାଶ୍ବୀୟାମ୍;
7 De plus Joéla et Zabadia, les fils de Jéroham, de Gédor.
ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।
8 Mais d’entre les Gaddites aussi passèrent à David, lorsqu’il était caché dans le désert, des hommes très vigoureux, et excellents combattants, tenant un bouclier et une lance; leur face était comme la face d’un lion, et ils étaient agiles comme des chevreuils sur les montagnes.
ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।
9 Ezer était le premier, Obdias, le second, Eliab, le troisième,
ପ୍ରଥମ ଏସର୍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍,
10 Masmana, le quatrième, Jérémie, le cinquième,
ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,
11 Ethi, le sixième, Eliel, le septième,
ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍;
12 Johanan, le huitième, Elzébad, le neuvième,
ଅଷ୍ଟମ ଯୋହାନନ୍, ନବମ ଇଲ୍ସାବଦ୍;
13 Jérémie, le dixième, Machbanaï, le onzième.
ଦଶମ ଯିରିମୀୟ, ଏକାଦଶ ମଗ୍ବନ୍ନୟ।
14 Ceux-là, fils de Gad, étaient princes de l’armée: le moindre commandait cent soldats; et le plus grand, mille.
ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।
15 Ce sont eux qui passèrent le Jourdain au premier mois, quand il a accoutumé de déborder sur ses rives, et qui mirent en fuite tous ceux qui demeuraient dans les vallées, vers le côté oriental et occidental.
ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
16 Il y en eut aussi qui vinrent même de Benjamin et de Juda dans la forteresse, dans laquelle se trouvait David.
ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।
17 Et David sortit au-devant d’eux, et dit: Si c’est pacifiquement que vous êtes venus vers moi, afin de me secourir, que mon cœur s’unisse à vous; mais si vous me tendez un piège dans l’intérêt de mes ennemis, quoique je n’aie point d’iniquité en mes mains, que le Dieu de nos pères voie et juge.
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”
18 Alors un esprit remplit Amasaï, le premier entre les trente, et il répondit: Nous sommes à vous, ô David, et avec vous, ô fils d’Isaï. Paix, paix à vous, et paix à vos partisans! car votre Dieu vous aide. David les reçut donc et les établit chefs des troupes.
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।
19 Il y en eut aussi de Manassé qui passèrent à David, quand il venait avec les Philistins contre Saül pour se battre; mais il ne combattit pas avec eux, parce qu’un conseil ayant été tenu, les princes des Philistins le renvoyèrent, disant: Au péril de notre tête, il retournera vers son maître, Saül.
ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”
20 Quand donc il revint à Sicéleg, passèrent à lui de Manassé, Ednas, Jozabad, Jédihel, Michaël, Ednas, Jozabad, Eliu et Salathi, chefs de mille soldats en Manassé.
ଦାଉଦ ସିକ୍ଲଗ୍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।
21 Ce sont eux qui donnèrent du secours à David contre les voleurs; car ils étaient tous des hommes très braves; et ils furent faits princes dans l’armée.
ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।
22 Enfin il venait tous les jours des troupes vers David, pour le secourir, jusque-là que leur grand nombre devint comme une armée de Dieu.
ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।
23 Voici aussi le nombre des princes de l’armée qui vinrent vers David lorsqu’il était à Hébron, pour lui transférer le royaume de Saül, selon la parole du Seigneur:
ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।
24 Les fils de Juda, portant le bouclier et la lance, six mille huit cents, prêts au combat.
ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।
25 D’entre les fils de Siméon, très braves pour combattre, sept mille cent.
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।
26 D’entre les fils de Lévi, quatre mille six cents.
ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ।
27 De plus, Joïada, prince de la race d’Aaron, et avec lui trois mille sept cents hommes.
ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।
28 Sadoc aussi, jeune homme d’un excellent naturel, et la maison de son père, vingt-deux princes.
ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।
29 Mais d’entre les fils de Benjamin, frères de Saül, trois mille hommes; car une grande partie d’entre eux suivait encore la maison de Saül.
ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।
30 Et d’entre les fils d’Ephraïm, vingt mille huit cents, d’une très grande force, hommes renommés dans leur parenté.
ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
31 Et de la demi-tribu de Manassé, dix-huit mille vinrent, chacun selon son nom, pour établir David roi.
ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।
32 Comme aussi il vint d’entre les fils d’Issachar des hommes instruits, qui connaissaient tous les temps, afin d’ordonner ce que devait faire Israël: les principaux étaient au nombre de deux cents, et tout le reste de leur tribu suivait leur conseil.
ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।
33 Mais ceux de Zabulon qui sortaient pour le combat, et qui se tenaient dans la bataille munis d’armes guerrières, vinrent au nombre de cinquante mille au secours de David, sans duplicité de cœur.
ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।
34 Et de Nephthali, mille princes, et avec eux des hommes armés d’une lance et d’un bouclier, au nombre de trente-sept mille.
ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।
35 De Dan aussi, préparés au combat, vingt-huit mille six cents;
ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
36 Et d’Aser, sortant pour le combat, et en bataille provoquant l’ennemi, quarante mille.
ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
37 Mais au-delà du Jourdain, des fils de Ruben et de Gad, et de la demi-tribu de Manassé, munis d’armes guerrières, cent vingt mille.
ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
38 Tous ces hommes de guerre, disposés à combattre, vinrent avec un cœur parfait à Hébron, pour établir David roi sur tout Israël; et de plus tout le reste d’Israël avait un même cœur pour que David fût fait roi.
ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।
39 Et ils furent là près de David durant trois jours, mangeant et buvant; car leurs frères avaient tout préparé;
ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।
40 Mais de plus, ceux qui étaient proche d’eux, jusqu’à Issachar, à Zabulon et à Nephthali, apportaient des pains sur les ânes, les chameaux, les mulets et les bœufs, pour qu’ils s’en nourrissent; de la farine, des figues, des raisins secs, du vin, de l’huile, des bœufs et des béliers en toute abondance; car c’était une joie en Israël.
ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।