< Osée 12 >

1 Ephraïm se repaît de vent et poursuit un air brûlant; tout le jour il multiplie le mensonge et la dévastation; il a fait alliance avec les Assyriens et il portait de l’huile en Egypte.
ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
2 Voici donc venir le jugement du Seigneur avec Juda, et sa visite sur Jacob; il lui rendra selon ses voies et ses inventions.
ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
3 Dans le sein maternel il supplanta son frère; par sa force il lutta avec l’ange.
ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
4 Et il prévalut contre l’ange et il fut fortifié; il pleura, et le pria: il le trouva à Béthel, et là le Seigneur nous parla.
ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
5 Et le Seigneur, le Dieu des armées, le Seigneur devint l’objet de son souvenir.
ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
6 Et toi, Israël, à ton Dieu tu te convertiras; garde la miséricorde et le jugement, et espère en ton Dieu, toujours.
ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
7 Quant à Chanaan, dans sa main est une balance trompeuse; il a aimé l’oppression.
ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
8 Et Ephraïm a dit: Cependant je suis devenu riche, j’ai trouvé une idole pour moi; aucun de mes travaux ne trouvera l’iniquité par laquelle j’ai péché.
ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”
9 Et moi, je suis le Seigneur ton Dieu, depuis que je t’ai retiré de la terre d’Egypte; je te ferai encore demeurer dans des tabernacles comme aux jours de fête.
ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
10 Et j’ai parlé aux prophètes, et c’est moi qui ai multiplié les visions; et par le ministère des prophètes j’ai été assimilé aux hommes.
ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
11 Si Galaad était une idole, c’est donc en vain qu’ils sacrifiaient aux bœufs de Galgal; car leurs autels sont comme des monceaux de pierre sur les sillons des champs.
ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
12 Jacob a fui dans la contrée de Syrie, et Israël a servi pour une femme, et pour une autre femme il a servi.
ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
13 Par un prophète, le Seigneur a tiré Israël de l’Egypte, et par un prophète il a été conservé.
ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
14 Par ses plaintes amères, Ephraïm m’a provoqué au courroux; et son sang retombera sur lui, et son opprobre, le Seigneur le lui rendra.
ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।

< Osée 12 >