< Zacharie 11 >

1 Ouvre tes portes, ô Liban, et qu’un feu dévore tes cèdres.
ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।
2 Hurle, sapin, parce qu’un cèdre est tombé, parce que des grands ont été abattus; hurlez, chêne de Basan, parce que la forêt fortifiée a été coupée.
ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍‍ ହେଲା।
3 Le bruit du hurlement des pasteurs retentit, parce que leur magnificence a été ruinée; le bruit du rugissement des lions se fait entendre, parce que l’orgueil du Jourdain a été détruit.
ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।
4 Voici ce que dit le Seigneur mon Dieu: Pais les troupeaux de tuerie,
ସଦାପ୍ରଭୁ ମୋʼ ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।
5 Que ceux qui les possédaient tuaient sans pitié, et ils les vendaient, disant: Béni le Seigneur! nous sommes devenus riches; et leurs pasteurs ne les épargnaient pas.
ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।
6 Et moi je n’épargnerai pas à l’avenir des habitants de la terre, dit le Seigneur: voici que moi je livrerai les hommes, chacun à la main de son prochain et à la main de son roi; et ils ravageront la terre, et je ne les délivrerai pas de leur main.
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ।”
7 Et je paîtrai le troupeau de tuerie, ô pauvres du troupeau. Et je pris pour moi deux houlettes; j’appelai l’une Beauté, et j’appelai l’autre Cordelette, et je fis paître le troupeau.
ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।
8 Et j’ai retranché trois pasteurs en un seul mois; mon âme s’est resserrée à leur égard, parce que leur âme a varié pour moi.
ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।
9 Et j’ai dit: Je ne vous paîtrai pas; que ce qui meurt meure, que ce qui est retranché soit retranché; que les autres dévorent chacun la chair de son prochain.
ସେତେବେଳେ ମୁଁ କହିଲି, “ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ।”
10 Et je pris la houlette qui s’appelait Beauté, et je la brisai, pour rendre vaine mon alliance que j’ai faite avec tous les peuples.
ପୁଣି, ମୁଁ ଆପଣା ଶୋଭା ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି।
11 Et cette alliance fut rendue vaine en ce jour-là, et les pauvres du troupeau qui me gardent fidélité ont reconnu que c’était la parole du Seigneur.
ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋʼ କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ।
12 Et je leur dis: Si cela est bon à vos yeux, apportez-moi ma récompense; et sinon, demeurez en repos. Et ils pesèrent ma récompense, trente pièces d’argent.
ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରିଦେଲେ।
13 Et le Seigneur me dit: Jette au statuaire ce prix magnifique auquel j’ai été évalué par eux. Et je pris les trente pièces d’argent, et je les jetai dans la maison du Seigneur au statuaire.
ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇଦେଲି
14 Et je brisai ma seconde houlette qui s’appelait Cordelette, afin de détruire la fraternité entre Juda et Israël.
ଏଉତ୍ତାରେ ମୁଁ ବନ୍ଧନୀ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି।
15 Et le Seigneur me dit: Prends encore les instruments d’un pasteur insensé.
ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।
16 Parce que voici que moi, je susciterai sur la terre un pasteur qui ne visitera pas la brebis abandonnée, ne recherchera pas l’égarée, et ne guérira pas la blessée, et ne nourrira pas celle qui se tient ferme sur ses pieds, mais mangera les chairs des grasses, et brisera leurs sabots.
କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ୱାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ଡ ଖଣ୍ଡ କରି ବିଦୀର୍ଣ୍ଣ କରିବ।
17 Ô pasteur et idole, qui abandonne le troupeau; un glaive tombera sur son bras et sur son œil droit; son bras sera entièrement desséché; et son œil droit sera tout couvert de ténèbres.
ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।”

< Zacharie 11 >