< Marqqossa 12 >
1 Qasse istas lemusora yotishe hizgidees “Isadey ba woyne mith tokides. Birda yushi athides; woyne miththa ayfe gum7ana olla bokidees nago kethekka kexides. Hesafe goshanchatas kira imidi hara dere bides.
ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।
2 Mithay ayfizawode woyne miththa ayfe eeka ya gidi ashikaratappe isade goshanchatakko yedidees.
ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ।
3 Goshanchati ashikaraza oykidi wadhidi mela kushe yedida.
କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ।
4 Namm7anthokka hara ashikara yedidees. Goshanchatti ha7ikka ashikara oykki hu7istara bo7idinne kawushidi zari yedida.
ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ।
5 Ha7ikka zaridi hara ahshikara yedidees. He yedoysakka wodhida; hara darota gidofe issi issi asata qoxida; bagayta wodhida.
ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେହି ବ୍ୟକ୍ତି ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ।
6 Ha7ikkka kitanas haray dees; izikka aaway dosiza iza naaza. Ta naza isti bossana gi qopidi wursethan ba naza yeddides.
ତାହାଙ୍କ ନିକଟରେ ଆପଣା ପ୍ରିୟ ପୁତ୍ର ମାତ୍ର ରହିଥିଲେ। ମୋହର ପୁଅକୁ ସେମାନେ ମାନ୍ୟ କରିବେ, ଏହା ଭାବି ସେ ଅବଶେଷରେ ତାହାଙ୍କୁ କୃଷକମାନଙ୍କ ନିକଟକୁ ପଠାଇଲେ।
7 Goshancahti qass ba garsan “Haysi wana iza latana nazakko ha yitte nu iza wodhikko bittay nuss gidana” gidda.
ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ।
8 Hessa gish hen oyki wodhidi woynne miththaya dizasoppe haraso kessi yegida.
ସେଥିରେ ସେମାନେ ତାହାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ।
9 Histin woynne miththa goday intes ay oothana milatize? Izi yana, goshanchatakka wodhana, woynne miththa haratas immana.
ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ।
10 Maxxafan “Shucha keth kexizayti hanena giidi wora yegida shuchay ketha ma7izenes bolla hu7e gididees hessakka Goday othidees. Hessikka nu ayfes malalizaz” getetidi xafetidaysa nababibeyketi?
ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’”
12 Izi istas lemusoza yotiday ista gish gididaysa Ayhude halaqati erida gish iza oykanas koyda. Gido atin asas babida gish yegidi bida.
ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।
13 Iza yon qaxxana mala Parsawistappene Herodosa bagatappe qorerethidi issi issi ass izakko yedida.
ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ।
14 Istika izakko yidi “Astemare neni moroy baynda ass gididaysa nu eros; ne oonaskka babada wordo madakka; Xoossa oogge xalala tummu tamarsasa. Oromme kawo qesares gira qanxanas besizeye besene? Nu qanxinoye qanxofino?
ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?
15 Yesusaykka ista oychoy qodheppe qommo gididaysa eridi (Azas tana qaxana koyeti?) Anne issi dinare hamite ta beyays gidees.
ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, “କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ମୁଦ୍ରା ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।”
16 Isstikka misha ehin “Haysi iza bolla dizay oona misilenne misille bolla xafetidaysi oona gize? gidees. Istika qesareysakko gida.
ତହିଁରେ ସେମାନେ ତାହା ଆଣିଲେ। ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ମୂର୍ତ୍ତି ଓ ନାମ କାହାର?” ସେମାନେ ତାହାଙ୍କୁ କହିଲେ, କାଇସରଙ୍କର।
17 Yesusaykka “Qessareysa qessares, Xoossisa Xoossas immitte” gidees. Isstikka iza zaron malaletida.
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ।
18 Hessappe guye hayqidaytas hayqoppe denthi bawa giza saduqaweti izakko yidi iza hizgi oychida.
ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,
19 Astamare issades machcho ekidi na yelonta hayqikko hayqidaysa ishay iza machcheyo ekkidi izas lata na yelana mala kasse Mussey nus xafidees.
ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
20 Gido attin lapun ishanti detees; istafe bayray machcho ekkidi na yelonta hayqidees.
ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
21 Kalozi he macashayo ekidi ha7ikka na yelonta hayqidees. Hezanthoykka yelonta hayqidees.
ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,
22 Lappunatikka he macashayo ekkidi latta yelibeyttena wursethan macashayakka hayqadus.
ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା।
23 Histin lappunatikka izo ekkidashin hayqoppe dendoy diza gidikko ha macashaya istafe onna machcho gidane?” gida.
ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।
24 Yesusaykka istas hiz gidees “Inte baletizay gesha maxafatane Xoossa wolqa erontagishaskko.
ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?
25 Hayqidayti dendiza wode salo kiitanchata mala gidana atin ekketenane geletena.
ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।
26 Hayqidayta dentha gishas gidikko Musse maxafan hesikka qeeri wora gidon eexiza tama gidofe Xoossi “Tanni Aabiramme Xoossa; Yisaqe Xoossa; Yaqoobe Xoossa gididaysa nababibeyketi?
ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର?
27 Xoossi paxata Xoossu atin hayqethata Xoossu gidena. Hessa gish inte daro baletidetta.” gides.
ସେ ମୃତମାନଙ୍କର ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର। ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ।”
28 Isstii palamman dishi n Xafistappe issadey ista palamma siyidinne Yesusay oychetidaysas lo7othi zaridaysa akkekidi “Eero azazotappe wursooppe adhizay awayse?” gidi oychidees.
ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ?
29 Yeususay izas hiz gidees “Wursooppe adhizay hayssa (Isra7ele siya Gosa Xoossi issi Goda,
ଯୀଶୁ ଉତ୍ତର ଦେଲେ, “ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଏକମାତ୍ର ପ୍ରଭୁ ଅଟନ୍ତି;
30 nekka Goda ne Xoossa ne kumetha wozinappe, ne kumetha shempofe, ne kumetha qofappe, ne kumetha woqappe dossa.
‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’
31 Namm7anthoykka ne lagge ne hu7e mala dossa.” ha namm7atappe adhiza azazoy bawa.”
ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।”
32 Xaafezikka “Aastamare lo7o gadasa Xoossi issino gididaysanne izappe haray bayndaysa ne yotidaysi like.
ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି;
33 Iza ne kummetha wozinnappe ne kummetha qofappe ne kumetha wolqappe dossoy Qassekka ne lagge ne hu7e mala dossoy Xugetiza yarshopene hara yarsho wursoppe adhes” gidees.
ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମବଳି ଓ ବଳିଦାନ ଅପେକ୍ଷା ଗୁରୁତର।
34 Yesusayka adezi yushi qoppidi zaridaysa beydi “Neni Xoossa kawotethappe hahondakka.” gidees. Hessappe guye iza ooychanas xalida uray betibeynna.
ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ।” ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।
35 Yesuaya maqidase gathan tamarsishe Muse woga tamarsizayti aazas Kirstosay Dawite na gizo?
କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?
36 Dawitey Xiillo Aayanan hasa7ishe “Goday ta Goda ne morketa ta ne too gars athana gakanas ta ushchan uta gidees” gess.
ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
37 Histin Dawitey ba dunara iza Goda gikko wanidi simmi izas na gidane? gidees. Daro dereykka izgizaysa ufaysara siyidees.
ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”
38 Izi tamarsishe hiz gidees “Muse woga tamarsizaytappe nagetite, gaderea gochetiza adussa mayo mayidi yush yuyana dosetees; awankka adhi adhi ass istas boncho sarotta immana mala koyettees.
ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର,
39 Ayhudata wossa kethan dhoqaso, digisasonkka/gibirasonkka/ bonchoso koyetes.
ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଗ୍ରହଣ କରିବାକୁ ଭଲ ପାଆନ୍ତି;
40 Isti azinay baynda macasha keeth kalosetees, qasskka bena besanas adusa wossa wossetes. Haytanti iitta pirda pirdistana.
ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
41 Yesusaykka asay muxuwata yegizason utidi daro asati immizayssa maqidasse misha shishiza saxinen yegizaysa xelidees. Daro dureti daro miish yegida.
ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ;
42 Issi azinay baynda amm7o dizara issi sikkinappe daronta xarqumala biratappe othetida namm7u miish yegadus.
ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା।
43 Yesusay bena kalizayta xeygidi ta intes tumu gays “Saxinezan yegida wursoppe hana manqo am7eya adheth yegadus.
ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି;
44 Hayti wuri ba diza tirppa mishappe yegidashin hana qasse ba manqotetha wolqara bess dizaysa sinthafe izo koshizaysara ubbaa immadus” gides.
କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”