< 1 Koenige 18 >
1 Lange Zeit verging. Da erging des Herrn Wort an Elias im dritten Jahre also: "Auf! Zeige dich dem Achab! Ich will Regen auf die Erde senden.
ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”
2 Da ging Elias, sich Achab zu zeigen. Die Hungersnot aber war stark in Samaria.
ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।
3 Und so rief Achab seinen Hausvorstand Obadja. Obadja aber fürchtete den Herrn sehr.
ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।
4 Damals, als Izebel die Propheten des Herrn ausrottete, holte Obadja hundert Propheten und versteckte sie, je fünfzig in einer Höhle, und versorgte sie mit Brot und Wasser.
ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)
5 Achab sprach also zu Obadja: "Geh im Lande zu allen Wasserquellen und allen Bächen! Vielleicht finden wir Gras und erhalten damit Roß und Maultiere am Leben und müssen nichts vom Vieh eingehen lassen."
ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
6 So teilten sie sich in das Land, es zu durchziehen. Achab aber zog auf dem einen Weg allein und Obadja auf dem anderen allein.
ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟଆଡ଼େ ଗଲା।
7 Als Obadja unterwegs war, kam ihm Elias entgegen. Er erkannte ihn, fiel auf sein Antlitz und sprach: "Bist du es, mein Herr Elias?"
ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କʼଣ ମୋʼ ପ୍ରଭୁ ଏଲୀୟ?”
8 Dieser sprach zu ihm: "Ich bin es. Auf! Sag deinem Herrn: 'Elias ist da!'"
ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ‘ଦେଖ, ଏଲୀୟ ଏଠାରେ ଅଛନ୍ତି।’”
9 Er sprach: "Was habe ich verschuldet, daß du deinen Sklaven in die Hand des Achab geben willst, daß er mich töte?
ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?
10 So wahr der Herr, dein Gott, lebt! Es gibt kein Volk und kein Reich, wohin mich mein Herr nicht geschickt, dich zu suchen. Und sprächen sie: 'Er ist nicht hier', dann ließe ich das Reich und das Volk schwören, daß sie dich nicht finden.
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।
11 Und da sprichst du jetzt: 'Auf! Sag deinem Herrn: Elias ist da!'
ଏବେ ଆପଣ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।’
12 Ginge ich von dir weg, so entführte dich des Herrn Geist, ich weiß nicht, wohin, und käme ich, es Achab zu melden, und fände er dich nicht, so erschlüge er mich. Und doch fürchtet dein Sklave den Herrn von Jugend auf.
ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲା କ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
13 Ist meinem Herrn nicht berichtet worden, was ich getan, als Izebel des Herrn Propheten tötete, daß ich von den Propheten des Herrn hundert Mann, je fünfzig in einer Höhle, versteckte und sie mit Brot und Wasser versorgte?
ଈଷେବଲ୍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?
14 Und da sprichst du jetzt: 'Geh und sage deinem Herrn: Elias ist da!' Er bringt mich um."
ତଥାପି ଆପଣ ଏବେ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି;’ ତହିଁରେ ସେ ମୋତେ ବଧ କରିବେ।”
15 Elias sprach: "So wahr der Herr der Heerscharen lebt, vor dem ich stehe! Noch heute zeige ich mich ihm."
ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
16 Da ging Obadja Achab entgegen und sagte es ihm. Und Achab ging Elias entgegen.
ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।
17 Als nun Achab den Elias erblickte, sprach Achab zu ihm: "Bist du da, du Unglücksbringer Israels?"
ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?”
18 Er sprach: "Nicht ich habe Israel ins Unglück gebracht, sondern du und das Haus deines Vaters. Ihr verließet des Herrn Gebote, und du folgtest den Baalen.
ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍ ଦେବଗଣର ଅନୁଗାମୀ ହୋଇଅଛ।
19 Nun aber sende hin und versammle zu mir ganz Israel auf dem Berge Karmel und auch die 450 Baalspropheten samt den 400 Ascherapropheten, die an Izebels Tisch essen!"
ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରି ଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”
20 Da sandte Achab zu allen Israeliten und lud die Propheten auf den Berg Karmel.
ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
21 Da trat Elias zum ganzen Volk und sprach: "Wie lange hinket ihr nach beiden Seiten? Ist der Herr Gott, so folgt ihm. Ist es aber Baal, so folgt diesem!" Das Volk aber erwiderte ihm nichts.
ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
22 Da sprach Elias zum Volk: "Ich bin allein übrig als Prophet des Herrn. Der Baalspropheten dagegen sind es 450 Mann.
ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍ର ଭବିଷ୍ୟଦ୍ବକ୍ତା ଚାରି ଶହ ପଚାଶ ଜଣ ଅଛନ୍ତି।
23 So gebe man uns zwei Farren! Sie mögen sich einen Farren wählen, zerstückeln und auf das Holz legen, ohne Feuer anzumachen! Ich richte den anderen Farren her und lege ihn auf das Holz, zünde aber auch kein Feuer an.
ଏହେତୁ ସେମାନେ ଆମ୍ଭମାନଙ୍କୁ ଦୁଇ ବୃଷ ଦେଉନ୍ତୁ, ଆଉ ସେମାନେ ଆପଣାମାନଙ୍କ ପାଇଁ ଗୋଟିଏ ବୃଷ ପସନ୍ଦ କରନ୍ତୁ ଓ ତାହା ଖଣ୍ଡ ଖଣ୍ଡ କରି କାଷ୍ଠ ଉପରେ ରଖନ୍ତୁ, ମାତ୍ର ତଳେ ଅଗ୍ନି ନ ଦେଉନ୍ତୁ; ଆଉ ମୁଁ ଅନ୍ୟ ବୃଷଟିକୁ ପ୍ରସ୍ତୁତ କରି କାଷ୍ଠ ଉପରେ ରଖିବି, ମାତ୍ର ତଳେ ଅଗ୍ନି ଦେବି ନାହିଁ।
24 Dann ruft ihr eures Gottes Namen an, und ich rufe den Namen des Herrn an. Der Gott, der mit Feuer antwortet, ist der Gott." Da antwortete das ganze Volk und sprach: "Der Vorschlag ist gut."
ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି, ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ୱାରା ଉତ୍ତର ଦେବେ, ସେ ପରମେଶ୍ୱର ହେଉନ୍ତୁ।” ଏଥିରେ ସମସ୍ତ ଲୋକ ଉତ୍ତର କଲେ, “ଏ କଥା ଉତ୍ତମ।”
25 Darauf sprach Elias zu den Baalspropheten: "Wählt euch den einen Farren und richtet ihn zuerst zu! Denn ihr seid die Mehrzahl. Und ruft eures Gottes Namen an! Aber Feuer legt nicht daran!"
ଏଥିଉତ୍ତାରେ ଏଲୀୟ ବାଲ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ।”
26 Da nahmen sie den Farren, den man ihnen gab, und richteten ihn her. Dann riefen sie den Namen des Baal an, vom Morgen bis zum Mittag: "Baal, erhöre uns!" Aber da gab es keinen Laut und keine Antwort. Und sie hinkten um den Altar, den man gemacht hatte.
ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
27 Am Mittag verspottete sie Elias und sprach: "Ruft recht laut! Obgleich er Gott ist, so ist er wohl in Gedanken oder ist beiseite gegangen oder auf Reisen! Vielleicht schläft er gar und wird dann aufwachen."
ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।”
28 Da riefen sie noch lauter und machten sich nach ihrem Brauch Einschnitte mit Schwertern und Spießen, bis an ihnen Blut herabrann,
ପୁଣି, ସେମାନେ ଉଚ୍ଚସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।
29 Als der Mittag vorüber war, rasteten sie bis zur Zeit der Darbringung des Speiseopfers. Aber kein Laut, keine Antwort! Nichts war zu merken.
ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।
30 Da sprach Elias zum ganzen Volke: "Tretet zu mir her!" Da trat alles Volk zu ihm. Da besserte er den eingerissenen Altar des Herrn aus.
ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋʼ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।
31 Elias nahm nämlich zwölf Steine nach der Zahl der Stämme der Söhne Jakobs, an den des Herrn Wort ergangen: "Israel sei dein Name!"
ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।
32 Aus den Steinen baute er einen Altar im Namen des Herrn und machte einen Graben, der an zwei Maß Korn faßte, rings um den Altar.
ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।
33 Dann schichtete er das Holz, zerstückte den Farren und legte ihn auf das Holz.
ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।”
34 Dann sprach er: "Füllt vier Eimer mit Wasser und gießt es auf das Brandopfer und das Holz!" Dann sprach er: "Tut es noch einmal!" Sie taten es noch einmal. Dann sprach er: "Tut es zum drittenmal!" Und sie taten es zum drittenmal. -
ପୁଣି, ସେ କହିଲେ, “ଦ୍ୱିତୀୟ ଥର ତାହା କର,” ତହୁଁ ସେମାନେ ଦ୍ୱିତୀୟ ଥର ତାହା କଲେ। ଆହୁରି ସେ କହିଲେ, “ତୃତୀୟ ଥର ତାହା କର,” ତହୁଁ ସେମାନେ ତୃତୀୟ ଥର ତାହା କଲେ।
35 Und das Wasser floß rings um den Altar, und auch den Graben füllte das Wasser.
ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।
36 Um die Zeit der Darbringung des Speiseopfers trat nun der Prophet Elias hin und sprach: "Herr, Du Gott Abrahams, Isaaks und Israels! Heute werde kund, daß Du Gott bist in Israel und ich Dein Knecht und daß ich all dies auf Dein Geheiß getan habe!
ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
37 Erhöre mich, Herr, erhöre mich, daß dies Volk erkenne, daß Du, Herr, der wahre Gott bist! Bekehre ihre Herzen!"
ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋʼ କଥା ଶୁଣ, ହେ ସଦାପ୍ରଭୋ, ମୋʼ କଥା ଶୁଣ।
38 Da: fiel des Herrn Feuer herab, verzehrte das Brandopfer, das Holz, die Steine und das Erdreich und leckte das Wasser im Graben auf.
ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
39 Das ganze Volk sah es. Da fielen sie auf ihr Antlitz und riefen: "Der Herr ist der wahre Gott. Der Herr ist der wahre Gott."
ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
40 Da sprach Elias zu ihnen. "Ergreift die Baalspropheten! Keiner von ihnen entkomme!" Sie ergriffen sie. Elias führte sie an den Kisonbach und schlachtete sie dort ab.
ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
41 Dann sprach Elias zu Achab: "Geh hinauf! Iß und trink! Schon läßt sich das Rauschen des Regens hören."
ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠିଯାଇ ଭୋଜନପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
42 Da ging Achab hinauf, zu essen und zu trinken. Elias aber stieg auf den Gipfel des Karmel, bückte sich zur Erde und legte sein Antlitz zwischen seine Knie.
ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।
43 Dann sprach er zu seinem Diener: "Geh doch hinauf und schaue westwärts!" Er ging hinauf, blickte aus und sprach: "Nichts ist da." Er sprach: "Gehe noch siebenmal hin!"
ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ର ଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”
44 Beim siebtenmal sprach er: "Eine Wolke, klein wie eine Manneshand, steigt aus dem Meer." Da sprach er: "Geh hinauf und sage zu Achab: 'Spann an und fahr hinab! Daß dich nicht der Regen aufhalte!'"
ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”
45 Inzwischen ward der Himmel schwarz von Gewitterwolken, und ein starker Regen fiel. Achab fuhr nun ab und kam nach Jezreel.
ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।
46 Über Elias aber kam des Herrn Hand. Er gürtete seine Lenden und lief vor Achab bis Jezreel her.
ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।