< 2 Mose 37 >

1 Und Besalel machte die Lade aus Akazienholz, zwei und eine halbe Elle lang, anderthalb breit und hoch.
ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍‍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ
2 Er überzog sie in- und auswendig mit reinem Gold und machte ihr einen goldenen Kranz ringsum.
ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
3 Dann goß er für sie vier goldene Ringe für die vier Füße, zwei Ringe auf der einen Seite und zwei auf der anderen.
ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।
4 Dann fertigte er Akazienstangen und überzog sie mit Gold.
ଆଉ ସେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ
5 Diese Stangen zog er durch die Ringe an den beiden Seiten der Lade, um die Lade zu tragen.
ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।
6 Dann machte er aus reinem Gold eine Deckplatte, zweieinhalb Ellen lang und anderthalb breit.
ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।
7 Auch machte er zwei goldene Cherube. Er machte sie in getriebener Arbeit für die beiden Enden der Deckplatte.
ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।
8 Den einen Cherub an dem einen Ende, den anderen am anderen Ende. An beiden Enden der Deckplatte brachte er die Cherube an.
ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।
9 Die Cherube breiteten nach oben ihre Flügel, mit ihren Flügeln die Deckplatte deckend, die Gesichter sich zugekehrt. Die Cherubsgesichter aber schauten nach der Deckplatte hin.
ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।
10 Dann machte er aus Akazienholz einen Tisch, zwei Ellen lang, eine breit und anderthalb hoch.
ତହିଁ ଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।
11 Er überzog ihn mit reinem Gold und machte ihm einen goldenen Kranz ringsum.
ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
12 Dann machte er ihm eine handbreit große Leiste ringsum, und daran machte er wieder einen goldenen Kranz ringsum.
ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
13 Er goß für ihn vier goldene Ringe und befestigte diese Ringe an den vier Ecken seiner vier Füße.
ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ।
14 Dicht an der Leiste waren die Ringe zur Aufnahme der Stangen, um den Tisch zu tragen.
ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା।
15 Die Stangen machte er aus Akazienholz und überzog sie mit Gold, um den Tisch zu tragen.
ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।
16 Er machte die Geräte für den Tisch, seine Schüsseln, Schalen, Becher und Kannen zur Trankopferspende, aus reinem Gold.
ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍‍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
17 Aus reinem Gold machte er auch den Leuchter; in getriebener Arbeit machte er den Leuchter, sein Fußgestell und seinen Schaft; seine Kelche, Knospen und Blüten gingen aus ihm hervor.
ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା।
18 Von seinen Seiten gingen sechs Röhren aus, je drei auf jeder Leuchterseite.
ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା।
19 An jeder Röhre waren drei Mandelblütenkelche, je eine Knospe samt der Blüte. So an allen sechs von dem Leuchter ausgehenden Röhren.
ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।
20 Am Leuchter selbst waren vier Mandelblütenkelche, mit Knospen und Blüten,
ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା।
21 jedesmal eine Knospe unter jedem der drei Röhrenpaare, der sechs von ihm ausgehenden Röhren.
ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା।
22 Ihre Knospen und Röhren waren aus einem Stück mit ihm, alles getriebene Arbeit aus einem Stück, von reinem Gold.
ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।
23 Dann machte er seine sieben Lampen nebst seinen Lichtscheren und Pfannen von reinem Gold.
ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
24 Aus einem Barren Feingold machte er ihn und seine Geräte.
ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।
25 Dann machte er aus Akazienholz den Räucheraltar, eine Elle lang, eine breit, viereckig und zwei Ellen hoch. Seine Hörner gingen aus ihm hervor.
ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।
26 Er überzog mit reinem Gold ihn, seine Platte und seine Wände ringsum sowie seine Hörner und machte ihm einen goldenen Kranz ringsum.
ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।
27 Unterhalb des Kranzes machte er seinen beiden Ecken beiderseitig je zwei goldene Ringe zur Aufnahme der Stangen, um ihn daran zu tragen.
ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ।
28 Die Stangen machte er aus Akazienholz und überzog sie mit Gold.
ଆଉ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ।
29 Dann machte er das heilige Salböl sowie das reine, wohlriechende Räucherwerk nach Salbenmischer Art.
ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।

< 2 Mose 37 >