< 4 Mose 26 >

1 Da sprach der Herr zu Moses und Eleazar, dem Sohn des Priesters Aaron:
ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
2 "Nehmt die Gesamtzahl der ganzen israelitischen Gemeinde auf, von zwanzig Jahren aufwärts, nach Familien, alle Heerespflichtigen in Israel!"
“ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍‍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”
3 Da ließen Moses und der Priester Eleazar sie in den Steppen Moabs, am Jordan bei Jericho, zur Musterung kommen,
ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
4 Von zwanzig Jahren aufwärts, wie der Herr dem Moses befohlen. Die Israeliten, die aus dem Lande Ägypten ausgezogen waren:
“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”
5 Israels Erstgeborener Ruben: Rubens Söhne: Chanok mit der Sippe der Chanokiter, Pallu mit der der Palluiter,
ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ;
6 Chesron mit der der Chesroniter, Karmi mit der der Karmiter.
ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।
7 Das sind die Sippen der Rubeniter; die Zahl ihrer Ausgemusterten betrug 43.730.
ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।
8 Pallus Söhne: Eliab.
ପଲ୍ଲୁର ସନ୍ତାନ ଇଲୀୟାବ୍‍।
9 Eliabs Söhne waren Nemuel, Datan und Abiram. Datan und Abiram waren die von der Rotte Berufenen, die wider Moses und Aaron unter der Rotte Korachs gehadert, als sie im Hader mit dem Herrn lagen,
ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
10 worauf die Erde ihren Schlund auftat und sie mit Korach verschlang, während die Rotte umkam, indem das Feuer die 250 Mann verzehrte, so daß sie zu einem Zeichen wurden.
ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନସ୍ୱରୂପ ହେଲେ।
11 Die Söhne Korachs aber kamen nicht um.
ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12 Simeons Söhne nach ihren Sippen: Nemuel mit der Sippe der Nemueliter, Jamin mit der der Jaminiter, Jakin mit der der Jakiniter,
ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
13 Zerach mit der der Zerachiter, Saul mit der der Sauliter.
ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14 Dies sind die Sippen der Simeoniter 22.200.
ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15 Gads Söhne nach ihren Sippen: Sephon mit der der Sephoniter, Chaggi mit der der Chaggiter, Suni mit der der Suniter,
ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16 Ozni mit der der Ozniter, Eri mit der der Eriter.
ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17 Arod mit der der Aroditer, Areli mit der der Areliter.
ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18 Das sind die Sippen der Gadsöhne nach ihren Gemusterten, 40.500.
ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯାʼନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19 Judas Söhne waren Er und Onan. Er und Onan aber waren im Lande Kanaan gestorben.
ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।
20 Judas Söhne nach ihren Sippen waren dies: Sela mit der der Selaniter, Peres mit der der Persiter. Zerach mit der der Zarchiter.
ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21 Des Peres Söhne waren diese: Chesron mit der Sippe der Chesroniter, Chamul mit der der Chamuliter.
ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
22 Dies sind Judas Sippen nach ihren Gemusterten, 76.500.
ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
23 Issakars Söhne nach ihren Sippen waren: Tola mit der der Tolaiter, Puwwa mit der der Puniter.
ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24 Jasub mit der der Jasubiter, Simron mit der der Simroniter.
ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
25 Dies sind Issakars Sippen nach ihren Gemusterten, 64.300.
ଇଷାଖରର ଏହି ସକଳ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
26 Zabulons Söhne nach ihren Sippen: Sered mit der der Serditer, Elon mit der der Eloniter, Jachleel mit der der Jachleeliter.
ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍‍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
27 Dies sind die Sippen der Zabuloniter nach ihrem Gemusterten, 60.500.
ସବୂଲୂନର ଏହି ସକଳ ବଂଶ ଗଣାଯାʼନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।
28 Josephs Söhne nach ihren Sippen: Manasse und Ephraim.
ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
29 Manasses Söhne: Makir mit der Sippe der Makiriter. Makir zeugte Gilead. Von Gilead die Sippe der Gileaditer.
ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
30 Dies sind die Söhne Gileads: Jezer mit der Sippe der Jezriter, Chelek mit der der Chelkiter,
ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
31 Asriel mit der der Asrieliter, Sekem mit der der Sikmiter,
ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,
32 Semida mit der der Semidaiter, Chepher mit der der Chephriter.
ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ।
33 Selophchad, Chephers Sohn, hatte keine Söhne, nur Töchter. Selophchads Töchter hießen Machla, Noa, Chogla, Milka und Tirsa.
ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
34 Dies sind die Sippen Manasses, und ihrer Gemusterten waren es 52.700.
ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
35 Dies sind Ephraims Söhne nach ihren Sippen: Sutelach mit der der Sutalchiter, Beker mit der der Bakriter, Tachan mit der der Tachaniter.
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।
36 Dies sind Sutelachs Söhne: Eran mit der Sippe der Eraniter.
ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।
37 Dies sind die Sippen der Söhne Ephraims nach ihren Gemusterten, 32.500. Dies sind die Josephsöhne nach ihren Sippen.
ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।
38 Benjamins Söhne nach ihren Sippen: Bela mit der der Baliter, Asbel mit der der Asbeliter, Achiram mit der der Achiramiter,
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍‍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍‍ବେଲଠାରୁ ଅସ୍‍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
39 Sephupham mit der der Suphamiter, Chupham mit der der Chuphainiter.
ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।
40 Belas Söhne waren Ard und Naaman, Ard mit der Sippe der Arditer, Naaman mit der der Naamaniter.
ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍‍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍‍ଠାରୁ ନାମାନୀୟ ବଂଶ।
41 Dies sind Benjamins Söhne nach ihren Sippen, und ihrer Gemusterten waren es 45.600.
ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍‍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।
42 Dies sind Dans Söhne nach ihren Sippen: Sucham mit der der Suchamiter. Das sind Dans Sippen mit ihren Sippen.
ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍‍ର ବଂଶ।
43 Alle Sippen der Suchamiter nach ihren Gemusterten waren es 64.400.
ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।
44 Assers Söhne nach ihren Sippen: Jimna mit der des Jimna, Jiswi mit der der Iswiter, Beria mit der der Beriiter.
ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍‍ବିଠାରୁ ଯିଶ୍‍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।
45 Von den Söhnen Berias: Cheber mit der Sippe der Chebriter, Malkiel mit der der Malkieliter.
ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍‍କୀୟେଲଠାରୁ ମଲ୍‍କୀୟେଲୀୟ ବଂଶ।
46 Assers Tochter hieß Serach.
ଆଶେରର କନ୍ୟାର ନାମ ସେରହ।
47 Dies sind die Sippen der Söhne Assers nach ihren Gemusterten, 53.400.
ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।
48 Naphtalis Söhne nach ihren Sippen: Jachseel mit der der Jachseeliter, Guni mit der der Guniter,
ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
49 Jeser mit der der Isriter, Sillem mit der Sillemiter.
ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ।
50 Das sind die Sippen Naphtalis nach ihren Sippen, und ihrer Gemusterten waren es 45.400.
ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।
51 Dies sind die Gemusterten der Söhne Israels: 601.730.
ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।
52 Und der Herr sprach zu Moses:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
53 "Diesen soll das Land als eigen zugeteilt werden nach Namenzahl!
“ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।
54 Du sollst dem, der viel zählt, viel Besitz geben und dem, der wenig zählt, wenig! Nach den Ausgemusterten werde sein Besitz jedem gegeben!
ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ।
55 Doch soll das Land durchs Los verteilt werden! Sie sollen es nach den Namen ihrer väterlichen Stämme erhalten.
ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।
56 Sein Besitz soll nach dem Los verteilt werden zwischen dem, der viel, und dem, der wenig zählt!"
ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”
57 Dies sind die aus Levi Ausgemusterten nach ihren Sippen: Gerson mit der der Gersoniter, Kehat mit der der Kehatiter, Merari mit der der Merariter.
ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।
58 Dies sind die Sippen Levis: die der Libniter, die der Chebroniter, die der Machliter, die der Musiter, die der Korchiter. Kehat zeugte Amram.
ଲେବୀୟ ବଂଶ ଏହି; ଲିବ୍‍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।
59 Amrams Weib hieß Jokebed, Levis Tochter, die Levi in Ägypten geboren ward. Sie gebar dem Amram Aaron und Moses sowie ihre Schwester Mirjam.
ସେହି କହାତର ପୁତ୍ର ଅମ୍ରାମ୍‍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।
60 Aaron wurden Nadab, Abihu, Eleazar und Itamar geboren.
ହାରୋଣଠାରୁ ନାଦବ୍‍ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ।
61 Nadab aber und Abiram mußten sterben, als sie vor dem Herrn unbefugt Feuer darbrachten.
ମାତ୍ର ନାଦବ୍‍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।
62 Ihre Ausgemusterten beliefen sich auf 23.000, alles Männliche von einem Monat aufwärts. Denn sie waren nicht mit den anderen Israeliten gemustert worden, weil ihnen kein Besitz inmitten der Israeliten geworden war.
ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
63 Das sind die von Moses und dem Priester Eleazar Gemusterten. Sie hatten die Israeliten in den Steppen Moabs am Jordan bei Jericho gemustert.
ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।
64 Unter diesen war keiner mehr von den durch Moses und den Priester Aaron Gemusterten. Diese hatten die Israeliten in der Wüste Sinai gemustert.
ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।
65 Denn der Herr hatte zu ihnen gesagt, sie müßten in der Wüste sterben. So war keiner von ihnen mehr übrig, außer Jephunnes Sohn Kaleb und Josue, Nuns Sohn.
କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”

< 4 Mose 26 >