< 2 Chronik 1 >

1 Und Salomo, der Sohn Davids, ward in seinem Reich bekräftiget; und der HERR, sein Gott, war mit ihm und machte ihn immer größer.
ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ।
2 Und Salomo redete mit dem ganzen Israel, mit den Obersten über tausend und hundert, mit den Richtern und mit allen Fürsten in Israel, mit den obersten Vätern,
ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।
3 daß sie hingingen, Salomo und die ganze Gemeine mit ihm, zu der Höhe, die zu Gibeon war; denn daselbst war die Hütte des Stifts Gottes, die Mose, der Knecht des HERRN, gemacht hatte in der Wüste.
ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।
4 Denn die Lade Gottes hatte David heraufgebracht von Kiriath-Jearim, dahin er ihr bereitet hatte; denn er hatte ihr eine Hütte aufgeschlagen zu Jerusalem.
ମାତ୍ର ଦାଉଦ କିରୀୟଥ୍‍-ଯିୟାରୀମ୍‍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।
5 Aber der eherne Altar, den Bezaleel, der Sohn Uris, des Sohns Hurs, gemacht hatte, war daselbst vor der Wohnung des HERRN; und Salomo und die Gemeine pflegten ihn zu suchen.
ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।
6 Und Salomo opferte auf dem ehernen Altar vor dem HERRN, der vor der Hütte des Stifts stund, tausend Brandopfer.
ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
7 In derselben Nacht aber erschien Gott Salomo und sprach zu ihm: Bitte, was soll ich dir geben?
ସେହି ରାତ୍ରି ପରମେଶ୍ୱର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭକୁ କʼଣ ଦେବା, ତାହା ମାଗ।”
8 Und Salomo sprach zu Gott: Du hast große Barmherzigkeit an meinem Vater David getan und hast mich an seiner Statt zum Könige gemacht;
ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ।
9 so laß nun, HERR Gott, deine Worte wahr werden an meinem Vater David; denn du hast mich zum Könige gemacht über ein Volk, des so viel ist als Staub auf Erden.
ଏବେ, ହେ ସଦାପ୍ରଭୋ ପରମେଶ୍ୱର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ।
10 So gib mir nun Weisheit und Erkenntnis, daß ich vor diesem Volk aus und ein gehe; denn wer kann dies dein großes Volk richten?
ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକୁ କିଏ ବିଚାର କରି ପାରିବ?”
11 Da sprach Gott zu Salomo: Weil du das im Sinne hast und hast nicht um Reichtum, noch um Gut, noch um Ehre, noch um deiner Feinde Seelen, noch um langes Leben gebeten, sondern hast um Weisheit und Erkenntnis gebeten, daß du mein Volk richten mögest, darüber ich dich zum Könige gemacht habe,
ତହିଁରେ ପରମେଶ୍ୱର ଶଲୋମନଙ୍କୁ କହିଲେ, “ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ;
12 so sei dir Weisheit und Erkenntnis gegeben; dazu will ich dir Reichtum und Gut und Ehre geben, daß deinesgleichen unter den Königen vor dir, nicht gewesen ist noch werden soll nach dir.
ଏଣୁ ଏହି କଥା ତୁମ୍ଭର ହୃଦ୍‍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”
13 Also kam Salomo von der Höhe, die zu Gibeon war, gen Jerusalem von der Hütte des Stifts; und regierete über Israel.
ତହୁଁ ଶଲୋମନ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।
14 Und Salomo sammelte ihm Wagen und Reiter, daß er zuwegebrachte tausend und vierhundert Wagen und zwölftausend Reiter; und ließ sie in den Wagenstädten und bei dem Könige zu Jerusalem.
ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
15 Und der König machte des Silbers und des Goldes zu Jerusalem so viel wie die Steine und der Zedern wie die Maulbeerbäume in den Gründen.
ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
16 Und man brachte Salomo Rosse aus Ägypten und allerlei Ware. Und die Kaufleute des Königs kauften dieselbige Ware
ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
17 und brachten's aus Ägypten heraus, je einen Wagen um sechshundert Silberlinge, ein Roß um hundertundfünfzig. Also brachten sie auch allen Königen der Hethiter und den Königen zu Syrien.
ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହି ସବୁ ଅଣାଯିବାର ରୀତି ଥିଲା।

< 2 Chronik 1 >