< 5 Mose 5 >

1 Und Mose rief das ganze Israel und sprach zu ihnen: Höre, Israel, die Gebote und Rechte, die ich heute vor euren Ohren rede, und lernt sie und behaltet sie, daß ihr darnach tut!
ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।
2 Der HERR, unser Gott, hat einen Bund mit uns gemacht am Horeb
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।
3 und hat nicht mit unsern Vätern diesen Bund gemacht, sondern mit uns, die wir hier sind heutigestages und alle leben.
ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ।
4 Er hat von Angesicht zu Angesicht mit euch aus dem Feuer auf dem Berge geredet.
ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ।
5 Ich stand zu derselben Zeit zwischen dem HERRN und euch, daß ich euch ansagte des HERRN Wort; denn ihr fürchtetet euch vor dem Feuer und ginget nicht auf den Berg. Und er sprach:
ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,
6 Ich bin der HERR, dein Gott, der dich aus Ägyptenland geführt hat, aus dem Diensthause.
ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ।
7 Du sollst keine andern Götter haben vor mir.
ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
8 Du sollst dir kein Bildnis machen, keinerlei Gleichnis, weder des, das oben im Himmel, noch des, das unten auf Erden, noch des, das im Wasser unter der Erde ist.
ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।
9 Du sollst sie nicht anbeten noch ihnen dienen. Denn ich bin der HERR, dein Gott, bin ein eifriger Gott, der die Missetat der Väter heimsucht über die Kinder ins dritte und vierte Glied, die mich hassen;
ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
10 und Barmherzigkeit erzeige in viel tausend, die mich lieben und meine Gebote halten.
ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।
11 Du sollst den Namen des HERRN, deines Gottes, nicht mißbrauchen; denn der HERR wird den nicht ungestraft lassen, der seinen Namen mißbraucht.
ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
12 Den Sabbattag sollst du halten, daß du ihn heiligest, wie dir der HERR, dein Gott, geboten hat.
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମବାର ପାଳନ କରି ପବିତ୍ର କର।
13 Sechs Tage sollst du arbeiten und alle deine Werke tun.
ତୁମ୍ଭେ ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;
14 Aber am siebenten Tage ist der Sabbat des HERRN, deines Gottes. Da sollst du keine Arbeit tun noch dein Sohn noch deine Tochter noch dein Knecht noch deine Magd noch dein Ochse noch dein Esel noch all dein Vieh noch dein Fremdling, der in deinen Toren ist, auf daß dein Knecht und deine Magd ruhe wie du.
ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।
15 Denn du sollst gedenken, daß du auch Knecht in Ägyptenland warst und der HERR, dein Gott, dich von dort ausgeführt hat mit einer mächtigen Hand und mit ausgerecktem Arm. Darum hat dir der HERR, dein Gott, geboten, daß du den Sabbattag halten sollst.
ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମବାର ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି।
16 Du sollst deinen Vater und deine Mutter ehren, wie dir der HERR, dein Gott, geboten hat, auf daß du lange lebest und daß dir's wohl gehe in dem Lande, das dir der HERR, dein Gott, geben wird.
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
17 Du sollst nicht töten.
ତୁମ୍ଭେ ନରହତ୍ୟା କରିବ ନାହିଁ।
18 Du sollst nicht ehebrechen.
କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ।
19 Du sollst nicht stehlen.
କିଅବା ତୁମ୍ଭେ ଚୋରି କରିବ ନାହିଁ।
20 Du sollst kein falsch Zeugnis reden wider deinen Nächsten.
କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
21 Laß dich nicht gelüsten deines Nächsten Weibes. Du sollst nicht begehren deines Nächsten Haus, Acker, Knecht, Magd, Ochsen, Esel noch alles, was sein ist.
କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
22 Das sind die Worte, die der HERR redete zu eurer ganzen Gemeinde auf dem Berge, aus dem Feuer und der Wolke und dem Dunkel, mit großer Stimme, und tat nichts dazu und schrieb sie auf zwei steinerne Tafeln und gab sie mir.
ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।
23 Da ihr aber die Stimme aus der Finsternis hörtet und den Berg mit Feuer brennen saht, tratet ihr zu mir, alle Obersten unter euren Stämmen und eure Ältesten,
ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍‍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼ ନିକଟକୁ ଆସିଲ;
24 und spracht: Siehe, der HERR, unser Gott, hat uns lassen sehen sein Herrlichkeit und seine Majestät; und wir haben sein Stimme aus dem Feuer gehört. Heutigestages haben wir gesehen, daß Gott mit Menschen redet, und sie lebendig bleiben.
ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।
25 Und nun, warum sollen wir sterben, daß uns dies große Feuer verzehre? Wenn wir des HERRN, unsers Gottes, Stimme weiter hören, so müssen wir sterben.
ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।
26 Denn was ist alles Fleisch, daß es hören möge die Stimme des lebendigen Gottes aus dem Feuer reden wie wir, und lebendig bleibe?
କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?
27 Tritt nun hinzu und höre alles, was der HERR, unser Gott, sagt, und sage es uns. Alles, was der HERR, unser Gott, mit dir reden wird, das wollen wir hören und tun.
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।’
28 Da aber der HERR eure Worte hörte, die ihr mit mir redetet, sprach er zu mir: Ich habe gehört die Worte dieses Volks, die sie dir geredet haben; es ist alles gut, was sie geredet haben.
ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ‘ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
29 Ach daß sie ein solch Herz hätten, mich zu fürchten, und zu halten alle meine Gebote ihr Leben lang, auf daß es ihnen wohl ginge und ihren Kindern ewiglich!
ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!
30 Gehe hin und sage ihnen: Gehet heim in eure Hütten.
ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ବୁକୁ ଫେରିଯାଅ।
31 Du aber sollst hier vor mir stehen, daß ich mit dir rede alle Gesetze und Gebote und Rechte, die du sie lehren sollst, daß sie darnach tun in dem Lande, das ich ihnen geben werde einzunehmen.
ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।’
32 So habt nun acht, daß ihr tut, wie euch der HERR, euer Gott, geboten hat, und weicht nicht, weder zur Rechten noch zur Linken,
ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।
33 sondern wandelt in allen Wegen, die euch der HERR, euer Gott geboten hat, auf daß ihr leben möget und es euch wohl gehe und ihr lange lebt in dem Lande, das ihr einnehmen werdet.
ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।”

< 5 Mose 5 >