< Ester 6 >
1 In derselben Nacht konnte der König nicht schlafen und hieß die Chronik mit den Historien bringen. Da die wurden vor dem König gelesen,
ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।
2 fand sich's geschrieben, wie Mardochai hatte angesagt, daß die zwei Kämmerer des Königs, Bigthan und Theres, die an der Schwelle hüteten, getrachtet hätten, die Hand an den König Ahasveros zu legen.
ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କ ନପୁଂସକ ବିଗ୍ଥନ୍ ଓ ତେରଶ୍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲେ।
3 Und der König sprach: Was haben wir Mardochai Ehre und Gutes dafür getan? Da sprachen die Diener des Königs, die ihm dienten: Es ist ihm nichts geschehen.
ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”
4 Und der König sprach: Wer ist im Hofe? Haman aber war in den Hof gegangen, draußen vor des Königs Hause, daß er dem König sagte, Mardochai zu hängen an den Baum, den er zubereitet hatte.
ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି?” ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।
5 Und des Königs Diener sprachen zu ihm: Siehe, Haman steht im Hofe. Der König sprach: Laßt ihn hereingehen!
ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ, ଦେଖନ୍ତୁ, “ହାମନ୍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”
6 Und da Haman hineinkam, sprach der König zu ihm: Was soll man dem Mann tun, den der König gerne wollte ehren? Haman aber gedachte in seinem Herzen: Wem sollte der König anders gern wollen Ehre tun denn mir?
ତହିଁରେ ହାମନ୍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ?” ହାମନ୍ ମନେ ମନେ ଭାଳିଲେ, ରାଜା ମୋʼ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?
7 Und Haman sprach zum König: Dem Mann, den der König gerne wollte ehren,
ଏଣୁ ହାମନ୍ ରାଜାଙ୍କୁ ଉତ୍ତର ଦେଲା, “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି,
8 soll man königliche Kleider bringen, die der König pflegt zu tragen, und ein Roß, darauf der König reitet, und soll eine königliche Krone auf sein Haupt setzen;
ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।
9 und man soll solch Kleid und Roß geben in die Hand eines Fürsten des Königs, daß derselbe den Mann anziehe, den der König gern ehren wollte, und führe ihn auf dem Roß in der Stadt Gassen und lasse rufen vor ihm her: So wird man tun dem Mann, den der König gerne ehren will.
ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’”
10 Der König sprach zu Haman: Eile und nimm das Kleid und Roß, wie du gesagt hast, und tu also mit Mardochai, dem Juden, der vor dem Tor des Königs sitzt; und laß nichts fehlen an allem, was du geredet hast!
ଏଥିରେ ରାଜା ହାମନ୍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।”
11 Da nahm Haman das Kleid und Roß und zog Mardochai an und führte ihn auf der Stadt Gassen und rief vor ihm her: So wird man tun dem Mann, den der König gerne ehren will.
ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।
12 Und Mardochai kam wieder an das Tor des Königs. Haman aber eilte nach Hause, trug Leid mit verhülltem Kopf
ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।
13 und erzählte seinem Weibe Seres und seinen Freunden allen alles, was ihm begegnet war. Da sprachen zu ihm seine Weisen und sein Weib Seres: Ist Mardochai vom Geschlecht der Juden, vor dem du zu fallen angehoben hast, so vermagst du nichts an ihm, sondern du wirst vor ihm fallen.
ପୁଣି, ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲେ; ତହିଁରେ ତାହାଙ୍କର ଜ୍ଞାନୀ ଲୋକମାନେ ଓ ତାହାଙ୍କ ଭାର୍ଯ୍ୟା ସେରଶ୍ ତାହାଙ୍କୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାଙ୍କୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।”
14 Da sie aber noch mit ihm redeten, kamen herbei des Königs Kämmerer und trieben Haman, zum Mahl zu kommen, das Esther zugerichtet hatte.
ସେମାନେ ତାହା ସହିତ ଏରୂପ କଥାବାର୍ତ୍ତା କରୁ କରୁ ରାଜନପୁଂସକମାନେ ଆସି ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ହାମନ୍କୁ ନେବା ପାଇଁ ଚଞ୍ଚଳ ହେଲେ।