< 1 Mose 10 >
1 Dies ist der Stammbaum der Noahsöhne, Sem, Ham und Japheth; Söhne wurden ihnen erst nach der Sintflut geboren.
ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।
2 Die Söhne Japheths waren: Gomer, Magog, Madai, Jawan, Thubal, Mesech und Thiras.
ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍, ଏମାନେ ଯେଫତ୍ର ସନ୍ତାନ।
3 Die Söhne Gomers waren: Askenas, Riphath und Thogarma.
ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ।
4 Und die Söhne Jawans: Elisa und Tharsis, die Kitthiter und die Dodaniter.
ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।
5 Von diesen aus haben sich die Bewohner der Meeresländer der (heidnischen) Völker abgezweigt. Dies sind die Söhne Japheths nach ihren Ländern, jeder nach seiner Sprache, nach ihren Geschlechtern, nach ihren Völkerschaften.
ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।
6 Die Söhne Hams waren: Kusch, Mizraim, Put und Kanaan.
କୂଶ, ମିସର, ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ।
7 Und die Söhne Kuschs: Seba, Hawila, Sabtha, Ragma und Sabthecha; und die Söhne Ragmas: Seban und Dedan. –
ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।
8 Kusch war der Vater Nimrods; dieser wurde der erste Gewalthaber auf der Erde.
ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।
9 Er war ein gewaltiger Jäger vor dem HERRN; darum pflegt man zu sagen: »Ein gewaltiger Jäger vor dem HERRN wie Nimrod.«
ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।”
10 Den Anfang seines Königtums bildeten Babel, Erech, Akkad und Kalne im Lande Sinear.
ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
11 Von diesem Lande zog er nach Assur und erbaute Ninive, Rehoboth-Ir und Kalah,
ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍-ପୁରୀ ଓ କେଲହ,
12 dazu Resen zwischen Ninive und Kalah, das ist die große Stadt. –
ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର।
13 Von Mizraim sodann stammen die Luditer, Anamiter, Lehabiter, Naphthuchiter,
ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ
14 Pathrusiter, Kasluchiter und Kaphthoriter, von denen die Philister ausgegangen sind. –
ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।
15 Kanaan aber hatte zu Söhnen Sidon, seinen Erstgeborenen, und Heth,
ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍
16 ferner die Jebusiter, Amoriter, Girgasiter,
ଓ ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ
17 Hewiter, Arkiter, Siniter,
ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ
18 Arwaditer, Zemariter und Hamathiter. Später haben sich dann die Geschlechter der Kanaaniter zerstreut,
ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।
19 so daß das Gebiet der Kanaaniter von Sidon in der Richtung auf Gerar bis Gaza, dann in der Richtung auf Sodom und Gomorrha, Adma und Zeboim bis Lesa reichte.
ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।
20 Dies sind die Söhne Hams nach ihren Stämmen, ihren Sprachen, ihren Ländern, ihren Völkerschaften.
ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।
21 Aber auch dem Sem, dem Stammvater aller Söhne Ebers, dem älteren Bruder Japheths, wurden Söhne geboren.
ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।
22 Die Söhne Sems waren: Elam, Assur, Arpachsad, Lud und Aram.
ଶେମର ଏହିସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍ ଓ ଅରାମ।
23 Und die Söhne Arams waren: Uz, Hul, Gether und Mas.
ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍।
24 Arpachsad aber war der Vater Selahs und Selah der Vater Ebers.
ପୁଣି, ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।
25 Dem Eber aber wurden zwei Söhne geboren; der eine hieß Peleg, weil sich die Erde zu seiner Zeit teilte; und sein Bruder hieß Joktan.
ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍।
26 Joktan hatte zu Söhnen Almodad, Seleph, Hazarmaweth, Jerah,
ପୁଣି, ଯକ୍ତନ୍ର ପୁତ୍ର ଅଲ୍ମୋଦଦ ଓ ଶେଲଫ୍ ଓ ହତ୍ସର୍ମାବତ୍ ଓ ଯେରହ
29 Ophir, Hawila und Jobab; diese alle waren Söhne Joktans,
ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନ୍ର ସନ୍ତାନ।
30 und ihre Wohnsitze erstreckten sich von Mesa in der Richtung auf Sephar bis zum Ostgebirge.
ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।
31 Dies sind die Söhne Sems nach ihren Geschlechtern, nach ihren Sprachen, ihren Ländern, ihren Völkerschaften.
ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।
32 Dies sind die Geschlechter der Söhne Noahs nach ihrer Abstammung, nach ihren Völkerschaften; und von ihnen aus haben sich die Völker auf der Erde nach der Sintflut abgezweigt.
ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।