< 2 Samuel 18 >
1 Und David musterte das Volk, das bei ihm war, und setzte über sie Oberste der Tausende und Oberste der Hunderte.
ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ।
2 Und David sandte das Volk, ein Drittel unter der Hand Joabs und ein Drittel unter der Hand Abischais, des Sohnes Zerujahs, Joabs Bruder, und ein Drittel unter der Hand Itthais, des Gathiters, und der König sprach zu dem Volk: Ich werde auch mit euch ausziehen.
ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”
3 Und das Volk sprach: Du sollst nicht ausziehen; denn wenn wir fliehen, so werden sie das Herz nicht auf uns setzen, und wenn auch die Hälfte von uns stürbe, so würden sie das Herz nicht auf uns setzen, denn du bist jetzt wie unser zehntausend, und es ist jetzt gut, daß du uns von der Stadt aus beistehen kannst.
ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”
4 Und der König sprach zu ihnen: Was gut in euren Augen ist, will ich tun. Und der König stand an die Seite des Tores, und alles Volk zog aus nach Hunderten und nach Tausenden.
ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।
5 Und der König gebot Joab und Abischai und Itthai und sprach: Handelt mir sachte mit dem Jungen, mit Absalom! Und alles Volk hörte, als der König allen Obersten gebot in der Sache Absaloms.
ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।
6 Und das Volk zog hinaus in das Feld, Israel entgegen, und der Streit war in dem Walde Ephraims.
ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।
7 Und das Volk Israels ward allda geschlagen vor den Knechten Davids, und es war allda am selbigen Tage eine große Niederlage, zwanzigtausend Mann.
ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।
8 Und der Streit war allda zerstreut über die Fläche des ganzen Landes, und der Wald fraß mehr vom Volk an jenem Tage, als das Schwert fraß.
ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।
9 Und Absalom begegnete den Knechten Davids, und Absalom ritt auf dem Maultier und das Maultier ging hinein unter das dichte Geäst einer großen Eiche, und sein Haupt ward erfaßt in der Eiche und er schwebte zwischen Himmel und Erde, und das Maultier unter ihm lief weg.
ଆଉ ଅବଶାଲୋମ ଅକସ୍ମାତ୍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା।
10 Und das sah ein Mann und sagte es Joab an und sprach: Siehe, ich habe Absalom in der Eiche hängen sehen.
ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!”
11 Und Joab sprach zu dem Manne, der es ihm angesagt: Und siehe, du hast ihn gesehen, und warum hast du ihn nicht allda zur Erde geschlagen und an mir wäre es gewesen, dir zehn Silberlinge und einen Gürtel zu geben.
ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।”
12 Und der Mann sprach zu Joab: Und wöge ich tausend Silberlinge auf den Händen, würde ich doch nicht meine Hand wider den Sohn des Königs ausrecken; denn vor unseren Ohren hat der König dir und dem Abischai und dem Itthai geboten und gesagt: Behütet mir, wer es auch sei, den Jungen, den Absalom.
ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମଙ୍କୁ ସ୍ପର୍ଶ କରିବ ନାହିଁ।’
13 Hätte ich eine Lüge wider seine Seele getan, so ist kein Wort dem König verhohlen, und du selbst hättest dich wider mich gestellt.
ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”
14 Und Joab sprach: Ich will nicht so vor dir warten. Und er nahm drei Schäfte in seine Hand und stieß sie in das Herz Absaloms, während er noch lebte inmitten der Eiche.
ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।
15 Und es umstanden ihn zehn Jungen, Joabs Waffenträger, und sie schlugen Absalom und töteten ihn.
ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।
16 Und Joab stieß in die Posaune und das Volk kehrte zurück von der Verfolgung hinter Israel her, denn Joab hielt das Volk zurück.
ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।
17 Und sie nahmen Absalom und warfen ihn im Wald in die große Grube und richteten einen sehr großen Steinhaufen über ihm auf, und ganz Israel floh, jeder Mann nach seinem Zelt.
ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।
18 Absalom aber hatte noch bei seinem Leben eine Denksäule genommen und für sich errichtet, die im Talgrunde des Königs ist; denn er sprach: Ich habe keinen Sohn, der meinen Namen im Gedächtnis erhielte, und nannte die Denksäule nach seinem Namen. Und so heißt sie noch ´die Hand Absaloms` bis auf diesen Tag.
ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।
19 Und Achimaaz, Zadoks Sohn, sprach: Laß mich doch laufen und dem Könige verkünden, daß Jehovah ihm von der Hand seiner Feinde Recht verschafft.
ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”
20 Und Joab sprach zu ihm: Du bist kein Mann der Kunde an diesem Tage; bringe Kunde an einem anderen Tage, aber an diesem Tage sollst du keine Kunde bringen, denn des Königs Sohn ist tot.
ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”
21 Aber zu dem Chuschiten sprach Joab: Geh, sage dem König an, was du gesehen hast. Und der Chuschite verbeugte sich vor Joab und lief.
ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।
22 Achimaaz aber, der Sohn Zadoks, fuhr fort und sprach zu Joab: Sei dem, wie ihm wolle, laß mich doch auch dem Chuschiten nachlaufen. Und Joab sprach: Für was willst du laufen, mein Sohn? Und gehst du hin, du findest keinen Botenlohn.
ତହୁଁ ସାଦୋକର ପୁତ୍ର ଅହୀମାସ୍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”
23 Sei dem, wie ihm wolle, laß mich laufen. Und er sprach zu ihm: Laufe. Und Achimaaz lief auf dem Wege der Ebene und kam an dem Chuschiten vorüber.
ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।
24 David aber saß zwischen den zwei Toren, und der Wächter ging auf das Dach des Tores, auf die Mauer und erhob seine Augen und sah, und siehe, ein Mann kam allein gelaufen.
ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।
25 Und der Wächter rief und sagte es dem König an, und der König sprach: Ist er allein, so ist Kunde in seinem Munde. Und er ging daher und näherte sich.
ତହୁଁ ପ୍ରହରୀ ଉଚ୍ଚସ୍ୱରରେ ରାଜାଙ୍କୁ ତାହା ଜଣାନ୍ତେ, ରାଜା କହିଲେ, “ଯଦି ସେ ଏକାକୀ ଅଛି, ତେବେ ତାହା ମୁଖରେ ସୁସମ୍ବାଦ ଅଛି।” ଏଥିରେ ସେ ଆସୁ ଆସୁ ସହରର ନିକଟବର୍ତ୍ତୀ ହେଲା।
26 Und der Wächter sah einen anderen Mann laufen, und der Wächter rief dem Torwart zu und sprach: Siehe, ein Mann läuft allein. Und der König sprach: Auch der bringt Kunde.
ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।”
27 Und der Wächter sprach: Ich sehe den Lauf des ersten wie den Lauf von Achimaaz, dem Sohne Zadoks. Und der König sprach: Der Mann ist gut und kommt mit guter Kunde.
ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।”
28 Und Achimaaz rief und sprach zu dem Könige: Friede! und er fiel auf sein Antlitz vor dem Könige zur Erde und sprach: Gesegnet sei Jehovah, dein Gott, der die Männer, die ihre Hand wider meinen Herrn, den König, erhoben, überantwortet hat.
ସେତେବେଳେ ଅହୀମାସ୍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”
29 Und der König sprach: Ist es Frieden mit dem Jungen, mit dem Absalom? Und Achimaaz sprach: Ich sah ein großes Getümmel, da Joab des Königs Knecht und deinen Knecht sandte, und ich weiß nicht, was es war.
ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”
30 Und der König sprach: Komme herum und stelle dich hierher. Und er ging herum und stand da.
ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।
31 Und siehe, der Chuschite kam und der Chuschite sprach: Mein Herr, der König, lasse sich verkündigen, daß Jehovah dir diesen Tag hat Recht verschafft von der Hand aller, die wider dich sind aufgestanden.
ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”
32 Und der König sprach zu dem Chuschiten: Ist Frieden mit dem Jungen, mit dem Absalom? Der Chuschite aber sprach: Möge es wie mit dem Jungen sein mit den Feinden meines Herrn Königs, und allen, die wider dich aufstehen, dir Böses zu tun.
ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”
33 Und der König zitterte und stieg hinauf auf den Söller des Tores und weinte; und so sprach er im Gehen: Mein Sohn Absalom! Mein Sohn, mein Sohn, Absalom! O, wäre ich doch an deiner Stelle gestorben, Absalom, mein Sohn, mein Sohn!
ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”