< Lukas 15 >

1 Es nahten sich Ihm aber alle Zöllner und Sünder, auf daß sie Ihn hörten.
ଆଉ, କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ।
2 Und die Pharisäer und die Schriftgelehrten murrten durcheinander und sagten: Dieser nimmt die Sünder an und ißt mit ihnen.
ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!
3 Er aber sagte ihnen dies Gleichnis und sprach:
ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,
4 Welcher Mensch von euch, der hundert Schafe hat und eines derselben verliert, verläßt nicht die neunundneunzig in der Wüste, und geht hin nach dem verlorenen, bis daß er es finde?
“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?
5 Und wenn er es gefunden hat, legt er es mit Freuden auf seine Schultern;
ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,
6 Und wenn er nach Hause kommt, ruft er die Freunde und Nachbarn zusammen und spricht zu ihnen: Freuet euch mit mir, ich habe mein Schaf gefunden, das verloren war.
ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’
7 Ich sage euch: So wird Freude sein im Himmel über einen Sünder, der Buße tut, mehr denn über neunundneunzig Gerechte, die der Buße nicht bedürfen.
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”
8 Oder welches Weib ist, das zehn Drachmen hat, wenn sie eine Drachme verliert, die nicht eine Kerze anzündet und das Haus kehrt und fleißig sucht, bis daß sie sie findet?
“ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ?
9 Und wenn sie dieselbe gefunden hat, ruft sie die Freundinnen und Nachbarinnen zusammen und spricht: Freuet euch mit mir, denn ich habe die Drachme gefunden, die ich verloren hatte.
ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ‘ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ରୌପ୍ୟ-ମୁଦ୍ରାଟି ହଜିଯାଇଥିଲା, ତାହା ପାଇଲି।’
10 Also, sage Ich euch, wird Freude sein vor den Engeln Gottes über einen Sünder, der Buße tut.
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”
11 Er sprach aber: Ein Mensch hatte zwei Söhne.
ସେ ଆହୁରି କହିଲେ, “ଜଣେ ବ୍ୟକ୍ତିଙ୍କର ଦୁଇଟି ପୁଅ ଥିଲେ।
12 Und der Jüngere von ihnen sprach zum Vater: Gib mir, Vater, den Teil des Guts, der mich trifft. Und er verteilte unter sie das Vermögen.
ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ।
13 Und nicht viel Tage danach sammelte der jüngere Sohn alles zusammen und zog fort in eine ferne Landschaft und vergeudete da sein Gut mit schwelgendem Leben.
ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।
14 Als er aber all das Seine verausgabt hatte, ward eine starke Hungersnot in selbiger Landschaft, und er fing an Mangel zu leiden.
କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା।
15 Und er ging hin und hängte sich an einen der Bürger derselbigen Landschaft. Und der schickte ihn auf seine Felder, die Schweine zu hüten.
ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା ପଡ଼ିଆକୁ ପଠାଇଲେ;
16 Und er begehrte, seinen Magen mit Schoten zu füllen, welche die Schweine fraßen; aber niemand gab sie ihm.
ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ।
17 Da kam er aber zu sich selber und sprach: Wie viele Mietlinge meines Vaters haben Brot im Überfluß, und ich verderbe vor Hunger!
ମାତ୍ର ସେ ଚେତନା ପାଇ କହିଲା, ମୋହର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।
18 Ich will aufstehen und zu meinem Vater hingehen und zu ihm sagen: Vater, ich habe gesündigt am Himmel und vor dir;
ମୁଁ ଉଠି ମୋହର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
19 Und ich bin hinfort nicht mehr wert, daß ich dein Sohn heiße. Mache mich wie einen deiner Mietlinge.
ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ।
20 Und er stand auf und kam zu seinem Vater. Da er aber noch weit weg war, sah ihn sein Vater, und es jammerte ihn; und er lief, fiel ihm um den Hals und küßte ihn.
ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।
21 Der Sohn aber sprach zu ihm: Vater, ich habe gesündigt am Himmel und vor dir; ich bin nicht mehr wert, daß ich dein Sohn heiße.
ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।
22 Der Vater aber sprach zu seinen Knechten: Bringt das erste Gewand und tut es ihm an, und gebt ihm einen Ring an die Hand und Schuhe an die Füße.
କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,
23 Und bringt das Mastkalb her, und schlachtet es. Und lasset uns essen und fröhlich sein!
ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,
24 Denn dieser mein Sohn war tot und ist wieder lebendig. Er war verloren und ist gefunden. Und sie fingen an, fröhlich zu werden.
କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।
25 Sein ältester Sohn aber war auf dem Felde, und wie der kam und dem Hause nahte, hörte er Musik und Reigen,
ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,
26 Und er rief zu sich der Knechte einen und fragte, was das wäre.
ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା।
27 Der aber sagte ihm: Dein Bruder ist gekommen, und dein Vater hat das Mastkalb geschlachtet, weil er ihn gesund wieder empfangen hat.
ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ହୃଷ୍ଟ ପୃଷ୍ଟ ପଶୁଟିଏ ମାରିଅଛନ୍ତି।
28 Er ward aber zornig und wollte nicht hineingehen. Da ging sein Vater denn hinaus und flehte ihn an.
ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ।
29 Er aber antwortete und sprach zu dem Vater: Siehe, so viele Jahre diene ich dir und habe nie dein Gebot übergangen, und noch nie hast du mir einen Bock gegeben, daß ich mit meinen Freunden fröhlich wäre.
ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି, ପୁଣି, କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ, ତଥାପି ମୋହର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ;
30 Nun aber dieser dein Sohn gekommen ist, der dein Vermögen mit Buhlerinnen aufgegessen, hast du ihm das Mastkalb geschlachtet.
କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ହୃଷ୍ଟ ପୃଷ୍ଟ ପଶୁଟି ମାରିଲ।
31 Er sprach aber zu ihm: Kind, du bist allzeit bei mir, und all das Meine ist dein.
ସେଥିରେ ସେ ତାହାକୁ କହିଲେ, ପୁଅରେ, ତୁ ତ ସବୁବେଳେ ମୋ ସାଙ୍ଗରେ ଅଛୁ, ଆଉ ଯାହାସବୁ ମୋହର, ସେହିସବୁ ତୋହର;
32 Man mußte aber fröhlich sein und sich freuen, daß dieser dein Bruder tot war und ist wieder lebendig, und daß er verloren war und wieder gefunden ist.
କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”

< Lukas 15 >