< Βασιλειῶν Δʹ 13 >
1 ἐν ἔτει εἰκοστῷ καὶ τρίτῳ ἔτει τῷ Ιωας υἱῷ Οχοζιου βασιλεῖ Ιουδα ἐβασίλευσεν Ιωαχας υἱὸς Ιου ἐν Σαμαρείᾳ ἑπτακαίδεκα ἔτη
ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।
2 καὶ ἐποίησεν τὸ πονηρὸν ἐν ὀφθαλμοῖς κυρίου καὶ ἐπορεύθη ὀπίσω ἁμαρτιῶν Ιεροβοαμ υἱοῦ Ναβατ ὃς ἐξήμαρτεν τὸν Ισραηλ οὐκ ἀπέστη ἀπ’ αὐτῶν
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍ ତହିଁରୁ ବିମୁଖ ହେଲେ ନାହିଁ।
3 καὶ ὠργίσθη θυμῷ κύριος ἐν τῷ Ισραηλ καὶ ἔδωκεν αὐτοὺς ἐν χειρὶ Αζαηλ βασιλέως Συρίας καὶ ἐν χειρὶ υἱοῦ Αδερ υἱοῦ Αζαηλ πάσας τὰς ἡμέρας
ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
4 καὶ ἐδεήθη Ιωαχας τοῦ προσώπου κυρίου καὶ ἐπήκουσεν αὐτοῦ κύριος ὅτι εἶδεν τὴν θλῖψιν Ισραηλ ὅτι ἔθλιψεν αὐτοὺς βασιλεὺς Συρίας
ପୁଣି ଯିହୋୟାହସ୍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।
5 καὶ ἔδωκεν κύριος σωτηρίαν τῷ Ισραηλ καὶ ἐξῆλθεν ὑποκάτωθεν χειρὸς Συρίας καὶ ἐκάθισαν οἱ υἱοὶ Ισραηλ ἐν τοῖς σκηνώμασιν αὐτῶν καθὼς ἐχθὲς καὶ τρίτης
ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।
6 πλὴν οὐκ ἀπέστησαν ἀπὸ ἁμαρτιῶν οἴκου Ιεροβοαμ ὃς ἐξήμαρτεν τὸν Ισραηλ ἐν αὐταῖς ἐπορεύθησαν καί γε τὸ ἄλσος ἐστάθη ἐν Σαμαρείᾳ
ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।
7 ὅτι οὐχ ὑπελείφθη τῷ Ιωαχας λαὸς ἀλλ’ ἢ πεντήκοντα ἱππεῖς καὶ δέκα ἅρματα καὶ δέκα χιλιάδες πεζῶν ὅτι ἀπώλεσεν αὐτοὺς βασιλεὺς Συρίας καὶ ἔθεντο αὐτοὺς ὡς χοῦν εἰς καταπάτησιν
ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହି ସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
8 καὶ τὰ λοιπὰ τῶν λόγων Ιωαχας καὶ πάντα ὅσα ἐποίησεν καὶ αἱ δυναστεῖαι αὐτοῦ οὐχὶ ταῦτα γεγραμμένα ἐπὶ βιβλίῳ λόγων τῶν ἡμερῶν τοῖς βασιλεῦσιν Ισραηλ
ଏହି ଯିହୋୟାହସ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
9 καὶ ἐκοιμήθη Ιωαχας μετὰ τῶν πατέρων αὐτοῦ καὶ ἔθαψαν αὐτὸν μετὰ τῶν πατέρων αὐτοῦ ἐν Σαμαρείᾳ καὶ ἐβασίλευσεν Ιωας υἱὸς αὐτοῦ ἀντ’ αὐτοῦ
ଏଥିଉତ୍ତାରେ ଯିହୋୟାହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍ ତାଙ୍କର ପଦରେ ରାଜ୍ୟ କଲେ।
10 ἐν ἔτει τριακοστῷ καὶ ἑβδόμῳ ἔτει τῷ Ιωας βασιλεῖ Ιουδα ἐβασίλευσεν Ιωας υἱὸς Ιωαχας ἐπὶ Ισραηλ ἐν Σαμαρείᾳ ἑκκαίδεκα ἔτη
ଯିହୁଦାର ଯୋୟାଶ୍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।
11 καὶ ἐποίησεν τὸ πονηρὸν ἐν ὀφθαλμοῖς κυρίου οὐκ ἀπέστη ἀπὸ πάσης ἁμαρτίας Ιεροβοαμ υἱοῦ Ναβατ ὃς ἐξήμαρτεν τὸν Ισραηλ ἐν αὐταῖς ἐπορεύθη
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।
12 καὶ τὰ λοιπὰ τῶν λόγων Ιωας καὶ πάντα ὅσα ἐποίησεν καὶ αἱ δυναστεῖαι αὐτοῦ ἃς ἐποίησεν μετὰ Αμεσσιου βασιλέως Ιουδα οὐχὶ ταῦτα γεγραμμένα ἐπὶ βιβλίῳ λόγων τῶν ἡμερῶν τοῖς βασιλεῦσιν Ισραηλ
ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
13 καὶ ἐκοιμήθη Ιωας μετὰ τῶν πατέρων αὐτοῦ καὶ Ιεροβοαμ ἐκάθισεν ἐπὶ τοῦ θρόνου αὐτοῦ ἐν Σαμαρείᾳ μετὰ τῶν υἱῶν Ισραηλ
ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ। ତହିଁରେ ଯାରବୀୟାମ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍ ଇସ୍ରାଏଲ ରାଜାମାନଙ୍କ ସହିତ ଶମରୀୟାରେ କବରପ୍ରାପ୍ତ ହେଲେ।
14 καὶ Ελισαιε ἠρρώστησεν τὴν ἀρρωστίαν αὐτοῦ δῑ ἣν ἀπέθανεν καὶ κατέβη πρὸς αὐτὸν Ιωας βασιλεὺς Ισραηλ καὶ ἔκλαυσεν ἐπὶ προσώπου αὐτοῦ καὶ εἶπεν πάτερ πάτερ ἅρμα Ισραηλ καὶ ἱππεὺς αὐτοῦ
ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”
15 καὶ εἶπεν αὐτῷ Ελισαιε λαβὲ τόξον καὶ βέλη καὶ ἔλαβεν πρὸς αὐτὸν τόξον καὶ βέλη
ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ।
16 καὶ εἶπεν τῷ βασιλεῖ ἐπιβίβασον τὴν χεῖρά σου ἐπὶ τὸ τόξον καὶ ἐπεβίβασεν Ιωας τὴν χεῖρα αὐτοῦ ἐπὶ τὸ τόξον καὶ ἐπέθηκεν Ελισαιε τὰς χεῖρας αὐτοῦ ἐπὶ τὰς χεῖρας τοῦ βασιλέως
ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।
17 καὶ εἶπεν ἄνοιξον τὴν θυρίδα κατ’ ἀνατολάς καὶ ἤνοιξεν καὶ εἶπεν Ελισαιε τόξευσον καὶ ἐτόξευσεν καὶ εἶπεν βέλος σωτηρίας τῷ κυρίῳ καὶ βέλος σωτηρίας ἐν Συρίᾳ καὶ πατάξεις τὴν Συρίαν ἐν Αφεκ ἕως συντελείας
ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”
18 καὶ εἶπεν αὐτῷ Ελισαιε λαβὲ τόξα καὶ ἔλαβεν καὶ εἶπεν τῷ βασιλεῖ Ισραηλ πάταξον εἰς τὴν γῆν καὶ ἐπάταξεν ὁ βασιλεὺς τρὶς καὶ ἔστη
ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।
19 καὶ ἐλυπήθη ἐπ’ αὐτῷ ὁ ἄνθρωπος τοῦ θεοῦ καὶ εἶπεν εἰ ἐπάταξας πεντάκις ἢ ἑξάκις τότε ἂν ἐπάταξας τὴν Συρίαν ἕως συντελείας καὶ νῦν τρὶς πατάξεις τὴν Συρίαν
ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାʼନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାʼନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।”
20 καὶ ἀπέθανεν Ελισαιε καὶ ἔθαψαν αὐτόν καὶ μονόζωνοι Μωαβ ἦλθον ἐν τῇ γῇ ἐλθόντος τοῦ ἐνιαυτοῦ
ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।
21 καὶ ἐγένετο αὐτῶν θαπτόντων τὸν ἄνδρα καὶ ἰδοὺ εἶδον τὸν μονόζωνον καὶ ἔρριψαν τὸν ἄνδρα ἐν τῷ τάφῳ Ελισαιε καὶ ἐπορεύθη καὶ ἥψατο τῶν ὀστέων Ελισαιε καὶ ἔζησεν καὶ ἀνέστη ἐπὶ τοὺς πόδας αὐτοῦ
ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।
22 καὶ Αζαηλ ἐξέθλιψεν τὸν Ισραηλ πάσας τὰς ἡμέρας Ιωαχας
ଯିହୋୟାହସ୍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।
23 καὶ ἠλέησεν κύριος αὐτοὺς καὶ οἰκτίρησεν αὐτοὺς καὶ ἐπέβλεψεν πρὸς αὐτοὺς διὰ τὴν διαθήκην αὐτοῦ τὴν μετὰ Αβρααμ καὶ Ισαακ καὶ Ιακωβ καὶ οὐκ ἠθέλησεν κύριος διαφθεῖραι αὐτοὺς καὶ οὐκ ἀπέρριψεν αὐτοὺς ἀπὸ τοῦ προσώπου αὐτοῦ
ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।
24 καὶ ἀπέθανεν Αζαηλ βασιλεὺς Συρίας καὶ ἐβασίλευσεν υἱὸς Αδερ υἱὸς αὐτοῦ ἀντ’ αὐτοῦ
ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍ହଦଦ୍ ତାହାର ପଦରେ ରାଜ୍ୟ କଲା।
25 καὶ ἐπέστρεψεν Ιωας υἱὸς Ιωαχας καὶ ἔλαβεν τὰς πόλεις ἐκ χειρὸς υἱοῦ Αδερ υἱοῦ Αζαηλ ἃς ἔλαβεν ἐκ χειρὸς Ιωαχας τοῦ πατρὸς αὐτοῦ ἐν τῷ πολέμῳ τρὶς ἐπάταξεν αὐτὸν Ιωας καὶ ἐπέστρεψεν τὰς πόλεις Ισραηλ
ପୁଣି ଯୋୟାଶ୍ଙ୍କର ପିତା ଯିହୋୟାହାସ୍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ହସାୟେଲର ପୁତ୍ର ବିନ୍ହଦଦ୍ଠାରୁ ପୁନର୍ବାର ନେଲେ। ଯୋୟାଶ୍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ।