< Ἠσαΐας 60 >
1 φωτίζου φωτίζου Ιερουσαλημ ἥκει γάρ σου τὸ φῶς καὶ ἡ δόξα κυρίου ἐπὶ σὲ ἀνατέταλκεν
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
2 ἰδοὺ σκότος καὶ γνόφος καλύψει γῆν ἐπ’ ἔθνη ἐπὶ δὲ σὲ φανήσεται κύριος καὶ ἡ δόξα αὐτοῦ ἐπὶ σὲ ὀφθήσεται
କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
3 καὶ πορεύσονται βασιλεῖς τῷ φωτί σου καὶ ἔθνη τῇ λαμπρότητί σου
ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
4 ἆρον κύκλῳ τοὺς ὀφθαλμούς σου καὶ ἰδὲ συνηγμένα τὰ τέκνα σου ἰδοὺ ἥκασιν πάντες οἱ υἱοί σου μακρόθεν καὶ αἱ θυγατέρες σου ἐπ’ ὤμων ἀρθήσονται
ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।
5 τότε ὄψῃ καὶ φοβηθήσῃ καὶ ἐκστήσῃ τῇ καρδίᾳ ὅτι μεταβαλεῖ εἰς σὲ πλοῦτος θαλάσσης καὶ ἐθνῶν καὶ λαῶν καὶ ἥξουσίν σοι
ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
6 ἀγέλαι καμήλων καὶ καλύψουσίν σε κάμηλοι Μαδιαμ καὶ Γαιφα πάντες ἐκ Σαβα ἥξουσιν φέροντες χρυσίον καὶ λίβανον οἴσουσιν καὶ τὸ σωτήριον κυρίου εὐαγγελιοῦνται
ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
7 καὶ πάντα τὰ πρόβατα Κηδαρ συναχθήσονταί σοι καὶ κριοὶ Ναβαιωθ ἥξουσίν σοι καὶ ἀνενεχθήσεται δεκτὰ ἐπὶ τὸ θυσιαστήριόν μου καὶ ὁ οἶκος τῆς προσευχῆς μου δοξασθήσεται
କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।
8 τίνες οἵδε ὡς νεφέλαι πέτανται καὶ ὡς περιστεραὶ σὺν νεοσσοῖς
ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?
9 ἐμὲ νῆσοι ὑπέμειναν καὶ πλοῖα Θαρσις ἐν πρώτοις ἀγαγεῖν τὰ τέκνα σου μακρόθεν καὶ τὸν ἄργυρον καὶ τὸν χρυσὸν μετ’ αὐτῶν διὰ τὸ ὄνομα κυρίου τὸ ἅγιον καὶ διὰ τὸ τὸν ἅγιον τοῦ Ισραηλ ἔνδοξον εἶναι
ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
10 καὶ οἰκοδομήσουσιν ἀλλογενεῖς τὰ τείχη σου καὶ οἱ βασιλεῖς αὐτῶν παραστήσονταί σοι διὰ γὰρ ὀργήν μου ἐπάταξά σε καὶ διὰ ἔλεον ἠγάπησά σε
ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
11 καὶ ἀνοιχθήσονται αἱ πύλαι σου διὰ παντός ἡμέρας καὶ νυκτὸς οὐ κλεισθήσονται εἰσαγαγεῖν πρὸς σὲ δύναμιν ἐθνῶν καὶ βασιλεῖς ἀγομένους
ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।
12 τὰ γὰρ ἔθνη καὶ οἱ βασιλεῖς οἵτινες οὐ δουλεύσουσίν σοι ἀπολοῦνται καὶ τὰ ἔθνη ἐρημίᾳ ἐρημωθήσονται
କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
13 καὶ ἡ δόξα τοῦ Λιβάνου πρὸς σὲ ἥξει ἐν κυπαρίσσῳ καὶ πεύκῃ καὶ κέδρῳ ἅμα δοξάσαι τὸν τόπον τὸν ἅγιόν μου
ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।
14 καὶ πορεύσονται πρὸς σὲ δεδοικότες υἱοὶ ταπεινωσάντων σε καὶ παροξυνάντων σε καὶ κληθήσῃ πόλις κυρίου Σιων ἁγίου Ισραηλ
ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
15 διὰ τὸ γεγενῆσθαί σε ἐγκαταλελειμμένην καὶ μεμισημένην καὶ οὐκ ἦν ὁ βοηθῶν καὶ θήσω σε ἀγαλλίαμα αἰώνιον εὐφροσύνην γενεῶν γενεαῖς
ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।
16 καὶ θηλάσεις γάλα ἐθνῶν καὶ πλοῦτον βασιλέων φάγεσαι καὶ γνώσῃ ὅτι ἐγὼ κύριος ὁ σῴζων σε καὶ ἐξαιρούμενός σε θεὸς Ισραηλ
ତୁମ୍ଭେ ଅନ୍ୟଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।
17 καὶ ἀντὶ χαλκοῦ οἴσω σοι χρυσίον ἀντὶ δὲ σιδήρου οἴσω σοι ἀργύριον ἀντὶ δὲ ξύλων οἴσω σοι χαλκόν ἀντὶ δὲ λίθων σίδηρον καὶ δώσω τοὺς ἄρχοντάς σου ἐν εἰρήνῃ καὶ τοὺς ἐπισκόπους σου ἐν δικαιοσύνῃ
ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।
18 καὶ οὐκ ἀκουσθήσεται ἔτι ἀδικία ἐν τῇ γῇ σου οὐδὲ σύντριμμα οὐδὲ ταλαιπωρία ἐν τοῖς ὁρίοις σου ἀλλὰ κληθήσεται σωτήριον τὰ τείχη σου καὶ αἱ πύλαι σου γλύμμα
ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।
19 καὶ οὐκ ἔσται σοι ὁ ἥλιος εἰς φῶς ἡμέρας οὐδὲ ἀνατολὴ σελήνης φωτιεῖ σοι τὴν νύκτα ἀλλ’ ἔσται σοι κύριος φῶς αἰώνιον καὶ ὁ θεὸς δόξα σου
ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।
20 οὐ γὰρ δύσεται ὁ ἥλιός σοι καὶ ἡ σελήνη σοι οὐκ ἐκλείψει ἔσται γὰρ κύριός σοι φῶς αἰώνιον καὶ ἀναπληρωθήσονται αἱ ἡμέραι τοῦ πένθους σου
ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।
21 καὶ ὁ λαός σου πᾶς δίκαιος καὶ δῑ αἰῶνος κληρονομήσουσιν τὴν γῆν φυλάσσων τὸ φύτευμα ἔργα χειρῶν αὐτοῦ εἰς δόξαν
ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
22 ὁ ὀλιγοστὸς ἔσται εἰς χιλιάδας καὶ ὁ ἐλάχιστος εἰς ἔθνος μέγα ἐγὼ κύριος κατὰ καιρὸν συνάξω αὐτούς
କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।