< Ἰώβ 39 >

1 εἰ ἔγνως καιρὸν τοκετοῦ τραγελάφων πέτρας ἐφύλαξας δὲ ὠδῖνας ἐλάφων
ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବକାଳ ଜାଣ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର?
2 ἠρίθμησας δὲ αὐτῶν μῆνας πλήρεις τοκετοῦ ὠδῖνας δὲ αὐτῶν ἔλυσας
ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ?
3 ἐξέθρεψας δὲ αὐτῶν τὰ παιδία ἔξω φόβου ὠδῖνας αὐτῶν ἐξαποστελεῖς
ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି।
4 ἀπορρήξουσιν τὰ τέκνα αὐτῶν πληθυνθήσονται ἐν γενήματι ἐξελεύσονται καὶ οὐ μὴ ἀνακάμψουσιν αὐτοῖς
ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରିଯାଇ ଆସନ୍ତି ନାହିଁ।
5 τίς δέ ἐστιν ὁ ἀφεὶς ὄνον ἄγριον ἐλεύθερον δεσμοὺς δὲ αὐτοῦ τίς ἔλυσεν
କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି?
6 ἐθέμην δὲ τὴν δίαιταν αὐτοῦ ἔρημον καὶ τὰ σκηνώματα αὐτοῦ ἁλμυρίδα
ଆମ୍ଭେ ବନକୁ ତାହାର ଗୃହ ଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ।
7 καταγελῶν πολυοχλίας πόλεως μέμψιν δὲ φορολόγου οὐκ ἀκούων
ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ।
8 κατασκέψεται ὄρη νομὴν αὐτοῦ καὶ ὀπίσω παντὸς χλωροῦ ζητεῖ
ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।
9 βουλήσεται δέ σοι μονόκερως δουλεῦσαι ἢ κοιμηθῆναι ἐπὶ φάτνης σου
ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ?
10 δήσεις δὲ ἐν ἱμᾶσι ζυγὸν αὐτοῦ ἢ ἑλκύσει σου αὔλακας ἐν πεδίῳ
ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ?
11 πέποιθας δὲ ἐπ’ αὐτῷ ὅτι πολλὴ ἡ ἰσχὺς αὐτοῦ ἐπαφήσεις δὲ αὐτῷ τὰ ἔργα σου
ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ?
12 πιστεύσεις δὲ ὅτι ἀποδώσει σοι τὸν σπόρον εἰσοίσει δέ σου τὸν ἅλωνα
ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ?
13 πτέρυξ τερπομένων νεελασα ἐὰν συλλάβῃ ασιδα καὶ νεσσα
ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ?
14 ὅτι ἀφήσει εἰς γῆν τὰ ᾠὰ αὐτῆς καὶ ἐπὶ χοῦν θάλψει
କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,
15 καὶ ἐπελάθετο ὅτι ποὺς σκορπιεῖ καὶ θηρία ἀγροῦ καταπατήσει
ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ।
16 ἀπεσκλήρυνεν τὰ τέκνα αὐτῆς ὥστε μὴ ἑαυτῇ εἰς κενὸν ἐκοπίασεν ἄνευ φόβου
ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ;
17 ὅτι κατεσιώπησεν αὐτῇ ὁ θεὸς σοφίαν καὶ οὐκ ἐμέρισεν αὐτῇ ἐν τῇ συνέσει
କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି।
18 κατὰ καιρὸν ἐν ὕψει ὑψώσει καταγελάσεται ἵππου καὶ τοῦ ἐπιβάτου αὐτοῦ
ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ।
19 ἦ σὺ περιέθηκας ἵππῳ δύναμιν ἐνέδυσας δὲ τραχήλῳ αὐτοῦ φόβον
ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ?
20 περιέθηκας δὲ αὐτῷ πανοπλίαν δόξαν δὲ στηθέων αὐτοῦ τόλμῃ
ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ? ତାହାର ନାସାଶବ୍ଦର ତେଜ ଭୟାନକ।
21 ἀνορύσσων ἐν πεδίῳ γαυριᾷ ἐκπορεύεται δὲ εἰς πεδίον ἐν ἰσχύι
ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।
22 συναντῶν βέλει καταγελᾷ καὶ οὐ μὴ ἀποστραφῇ ἀπὸ σιδήρου
ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।
23 ἐπ’ αὐτῷ γαυριᾷ τόξον καὶ μάχαιρα
ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍‍ଝନ୍‍ ଶବ୍ଦ କରେ।
24 καὶ ὀργῇ ἀφανιεῖ τὴν γῆν καὶ οὐ μὴ πιστεύσῃ ἕως ἂν σημάνῃ σάλπιγξ
ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀ ଶବ୍ଦ ବୋଲି ବିଶ୍ୱାସ କରେ ନାହିଁ।
25 σάλπιγγος δὲ σημαινούσης λέγει εὖγε πόρρωθεν δὲ ὀσφραίνεται πολέμου σὺν ἅλματι καὶ κραυγῇ
ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।
26 ἐκ δὲ τῆς σῆς ἐπιστήμης ἕστηκεν ἱέραξ ἀναπετάσας τὰς πτέρυγας ἀκίνητος καθορῶν τὰ πρὸς νότον
ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ?
27 ἐπὶ δὲ σῷ προστάγματι ὑψοῦται ἀετός γὺψ δὲ ἐπὶ νοσσιᾶς αὐτοῦ καθεσθεὶς αὐλίζεται
ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ?
28 ἐπ’ ἐξοχῇ πέτρας καὶ ἀποκρύφῳ
ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।
29 ἐκεῖσε ὢν ζητεῖ τὰ σῖτα πόρρωθεν οἱ ὀφθαλμοὶ αὐτοῦ σκοπεύουσιν
ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ।
30 νεοσσοὶ δὲ αὐτοῦ φύρονται ἐν αἵματι οὗ δ’ ἂν ὦσι τεθνεῶτες παραχρῆμα εὑρίσκονται
ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”

< Ἰώβ 39 >