< Ἔσδρας Βʹ 8 >

1 καὶ συνήχθησαν πᾶς ὁ λαὸς ὡς ἀνὴρ εἷς εἰς τὸ πλάτος τὸ ἔμπροσθεν πύλης τοῦ ὕδατος καὶ εἶπαν τῷ Εσδρα τῷ γραμματεῖ ἐνέγκαι τὸ βιβλίον νόμου Μωυσῆ ὃν ἐνετείλατο κύριος τῷ Ισραηλ
ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ।
2 καὶ ἤνεγκεν Εσδρας ὁ ἱερεὺς τὸν νόμον ἐνώπιον τῆς ἐκκλησίας ἀπὸ ἀνδρὸς καὶ ἕως γυναικὸς καὶ πᾶς ὁ συνίων ἀκούειν ἐν ἡμέρᾳ μιᾷ τοῦ μηνὸς τοῦ ἑβδόμου
ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।
3 καὶ ἀνέγνω ἐν αὐτῷ ἀπὸ τῆς ὥρας τοῦ διαφωτίσαι τὸν ἥλιον ἕως ἡμίσους τῆς ἡμέρας ἀπέναντι τῶν ἀνδρῶν καὶ τῶν γυναικῶν καὶ αὐτοὶ συνιέντες καὶ ὦτα παντὸς τοῦ λαοῦ εἰς τὸ βιβλίον τοῦ νόμου
ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।
4 καὶ ἔστη Εσδρας ὁ γραμματεὺς ἐπὶ βήματος ξυλίνου καὶ ἔστησαν ἐχόμενα αὐτοῦ Ματταθιας καὶ Σαμαιας καὶ Ανανιας καὶ Ουρια καὶ Ελκια καὶ Μαασαια ἐκ δεξιῶν αὐτοῦ καὶ ἐξ ἀριστερῶν Φαδαιας καὶ Μισαηλ καὶ Μελχιας καὶ Ωσαμ καὶ Ασαβδανα καὶ Ζαχαριας καὶ Μοσολλαμ
ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।
5 καὶ ἤνοιξεν Εσδρας τὸ βιβλίον ἐνώπιον παντὸς τοῦ λαοῦ ὅτι αὐτὸς ἦν ἐπάνω τοῦ λαοῦ καὶ ἐγένετο ἡνίκα ἤνοιξεν αὐτό ἔστη πᾶς ὁ λαός
ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।
6 καὶ ηὐλόγησεν Εσδρας κύριον τὸν θεὸν τὸν μέγαν καὶ ἀπεκρίθη πᾶς ὁ λαὸς καὶ εἶπαν αμην ἐπάραντες χεῖρας αὐτῶν καὶ ἔκυψαν καὶ προσεκύνησαν τῷ κυρίῳ ἐπὶ πρόσωπον ἐπὶ τὴν γῆν
ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍‍, ଆମେନ୍‍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
7 καὶ Ἰησοῦς καὶ Βαναιας καὶ Σαραβια ἦσαν συνετίζοντες τὸν λαὸν εἰς τὸν νόμον καὶ ὁ λαὸς ἐν τῇ στάσει αὐτοῦ
ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।
8 καὶ ἀνέγνωσαν ἐν βιβλίῳ νόμου τοῦ θεοῦ καὶ ἐδίδασκεν Εσδρας καὶ διέστελλεν ἐν ἐπιστήμῃ κυρίου καὶ συνῆκεν ὁ λαὸς ἐν τῇ ἀναγνώσει
ପୁଣି, ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ।
9 καὶ εἶπεν Νεεμιας καὶ Εσδρας ὁ ἱερεὺς καὶ γραμματεὺς καὶ οἱ Λευῖται οἱ συνετίζοντες τὸν λαὸν καὶ εἶπαν παντὶ τῷ λαῷ ἡ ἡμέρα ἁγία ἐστὶν τῷ κυρίῳ θεῷ ἡμῶν μὴ πενθεῖτε μηδὲ κλαίετε ὅτι ἔκλαιεν πᾶς ὁ λαός ὡς ἤκουσαν τοὺς λόγους τοῦ νόμου
ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।
10 καὶ εἶπεν αὐτοῖς πορεύεσθε φάγετε λιπάσματα καὶ πίετε γλυκάσματα καὶ ἀποστείλατε μερίδας τοῖς μὴ ἔχουσιν ὅτι ἁγία ἐστὶν ἡ ἡμέρα τῷ κυρίῳ ἡμῶν καὶ μὴ διαπέσητε ὅτι ἐστὶν ἰσχὺς ὑμῶν
ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
11 καὶ οἱ Λευῖται κατεσιώπων πάντα τὸν λαὸν λέγοντες σιωπᾶτε ὅτι ἡ ἡμέρα ἁγία καὶ μὴ καταπίπτετε
ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ! ତୁମ୍ଭେମାନେ ଦୁଃଖିତ ନ ହୁଅ।”
12 καὶ ἀπῆλθεν πᾶς ὁ λαὸς φαγεῖν καὶ πιεῖν καὶ ἀποστέλλειν μερίδας καὶ ποιῆσαι εὐφροσύνην μεγάλην ὅτι συνῆκαν ἐν τοῖς λόγοις οἷς ἐγνώρισεν αὐτοῖς
ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।
13 καὶ ἐν τῇ ἡμέρᾳ τῇ δευτέρᾳ συνήχθησαν οἱ ἄρχοντες τῶν πατριῶν τῷ παντὶ λαῷ οἱ ἱερεῖς καὶ οἱ Λευῖται πρὸς Εσδραν τὸν γραμματέα ἐπιστῆσαι πρὸς πάντας τοὺς λόγους τοῦ νόμου
ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।
14 καὶ εὕροσαν γεγραμμένον ἐν τῷ νόμῳ ᾧ ἐνετείλατο κύριος τῷ Μωυσῇ ὅπως κατοικήσωσιν οἱ υἱοὶ Ισραηλ ἐν σκηναῖς ἐν ἑορτῇ ἐν μηνὶ τῷ ἑβδόμῳ
ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;
15 καὶ ὅπως σημάνωσιν σάλπιγξιν ἐν πάσαις ταῖς πόλεσιν αὐτῶν καὶ ἐν Ιερουσαλημ καὶ εἶπεν Εσδρας ἐξέλθετε εἰς τὸ ὄρος καὶ ἐνέγκετε φύλλα ἐλαίας καὶ φύλλα ξύλων κυπαρισσίνων καὶ φύλλα μυρσίνης καὶ φύλλα φοινίκων καὶ φύλλα ξύλου δασέος ποιῆσαι σκηνὰς κατὰ τὸ γεγραμμένον
ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।”
16 καὶ ἐξῆλθεν ὁ λαὸς καὶ ἤνεγκαν καὶ ἐποίησαν ἑαυτοῖς σκηνὰς ἀνὴρ ἐπὶ τοῦ δώματος αὐτοῦ καὶ ἐν ταῖς αὐλαῖς αὐτῶν καὶ ἐν ταῖς αὐλαῖς οἴκου τοῦ θεοῦ καὶ ἐν πλατείαις τῆς πόλεως καὶ ἕως πύλης Εφραιμ
ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ୱରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ୱାରର ଛକରେ ଓ ଇଫ୍ରୟିମ-ଦ୍ୱାରର ଛକରେ ନିର୍ମାଣ କଲେ।
17 καὶ ἐποίησαν πᾶσα ἡ ἐκκλησία οἱ ἐπιστρέψαντες ἀπὸ τῆς αἰχμαλωσίας σκηνὰς καὶ ἐκάθισαν ἐν σκηναῖς ὅτι οὐκ ἐποίησαν ἀπὸ ἡμερῶν Ἰησοῦ υἱοῦ Ναυη οὕτως οἱ υἱοὶ Ισραηλ ἕως τῆς ἡμέρας ἐκείνης καὶ ἐγένετο εὐφροσύνη μεγάλη
ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା।
18 καὶ ἀνέγνω ἐν βιβλίῳ νόμου τοῦ θεοῦ ἡμέραν ἐν ἡμέρᾳ ἀπὸ τῆς ἡμέρας τῆς πρώτης ἕως τῆς ἡμέρας τῆς ἐσχάτης καὶ ἐποίησαν ἑορτὴν ἑπτὰ ἡμέρας καὶ τῇ ἡμέρᾳ τῇ ὀγδόῃ ἐξόδιον κατὰ τὸ κρίμα
ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।

< Ἔσδρας Βʹ 8 >