< Ψαλμοί 26 >
1 τοῦ Δαυιδ κρῖνόν με κύριε ὅτι ἐγὼ ἐν ἀκακίᾳ μου ἐπορεύθην καὶ ἐπὶ τῷ κυρίῳ ἐλπίζων οὐ μὴ ἀσθενήσω
ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।
2 δοκίμασόν με κύριε καὶ πείρασόν με πύρωσον τοὺς νεφρούς μου καὶ τὴν καρδίαν μου
ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
3 ὅτι τὸ ἔλεός σου κατέναντι τῶν ὀφθαλμῶν μού ἐστιν καὶ εὐηρέστησα ἐν τῇ ἀληθείᾳ σου
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟିଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।
4 οὐκ ἐκάθισα μετὰ συνεδρίου ματαιότητος καὶ μετὰ παρανομούντων οὐ μὴ εἰσέλθω
ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।
5 ἐμίσησα ἐκκλησίαν πονηρευομένων καὶ μετὰ ἀσεβῶν οὐ μὴ καθίσω
ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।
6 νίψομαι ἐν ἀθῴοις τὰς χεῖράς μου καὶ κυκλώσω τὸ θυσιαστήριόν σου κύριε
ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,
7 τοῦ ἀκοῦσαι φωνὴν αἰνέσεως καὶ διηγήσασθαι πάντα τὰ θαυμάσιά σου
ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
8 κύριε ἠγάπησα εὐπρέπειαν οἴκου σου καὶ τόπον σκηνώματος δόξης σου
ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।
9 μὴ συναπολέσῃς μετὰ ἀσεβῶν τὴν ψυχήν μου καὶ μετὰ ἀνδρῶν αἱμάτων τὴν ζωήν μου
ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ।
10 ὧν ἐν χερσὶν ἀνομίαι ἡ δεξιὰ αὐτῶν ἐπλήσθη δώρων
ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।
11 ἐγὼ δὲ ἐν ἀκακίᾳ μου ἐπορεύθην λύτρωσαί με καὶ ἐλέησόν με
ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ।
12 ὁ γὰρ πούς μου ἔστη ἐν εὐθύτητι ἐν ἐκκλησίαις εὐλογήσω σε κύριε
ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।