< Κατα Ιωαννην 13 >
1 Πρὸ δὲ τῆς ἑορτῆς τοῦ πάσχα εἰδὼς ὁ Ἰησοῦς ὅτι ἦλθεν αὐτοῦ ἡ ὥρα ἵνα μεταβῇ ἐκ τοῦ κόσμου τούτου πρὸς τὸν Πατέρα, ἀγαπήσας τοὺς ἰδίους τοὺς ἐν τῷ κόσμῳ, εἰς τέλος ἠγάπησεν αὐτούς.
ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।
2 καὶ δείπνου γινομένου, τοῦ διαβόλου ἤδη βεβληκότος εἰς τὴν καρδίαν ἵνα παραδοῖ αὐτὸν Ἰούδας Σίμωνος Ἰσκαριώτης,
ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
3 εἰδὼς ὅτι πάντα ἔδωκεν αὐτῷ ὁ Πατὴρ εἰς τὰς χεῖρας, καὶ ὅτι ἀπὸ Θεοῦ ἐξῆλθεν καὶ πρὸς τὸν Θεὸν ὑπάγει,
ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,
4 ἐγείρεται ἐκ τοῦ δείπνου καὶ τίθησιν τὰ ἱμάτια, καὶ λαβὼν λέντιον διέζωσεν ἑαυτόν·
ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ।
5 εἶτα βάλλει ὕδωρ εἰς τὸν νιπτῆρα, καὶ ἤρξατο νίπτειν τοὺς πόδας τῶν μαθητῶν καὶ ἐκμάσσειν τῷ λεντίῳ ᾧ ἦν διεζωσμένος.
ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।
6 ἔρχεται οὖν πρὸς Σίμωνα Πέτρον· λέγει αὐτῷ Κύριε, σύ μου νίπτεις τοὺς πόδας;
କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି?
7 ἀπεκρίθη Ἰησοῦς καὶ εἶπεν αὐτῷ Ὃ ἐγὼ ποιῶ σὺ οὐκ οἶδας ἄρτι, γνώσῃ δὲ μετὰ ταῦτα.
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।”
8 λέγει αὐτῷ Πέτρος Οὐ μὴ νίψῃς μου τοὺς πόδας εἰς τὸν αἰῶνα. ἀπεκρίθη Ἰησοῦς αὐτῷ Ἐὰν μὴ νίψω σε, οὐκ ἔχεις μέρος μετ’ ἐμοῦ. (aiōn )
ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।” (aiōn )
9 λέγει αὐτῷ Σίμων Πέτρος Κύριε, μὴ τοὺς πόδας μου μόνον ἀλλὰ καὶ τὰς χεῖρας καὶ τὴν κεφαλήν.
ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋହର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ।
10 λέγει αὐτῷ Ἰησοῦς Ὁ λελουμένος οὐκ ἔχει χρείαν εἰ μὴ τοὺς πόδας νίψασθαι, ἀλλ’ ἔστιν καθαρὸς ὅλος· καὶ ὑμεῖς καθαροί ἐστε, ἀλλ’ οὐχὶ πάντες.
ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।”
11 ᾔδει γὰρ τὸν παραδιδόντα αὐτόν· διὰ τοῦτο εἶπεν ὅτι Οὐχὶ πάντες καθαροί ἐστε.
କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାହାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ।
12 Ὅτε οὖν ἔνιψεν τοὺς πόδας αὐτῶν καὶ ἔλαβεν τὰ ἱμάτια αὐτοῦ καὶ ἀνέπεσεν πάλιν, εἶπεν αὐτοῖς Γινώσκετε τί πεποίηκα ὑμῖν;
ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ?
13 ὑμεῖς φωνεῖτέ με Ὁ Διδάσκαλος καὶ ὁ Κύριος, καὶ καλῶς λέγετε· εἰμὶ γάρ.
ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।
14 εἰ οὖν ἐγὼ ἔνιψα ὑμῶν τοὺς πόδας ὁ Κύριος καὶ ὁ Διδάσκαλος, καὶ ὑμεῖς ὀφείλετε ἀλλήλων νίπτειν τοὺς πόδας·
ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।
15 ὑπόδειγμα γὰρ ἔδωκα ὑμῖν ἵνα καθὼς ἐγὼ ἐποίησα ὑμῖν καὶ ὑμεῖς ποιῆτε.
କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।
16 ἀμὴν ἀμὴν λέγω ὑμῖν, οὐκ ἔστιν δοῦλος μείζων τοῦ κυρίου αὐτοῦ, οὐδὲ ἀπόστολος μείζων τοῦ πέμψαντος αὐτόν.
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।
17 εἰ ταῦτα οἴδατε, μακάριοί ἐστε ἐὰν ποιῆτε αὐτά.
ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।
18 οὐ περὶ πάντων ὑμῶν λέγω· ἐγὼ οἶδα τίνας ἐξελεξάμην· ἀλλ’ ἵνα ἡ γραφὴ πληρωθῇ Ὁ τρώγων μου τὸν ἄρτον ἐπῆρεν ἐπ’ ἐμὲ τὴν πτέρναν αὐτοῦ.
ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।
19 ἀπ’ ἄρτι λέγω ὑμῖν πρὸ τοῦ γενέσθαι, ἵνα πιστεύητε ὅταν γένηται ὅτι ἐγώ εἰμι.
ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି।
20 ἀμὴν ἀμὴν λέγω ὑμῖν, ὁ λαμβάνων ἄν τινα πέμψω ἐμὲ λαμβάνει, ὁ δὲ ἐμὲ λαμβάνων λαμβάνει τὸν πέμψαντά με.
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”
21 Ταῦτα εἰπὼν Ἰησοῦς ἐταράχθη τῷ πνεύματι καὶ ἐμαρτύρησεν καὶ εἶπεν Ἀμὴν ἀμὴν λέγω ὑμῖν ὅτι εἷς ἐξ ὑμῶν παραδώσει με.
ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
22 ἔβλεπον εἰς ἀλλήλους οἱ μαθηταὶ ἀπορούμενοι περὶ τίνος λέγει.
ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।
23 ἦν ἀνακείμενος εἷς ἐκ τῶν μαθητῶν αὐτοῦ ἐν τῷ κόλπῳ τοῦ Ἰησοῦ, ὃν ἠγάπα ὁ Ἰησοῦς·
ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।
24 νεύει οὖν τούτῳ Σίμων Πέτρος καὶ λέγει αὐτῷ Εἰπὲ τίς ἐστιν περὶ οὗ λέγει.
ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।
25 ἀναπεσὼν ἐκεῖνος οὕτως ἐπὶ τὸ στῆθος τοῦ Ἰησοῦ λέγει αὐτῷ Κύριε, τίς ἐστιν;
ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?
26 ἀποκρίνεται οὖν ὁ Ἰησοῦς Ἐκεῖνός ἐστιν ᾧ ἐγὼ βάψω τὸ ψωμίον καὶ δώσω αὐτῷ. βάψας οὖν τὸ ψωμίον λαμβάνει καὶ δίδωσιν Ἰούδᾳ Σίμωνος Ἰσκαριώτου.
ତେଣୁ ଯୀଶୁ ଉତ୍ତର ଦେଲେ, “ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ।” ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ।
27 καὶ μετὰ τὸ ψωμίον τότε εἰσῆλθεν εἰς ἐκεῖνον ὁ Σατανᾶς. λέγει οὖν αὐτῷ Ἰησοῦς Ὃ ποιεῖς ποίησον τάχιον.
ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାହାକୁ କହିଲେ, “ଯାହା କରୁଅଛ, ତାହା ଶୀଘ୍ର କର।”
28 τοῦτο δὲ οὐδεὶς ἔγνω τῶν ἀνακειμένων πρὸς τί εἶπεν αὐτῷ·
କିନ୍ତୁ ସେ କି ଉଦ୍ଦେଶ୍ୟରେ ତାହାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ।
29 τινὲς γὰρ ἐδόκουν, ἐπεὶ τὸ γλωσσόκομον εἶχεν Ἰούδας, ὅτι λέγει αὐτῷ Ἰησοῦς Ἀγόρασον ὧν χρείαν ἔχομεν εἰς τὴν ἑορτήν, ἢ τοῖς πτωχοῖς ἵνα τι δῷ.
କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାହାକୁ କହିଲେ ବୋଲି କେହି କେହି ମନେ କଲେ।
30 λαβὼν οὖν τὸ ψωμίον ἐκεῖνος ἐξῆλθεν εὐθύς· ἦν δὲ νύξ.
ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍କ୍ଷଣାତ୍ ବାହାରିଗଲା, ସେତେବେଳେ ରାତ୍ରିକାଳ।
31 Ὅτε οὖν ἐξῆλθεν, λέγει Ἰησοῦς Νῦν ἐδοξάσθη ὁ Υἱὸς τοῦ ἀνθρώπου, καὶ ὁ Θεὸς ἐδοξάσθη ἐν αὐτῷ·
ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, “ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ବର ମହିମାନ୍ୱିତ ହେଲେ।
32 εἰ ὁ Θεὸς ἐδοξάσθη ἐν αὐτῷ, καὶ ὁ Θεὸς δοξάσει αὐτὸν ἐν αὑτῷ, καὶ εὐθὺς δοξάσει αὐτόν.
ଯଦି ଈଶ୍ବର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ବର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ।
33 τεκνία, ἔτι μικρὸν μεθ’ ὑμῶν εἰμι· ζητήσετέ με, καὶ καθὼς εἶπον τοῖς Ἰουδαίοις ὅτι Ὅπου ἐγὼ ὑπάγω ὑμεῖς οὐ δύνασθε ἐλθεῖν, καὶ ὑμῖν λέγω ἄρτι.
ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।
34 ἐντολὴν καινὴν δίδωμι ὑμῖν, ἵνα ἀγαπᾶτε ἀλλήλους, καθὼς ἠγάπησα ὑμᾶς ἵνα καὶ ὑμεῖς ἀγαπᾶτε ἀλλήλους.
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।
35 ἐν τούτῳ γνώσονται πάντες ὅτι ἐμοὶ μαθηταί ἐστε, ἐὰν ἀγάπην ἔχητε ἐν ἀλλήλοις.
ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”
36 Λέγει αὐτῷ Σίμων Πέτρος Κύριε, ποῦ ὑπάγεις; ἀπεκρίθη Ἰησοῦς Ὅπου ὑπάγω οὐ δύνασαί μοι νῦν ἀκολουθῆσαι, ἀκολουθήσεις δὲ ὕστερον.
ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ।”
37 λέγει αὐτῷ Πέτρος Κύριε, διὰ τί οὐ δύναμαί σοι ἀκολουθῆσαι ἄρτι; τὴν ψυχήν μου ὑπὲρ σοῦ θήσω.
ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।
38 ἀποκρίνεται Ἰησοῦς Τὴν ψυχήν σου ὑπὲρ ἐμοῦ θήσεις; ἀμὴν ἀμὴν λέγω σοι, οὐ μὴ ἀλέκτωρ φωνήσῃ ἕως οὗ ἀρνήσῃ με τρίς.
ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”