< Προς Κορινθιους Α΄ 10 >

1 ου θελω δε υμας αγνοειν αδελφοι οτι οι πατερες ημων παντες υπο την νεφελην ησαν και παντες δια της θαλασσης διηλθον
କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,
2 και παντες εις τον μωσην εβαπτισαντο εν τη νεφελη και εν τη θαλασση
ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,
3 και παντες το αυτο βρωμα πνευματικον εφαγον
ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ
4 και παντες το αυτο πομα πνευματικον επιον επινον γαρ εκ πνευματικης ακολουθουσης πετρας η δε πετρα ην ο χριστος
ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
5 αλλ ουκ εν τοις πλειοσιν αυτων ευδοκησεν ο θεος κατεστρωθησαν γαρ εν τη ερημω
ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।
6 ταυτα δε τυποι ημων εγενηθησαν εις το μη ειναι ημας επιθυμητας κακων καθως κακεινοι επεθυμησαν
ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।
7 μηδε ειδωλολατραι γινεσθε καθως τινες αυτων ως γεγραπται εκαθισεν ο λαος φαγειν και πιειν και ανεστησαν παιζειν
ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”
8 μηδε πορνευωμεν καθως τινες αυτων επορνευσαν 4203 και επεσον εν μια ημερα εικοσιτρεις χιλιαδες
ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ।
9 μηδε εκπειραζωμεν τον χριστον καθως και τινες αυτων επειρασαν και υπο των οφεων απωλοντο
ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।
10 μηδε γογγυζετε καθως και τινες αυτων εγογγυσαν και απωλοντο υπο του ολοθρευτου
ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।
11 ταυτα δε παντα τυποι συνεβαινον εκεινοις εγραφη δε προς νουθεσιαν ημων εις ους τα τελη των αιωνων κατηντησεν (aiōn g165)
ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି। (aiōn g165)
12 ωστε ο δοκων εσταναι βλεπετω μη πεση
ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ।
13 πειρασμος υμας ουκ ειληφεν ει μη ανθρωπινος πιστος δε ο θεος ος ουκ εασει υμας πειρασθηναι υπερ ο δυνασθε αλλα ποιησει συν τω πειρασμω και την εκβασιν του δυνασθαι υμας υπενεγκειν
ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
14 διοπερ αγαπητοι μου φευγετε απο της ειδωλολατρειας
ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର।
15 ως φρονιμοις λεγω κρινατε υμεις ο φημι
ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର।
16 το ποτηριον της ευλογιας ο ευλογουμεν ουχι κοινωνια του αιματος του χριστου εστιν τον αρτον ον κλωμεν ουχι κοινωνια του σωματος του χριστου εστιν
ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?
17 οτι εις αρτος εν σωμα οι πολλοι εσμεν οι γαρ παντες εκ του ενος αρτου μετεχομεν
କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ।
18 βλεπετε τον ισραηλ κατα σαρκα ουχι οι εσθιοντες τας θυσιας κοινωνοι του θυσιαστηριου εισιν
ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି?
19 τι ουν φημι οτι ειδωλον τι εστιν η οτι ειδωλοθυτον τι εστιν
ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି?
20 αλλ οτι α θυει τα εθνη δαιμονιοις θυει και ου θεω ου θελω δε υμας κοινωνους των δαιμονιων γινεσθαι
ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୁଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।
21 ου δυνασθε ποτηριον κυριου πινειν και ποτηριον δαιμονιων ου δυνασθε τραπεζης κυριου μετεχειν και τραπεζης δαιμονιων
ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।
22 η παραζηλουμεν τον κυριον μη ισχυροτεροι αυτου εσμεν
ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?
23 παντα μοι εξεστιν αλλ ου παντα συμφερει παντα μοι εξεστιν αλλ ου παντα οικοδομει
ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ।
24 μηδεις το εαυτου ζητειτω αλλα το του ετερου εκαστος
କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।
25 παν το εν μακελλω πωλουμενον εσθιετε μηδεν ανακρινοντες δια την συνειδησιν
ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର,
26 του γαρ κυριου η γη και το πληρωμα αυτης
କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର।
27 ει δε τις καλει υμας των απιστων και θελετε πορευεσθαι παν το παρατιθεμενον υμιν εσθιετε μηδεν ανακρινοντες δια την συνειδησιν
ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର।
28 εαν δε τις υμιν ειπη τουτο ειδωλοθυτον εστιν μη εσθιετε δι εκεινον τον μηνυσαντα και την συνειδησιν του γαρ κυριου η γη και το πληρωμα αυτης
କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
29 συνειδησιν δε λεγω ουχι την εαυτου αλλα την του ετερου ινα τι γαρ η ελευθερια μου κρινεται υπο αλλης συνειδησεως
ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତାହାର ବିବେକ ସକାଶେ। ମୋହର ସ୍ୱାଧୀନତା କାହିଁକି ଅନ୍ୟର ବିବେକ ଦ୍ୱାରା ବିଚାରିତ ହୁଏ?
30 ει δε εγω χαριτι μετεχω τι βλασφημουμαι υπερ ου εγω ευχαριστω
ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି?
31 ειτε ουν εσθιετε ειτε πινετε ειτε τι ποιειτε παντα εις δοξαν θεου ποιειτε
ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
32 απροσκοποι γινεσθε και ιουδαιοις και ελλησιν και τη εκκλησια του θεου
ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,
33 καθως καγω παντα πασιν αρεσκω μη ζητων το εμαυτου συμφερον αλλα το των πολλων ινα σωθωσιν
ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।

< Προς Κορινθιους Α΄ 10 >