< Προς Κορινθιους Β΄ 7 >
1 ταυτας ουν εχοντες τας επαγγελιας αγαπητοι καθαρισωμεν εαυτους απο παντος μολυσμου σαρκος και πνευματος επιτελουντες αγιωσυνην εν φοβω θεου
ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
2 χωρησατε ημας ουδενα ηδικησαμεν ουδενα εφθειραμεν ουδενα επλεονεκτησαμεν
ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।
3 ου προς κατακρισιν λεγω προειρηκα γαρ οτι εν ταις καρδιαις ημων εστε εις το συναποθανειν και συζην
ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା।
4 πολλη μοι παρρησια προς υμας πολλη μοι καυχησις υπερ υμων πεπληρωμαι τη παρακλησει υπερπερισσευομαι τη χαρα επι παση τη θλιψει ημων
ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।
5 και γαρ ελθοντων ημων εις μακεδονιαν ουδεμιαν εσχηκεν ανεσιν η σαρξ ημων αλλ εν παντι θλιβομενοι εξωθεν μαχαι εσωθεν φοβοι
କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।
6 αλλ ο παρακαλων τους ταπεινους παρεκαλεσεν ημας ο θεος εν τη παρουσια τιτου
ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,
7 ου μονον δε εν τη παρουσια αυτου αλλα και εν τη παρακλησει η παρεκληθη εφ υμιν αναγγελλων ημιν την υμων επιποθησιν τον υμων οδυρμον τον υμων ζηλον υπερ εμου ωστε με μαλλον χαρηναι
ଆଉ, କେବଳ ତାହାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍ଯୋଗ, ତୁମ୍ଭମାନଙ୍କ ବିଳାପ, ମୋʼ ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି।
8 οτι ει και ελυπησα υμας εν τη επιστολη ου μεταμελομαι ει και μετεμελομην βλεπω γαρ οτι η επιστολη εκεινη ει και προς ωραν ελυπησεν υμας
ଯେଣୁ ମୋହର ପତ୍ର ଦ୍ୱାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପ କାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା
9 νυν χαιρω ουχ οτι ελυπηθητε αλλ οτι ελυπηθητε εις μετανοιαν ελυπηθητε γαρ κατα θεον ινα εν μηδενι ζημιωθητε εξ ημων
ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତ ହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନ-ପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ।
10 η γαρ κατα θεον λυπη μετανοιαν εις σωτηριαν αμεταμελητον κατεργαζεται η δε του κοσμου λυπη θανατον κατεργαζεται
କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।
11 ιδου γαρ αυτο τουτο το κατα θεον λυπηθηναι υμας ποσην κατειργασατο υμιν σπουδην αλλα απολογιαν αλλα αγανακτησιν αλλα φοβον αλλα επιποθησιν αλλα ζηλον αλλ εκδικησιν εν παντι συνεστησατε εαυτους αγνους ειναι εν τω πραγματι
ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।
12 αρα ει και εγραψα υμιν ουχ εινεκεν του αδικησαντος ουδε εινεκεν του αδικηθεντος αλλ εινεκεν του φανερωθηναι την σπουδην υμων την υπερ ημων προς υμας ενωπιον του θεου
ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି। ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ।
13 δια τουτο παρακεκλημεθα επι τη παρακλησει υμων περισσοτερως δε μαλλον εχαρημεν επι τη χαρα τιτου οτι αναπεπαυται το πνευμα αυτου απο παντων υμων
ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।
14 οτι ει τι αυτω υπερ υμων κεκαυχημαι ου κατησχυνθην αλλ ως παντα εν αληθεια ελαλησαμεν υμιν ουτως και η καυχησις ημων η επι τιτου αληθεια εγενηθη
ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।
15 και τα σπλαγχνα αυτου περισσοτερως εις υμας εστιν αναμιμνησκομενου την παντων υμων υπακοην ως μετα φοβου και τρομου εδεξασθε αυτον
ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାହାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାହାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି।
16 χαιρω οτι εν παντι θαρρω εν υμιν
ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ୱାସ କରିପାରେ, ଏଥିପାଇଁ ଆନନ୍ଦ କରୁଅଛି।