< Προς Εφεσιους 4 >

1 παρακαλω ουν υμας εγω ο δεσμιος εν κυριω αξιως περιπατησαι της κλησεως ης εκληθητε
ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,
2 μετα πασης ταπεινοφροσυνης και πραοτητος μετα μακροθυμιας ανεχομενοι αλληλων εν αγαπη
ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
3 σπουδαζοντες τηρειν την ενοτητα του πνευματος εν τω συνδεσμω της ειρηνης
ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।
4 εν σωμα και εν πνευμα καθως και εκληθητε εν μια ελπιδι της κλησεως υμων
ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;
5 εις κυριος μια πιστις εν βαπτισμα
ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ବର ଓ ପିତା;
6 εις θεος και πατηρ παντων ο επι παντων και δια παντων και εν πασιν υμιν
ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି।
7 ενι δε εκαστω ημων εδοθη η χαρις κατα το μετρον της δωρεας του χριστου
କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି।
8 διο λεγει αναβας εις υψος ηχμαλωτευσεν αιχμαλωσιαν και εδωκεν δοματα τοις ανθρωποις
ଏଥିନିମନ୍ତେ ଉକ୍ତ ଅଛି, “ସେ ଊର୍ଦ୍ଧ୍ୱକୁ ଆରୋହଣ କରି, ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।”
9 το δε ανεβη τι εστιν ει μη οτι και κατεβη πρωτον εις τα κατωτερα μερη της γης
(ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ।
10 ο καταβας αυτος εστιν και ο αναβας υπερανω παντων των ουρανων ινα πληρωση τα παντα
ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ମଧ୍ୟ ଆରୋହଣ କଲେ।)
11 και αυτος εδωκεν τους μεν αποστολους τους δε προφητας τους δε ευαγγελιστας τους δε ποιμενας και διδασκαλους
ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
12 προς τον καταρτισμον των αγιων εις εργον διακονιας εις οικοδομην του σωματος του χριστου
ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,
13 μεχρι καταντησωμεν οι παντες εις την ενοτητα της πιστεως και της επιγνωσεως του υιου του θεου εις ανδρα τελειον εις μετρον ηλικιας του πληρωματος του χριστου
ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ବରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍‍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ,
14 ινα μηκετι ωμεν νηπιοι κλυδωνιζομενοι και περιφερομενοι παντι ανεμω της διδασκαλιας εν τη κυβεια των ανθρωπων εν πανουργια προς την μεθοδειαν της πλανης
ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
15 αληθευοντες δε εν αγαπη αυξησωμεν εις αυτον τα παντα ος εστιν η κεφαλη ο χριστος
କିନ୍ତୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;
16 εξ ου παν το σωμα συναρμολογουμενον και συμβιβαζομενον δια πασης αφης της επιχορηγιας κατ ενεργειαν εν μετρω ενος εκαστου μερους την αυξησιν του σωματος ποιειται εις οικοδομην εαυτου εν αγαπη
ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି।
17 τουτο ουν λεγω και μαρτυρομαι εν κυριω μηκετι υμας περιπατειν καθως και τα λοιπα εθνη περιπατει εν ματαιοτητι του νοος αυτων
ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
18 εσκοτισμενοι τη διανοια οντες απηλλοτριωμενοι της ζωης του θεου δια την αγνοιαν την ουσαν εν αυτοις δια την πωρωσιν της καρδιας αυτων
ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି;
19 οιτινες απηλγηκοτες εαυτους παρεδωκαν τη ασελγεια εις εργασιαν ακαθαρσιας πασης εν πλεονεξια
ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।
20 υμεις δε ουχ ουτως εμαθετε τον χριστον
କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେପ୍ରକାରେ ଶିକ୍ଷା କରି ନାହଁ;
21 ειγε αυτον ηκουσατε και εν αυτω εδιδαχθητε καθως εστιν αληθεια εν τω ιησου
ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,
22 αποθεσθαι υμας κατα την προτεραν αναστροφην τον παλαιον ανθρωπον τον φθειρομενον κατα τας επιθυμιας της απατης
ଅର୍ଥାତ୍‍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
23 ανανεουσθαι δε τω πνευματι του νοος υμων
ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,
24 και ενδυσασθαι τον καινον ανθρωπον τον κατα θεον κτισθεντα εν δικαιοσυνη και οσιοτητι της αληθειας
ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।
25 διο αποθεμενοι το ψευδος λαλειτε αληθειαν εκαστος μετα του πλησιον αυτου οτι εσμεν αλληλων μελη
ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।
26 οργιζεσθε και μη αμαρτανετε ο ηλιος μη επιδυετω επι τω παροργισμω υμων
କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
27 μητε διδοτε τοπον τω διαβολω
ଚୋର ଆଉ ଚୋରି ନ କରୁ,
28 ο κλεπτων μηκετι κλεπτετω μαλλον δε κοπιατω εργαζομενος το αγαθον ταις χερσιν ινα εχη μεταδιδοναι τω χρειαν εχοντι
ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।
29 πας λογος σαπρος εκ του στοματος υμων μη εκπορευεσθω αλλ ει τις αγαθος προς οικοδομην της χρειας ινα δω χαριν τοις ακουουσιν
ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।
30 και μη λυπειτε το πνευμα το αγιον του θεου εν ω εσφραγισθητε εις ημεραν απολυτρωσεως
ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।
31 πασα πικρια και θυμος και οργη και κραυγη και βλασφημια αρθητω αφ υμων συν παση κακια
ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ;
32 γινεσθε δε εις αλληλους χρηστοι ευσπλαγχνοι χαριζομενοι εαυτοις καθως και ο θεος εν χριστω εχαρισατο υμιν
ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।

< Προς Εφεσιους 4 >